Daily Horoscope 23rd July 2026: ଆଜି ଏହି ରାଶିରେ ଧନଲାଭର ଯୋଗ ରହିଛି, ବ୍ୟବସାୟୀ ଲାଭବାନ ହେବେ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ଉତ୍ପାଦନ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବା ସହ କୈାଣସି ସଂସ୍ଥାରୁ ସମ୍ମାନ ପାଇବାର ସମ୍ଭାବନା ଅଛି । ଦାମ୍ପତ୍ୟ ସୁଖରେ ମଧୁ ରତା ଆସିବ ଓ ଅଧିକ ଘନିଷ୍ଠତା ହେବ ।
ଦ୍ୱିଜା- ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ ।
କୃତିକା- ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଗମନାଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯଦେବଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ବୃଷ-
କୃତିକା-ଅସମ୍ପୁର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ସନ୍ତୋଷ ଲାଭ କରିବେ । ବ୍ୟବସାୟରେ ଆୟ, ବ୍ୟୟର ପରିମାଣ ପ୍ରାୟତଃ ସମାନ ରହିବ । ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ ।
ରୋହିଣୀ- ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ ।
ମୃଗଶିରା- ବନ୍ଧୁବର୍ଗରେ କଳହ ଓ ମନାନ୍ତର ସୃଷ୍ଟି ହେବ । କୈାଣସି କଥାକୁ କେନ୍ଦ୍ର କରି ତର୍କ ବିତର୍କର ସମ୍ମୁଖୀନ ହେବେ । ପ୍ରତିଦ୍ୱନ୍ଦ୍ୱିତା ହେତୁ ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ଦେଖାଦେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ମୃଗଶିରା- ପାରିବାରିକ ଜୀବନରେ ସେବା ଶ୍ରୁଶ୍ରୁଷା ମିଳିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ ।
ଆଦ୍ରା- ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ ।
ପୁନର୍ବସୁ- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ଘରେ କୈାଣସି ଧାର୍ମିକ କାର୍ଯ୍ୟର ରୂପରେଖ ତିଆରି କରି ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପୁନର୍ବସୁ- ବ୍ୟବସାୟରେ ଧନଲାଭର ଯୋଗ ରହିଛି । ପାରିବାରିକ ଶାନ୍ତି ଅନୁଭବ କରିବେ । ଶାରିରୀକ ପୀଡା ଅପେକ୍ଷାକୃତ କମ ରହିବ ।
ପୁଷ୍ୟା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।
ଅଶ୍ଲେଷା- ମୂଲ୍ୟବାନ ଜିନିଷ ହରେଇ ପାରନ୍ତି । ନୂତନ ଗୃହ ,ବାହନ ଜାଗା ,ଜମି କ୍ରୟ କରି ପାରିବେ । ଅଧିକ ଧନ ଅର୍ଜନ କରିବାର ରାସ୍ତା ଖୋଲିଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
ମଘା- ବାଣିଜ୍ୟ-ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ। କୈାଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ ।
ପୂ,ଫାଲଗୁନି- ରାଜନିତିରେ ରହି ଲୋକଙ୍କୁ ସହଯୋଗର ମନବୃତି ପୋଷଣ କରିବେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କର୍ମ କ୍ଷେତ୍ରରେ ସବୁ କାର୍ଯ୍ୟ ସୁରୁଖୁରୁରେ ହେଇଯିବ ।
ଉ,ଫାଲଗୁନି- ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ୟ୍ୟ ଅବସ୍ଥା ଅନୁକୂଳ ହେବ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି-ପତିପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂର ହେବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ ।
ହସ୍ତା- ଚାକିରିରେ ସ୍ଥାନ ପରିବର୍ତନ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ଅନୁକୂଲ ରହିବ । ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ ।
ଚିତ୍ରା- ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । ମୋହରେ ପଡି କ୍ଷତିଗ୍ରସ୍ତ ହୋଇପାରନ୍ତି । ନୂତନ ଭୂମି ଚୟନ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚିତ୍ରା- ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ପରିବାରରେ ସମସ୍ତଙ୍କୁ ସାହାର୍ୟ୍ୟ କରିବାରେ ସଫଳ ହେବେ । ସମ୍ପର୍କୀୟଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ ସମାଲୋଚିତ ହୋଇପାରନ୍ତି ।
ସ୍ୱାତୀ- ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ନିଜର ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ବିଦେଶ ଆଗମନର ସୁଯୋଗ ଆସିବ ।
ବିଶାଖା- ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବ । ମନ ଭୁଲାଣିୟା କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ
ବିଛା-
ବିଶାଖା- ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ଚାକିରୀ କ୍ଷେତ୍ରରେ କାର୍ଯ୍ୟ କୈାଣସି ଭୁଲ ହୋଇପାରେ । ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ ।
ଅନୁରାଧା- ଖେଳାଳି ଓ ଚିତ୍ରତାରକା ମାନେ ଉତମ ପ୍ରଦର୍ଶନ କରିବେ । ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ମାନେ ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ
ଜ୍ୟେଷ୍ଠା- କ୍ୟାରିୟର ସମସ୍ୟା ସମାଧାନର ବାଟ ମିଳିବ । ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍ ବ୍ୟବସାୟରୁ ଲାଭବାନ୍ ହେବେ। ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ମୂଳା- ଜୀବନରେ ଲାଭର ଅବସର ପାଇବେ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ପ୍ରେମ ସଂମ୍ପର୍କରେ ତିକ୍ତତା ଦେଖାଦେବ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ ।
ପୂ,ଷାଢା- ଅନ୍ୟ ମାନେ ଆପଣଙ୍କର ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ । ଅଫିସ୍ରେ ଭାବିଥିବା କାମ ନିର୍ଦ୍ଧିରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନୀତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ ।
ଉ,ଷାଢା- ଆଜିର ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ମହିଳା ମାନେ ମଧୁର ସଂପର୍କ ଗଢିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ଉ,ଷାଢା- ପ୍ରେମ କ୍ଷେତ୍ରରେ ସଫଳତା ପାଇବା ସହ ବିବାହ ବଦ୍ଧନରେ ବାନ୍ଧି ହେବେ । ବୁଦ୍ଧିଜୀବୀ ମାନଙ୍କର ଆୟ ଠିକ୍ଠାକ୍ ହେବା ସହିତ ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ ।
ଶ୍ରବଣା- ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ ।
ଧନିଷ୍ଠା- ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରିୟ କଥା କହି ଏହାକୁ ସୁଧାରି ନେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ। ମହିଳା ମାନେ ଆଭୁଷଣ ପ୍ରିୟ ହେବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ
କୁମ୍ଭ-
ଧନିଷ୍ଠା- କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।
ଶତଭିଷା- ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନୀତିରେ କିଛି ବିଶେଃଷ କଥା ଆଲୋଚନା କରିବେ ।
ପୂ,ଭାଦ୍ରପଦ- ସାମ୍ବାଦିକମାନେ କୈାଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ସମାଜ ସେବା କାର୍ୟ୍ୟରେ ଯୋଗ ଦେବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ମୀନ-
ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟରେ ଚିକିସ୍ୟା ପାଇଁ ଉତ୍ତମ ଦିନ ରହିବ । ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ ।
ଉ,ଭାଦ୍ରପଦ- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ରାଜନୀତିରେ କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ।
ରେବତୀ- ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୌଖ ଉପଭୋଗ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।