Daily Horoscope 20th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Jul 20, 2026 - 08:39
Daily Horoscope 20th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ
ଅଶ୍ୱନୀ–ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । 
ଦ୍ୱିଜା – ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । 
କୃତିକା – ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ

ବୃଷ-
କୃତିକା- କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।
ରୋହିଣୀ- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ରାଜନୀତିରେ ନିଜର ଭାବମୂର୍ତି ରକ୍ଷା କରିବା ପାଇଁ ଚେଷ୍ଟା କରିବେ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ ।
ମୃଗଶିରା- ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ । ଆଇନ ଅଦାଲତ ଥିବା ଦୁଶ୍ଚିନ୍ତା ଦୂର ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର  ପାଠ  କରନ୍ତୁ

ମିଥୁନ
ମୃଗଶିରା  - ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।
ଆଦ୍ରା -  ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି , ଅବଶ୍ୟ ସଫଳତା ପାଇବେ । ଆପଣଙ୍କ ସବୁ ମନୋକାମନା ପୁର୍ଣ ହେବ ।
ପୁନର୍ବସୁ -  ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

କର୍କଟ-
ପୁନର୍ବସୁ- ବାନ୍ଧବୀଙ୍କ ଠାରୁ ଶୁଭ ଖବର ଶୁଣିବାକୁ ପାଇବେ । ଉଦର ରୋଗରେ ଆକ୍ରାନ୍ତ ହେବେ ।  ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ।
ପୁଷ୍ୟା- ରାଜନୀତିରେ ଲୋକଙ୍କ ପ୍ରିୟ ରହିବେ । କାର୍ଯ୍ୟ କ୍ଷେତ୍ରରେ ଖୁବ ଶିଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଅଶ୍ଲେଷା- ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀ  ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ସିଂହ
ମଘା – କର୍ମଜିବୀ ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।  
ପୂ , ଫାଲଗୁନୀ - ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ସଂପର୍କ ବଢିବ । କୈାଣସି ଖବର ପାଇ ମୁଣ୍ଡବ୍ୟଥା ହୋଇପାରେ ।
ଉ ,ଫାଲଗୁନୀ – ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।  ଘର କାମ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ 

କନ୍ୟା-
ଉ,ଫଳଗୁନି- ଦେହ ଦୁର୍ବଳତା ପାଇଁ କର୍ମକ୍ଷେତ୍ରରେ ଠିକ୍ ସେ କାର୍ଯ୍ୟ କରିପାରିବେ ନାହିଁ । ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ। 
ହସ୍ତା- ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ।  ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି ।
ଚିତ୍ରା- ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା -
ଚିତ୍ରା – ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । 
ସ୍ୱାତୀ – ପାରିବାରରେ ସୁସ୍ଥ ବାତାବରଣ ଜାରି  ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । 
ବିଶାଖା – ମାଲିମକଦ୍ଦମାରେ ଖର୍ଚ୍ଚାନ୍ତ ହୋଇପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ବିଛା-
ବିଶାଖା- ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।
ଅନୁରାଧା- ଆଜି ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ । ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
ଜ୍ୟେଷ୍ଠା- ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ପ୍ରଶଂସିତ ହୋଇପାରନ୍ତି ।  ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀ ମାନେ ଶିକ୍ଷାରେ ସଫଳତା ଲାଭ କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ  ପାଠ କରନ୍ତୁ

ଧନୁ
ମୂଳା – ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ  ଦିଅନ୍ତୁ ।  ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । 
ପୂ , ଷାଢା – ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ କ୍ଷ ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।
ଉ , ଷାଢା – ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମହିଳା ମାନେ କଠିନ ପରିଶ୍ରମ କରିବେ । ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ମକର-
ଉ,ଷାଢା- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ । ଅଫିସରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ ।
ଶ୍ରବଣା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ।
ଧନିଷ୍ଠା- ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ ।  ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର  ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ
ଧନିଷ୍ଠା – ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।
ଶତଭିଷା – ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ  ରହିବ । ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।  
ପୂ , ଭାଦ୍ରପଦ  – ପରିବହନ ,  ବାଣିଜ୍ୟରେ ଆଶିଂକ ମାନ୍ଦା ଦେଖାଦେବ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ସରକାରୀ  ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି  । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ 

ମୀନ-
ପୂ,ଭାଦ୍ରପଦ- ସ୍ବାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ।
ଉ,ଭାଦ୍ରପଦ- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ। 
ରେବତୀ- ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ ।  ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।