Daily Horoscope 24th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Jul 24, 2026 - 08:07
Daily Horoscope 24th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-
ଅଶ୍ୱନୀ- ଘରକୁ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି ।  ସରକାରୀ କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ ।
ଦ୍ୱିଜା- ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । କର୍ମ କ୍ଷେତ୍ରକୁ ଯିବା ସମୟରେ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି ।     
କୃତିକା- ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ପୂର୍ବରୁ କରିଥିବା କର୍ମ ପାଇଁ  ଦଣ୍ଡ ପାଇ ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ବୃଷ-
କୃତିକା- ପରିବାରର  ଖର୍ଚ୍ଚ ପରିମାଣ ଦ୍ୱିଗୁଣା ହୋଇପାରେ । ଘରର ବିଭିନ୍ନ ସମସ୍ୟା ସମ୍ପର୍କରେ ସ୍ତ୍ରୀଙ୍କ ସହ ଆଲୋଚନା କରିବେ। ପୁରାତନ ରୋଗରୁ ଉପସମ ପାଇବେ । 
ରୋହିଣୀ- ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ । ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ । ରାଜନୀତିରେ କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ ।
ମୃଗଶିରା- ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ଶୁଣା ଖବରକୁ ବିଶ୍ୱାସ କରି ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ

ମିଥୁନ-
ମୃଗଶିରା- ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରିୟତମଙ୍କ ସହିତ ସମ୍ବନ୍ଧ ଭଲ ରହିବ ।
ଆଦ୍ରା- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ବେପାର ବୃତିରୁ ସଫଳତା ହାସଲ  କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ ।  କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ ।
ପୁନର୍ବସୁ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ର୍କଟ-
ପୁନର୍ବସୁ- ଧନର ଆଗମନ ହୋଇପାରେ । କୌଣସି ନୂତନ ବ୍ୟବସାୟ କରିବାକୁ ଚାହୁଁଥିଲେ ସେଥିରେ ବିଜୟ ହେବେ । ନୂତନ କର୍ମ ଅରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । 
ପୁଷ୍ୟା- କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଦେଖାଦେଇପାରେ । ଛାତ୍ର ଛାତ୍ରୀ ମାନେ ପାଠ ପଢା ପ୍ରତି ଅଧିକ ଧ୍ୟାନ ଦେବେ । ନିଜ ପାଇଁ ମୂଲ୍ୟବାନ୍ ବାଦ୍ୟଯନ୍ତ୍ର କିଣିପାରନ୍ତି । 
ଅଶ୍ଲେଷା- କୌଣସି ନିକଟ ସମ୍ପର୍କୀୟଙ୍କ ସମ୍ପତ୍ତି କମ୍ ମୂଲ୍ୟରେ ପାଇପାରନ୍ତି । ପାରମ୍ପରିକ ପୋଷାକ ପ୍ରତି ଆଗ୍ରହ ପ୍ରକାଶ କରିବେ । ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।   
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ସିଂହ-
ମଘା- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ
ପୂ,ଫାଲଗୁନି-ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ନମ୍ର ସ୍ୱାଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ । 
ଉ,ଫାଲଗୁନି- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ଆନୁଷ୍ଠାନିକ କାର‌୍ୟ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

କନ୍ୟା-
ଉ,ଫଳଗୁନି- ପରିବାର ସହିତ ମିଶି ଅନେକ ସମୟ ଆନନ୍ଦରେ କଟାଇପାରନ୍ତି । ବ୍ୟବସାୟୀ ମାନେ କିଛି ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି । ଗଣ୍ଠି ଜନିତ ସମସ୍ୟା ଗୁରୁତ୍ୱର ହୋଇପାରେ । 
ହସ୍ତା- ରାଜନୀତିରେ ପ୍ରତିଯୋଗିତା ଅଧିକ ସଂଘର୍ଷ ପୂର୍ଣ୍ଣ ହେବ । ବାଲ୍ୟ ବନ୍ଧୁଙ୍କ ସହିତ ଦେଖା ହୋଇ ଅଧିକ ଖୁସି ଅନୁଭବ କରିବେ । କର୍ମ କ୍ଷେତ୍ରରେ ସାମାନ୍ୟ ଉନ୍ନତି ରହିଛି । 
ଚିତ୍ରା- ଆଶଙ୍କା ଦୂର ହୋଇଯିବ ଓ ସାମାଜିକ ସମ୍ମାନ ଲାଭ କରିିବେ । ସଙ୍ଗଠନ କିମ୍ବା ନିର୍ମାଣ ଓ ପରିବହନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ଖୁସି ଅନୁଭବ କରିବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ତୁଳା-
ଚିତ୍ରା- ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।ଅନେକ ସମୟ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ସ୍ୱାତୀ- କୌଣସି  କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ସମାଜ ସେବାରେ ମନ ବଳାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ ।
ବିଶାଖା- ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ମଧୁର ବ୍ୟବହାର ପାଇଁ ଅନ୍ୟ ମାନଙ୍କୁ ଆକର୍ଷଣ କରି ପାରିବେ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –  ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ବିଛା-
ବିଶାଖା- କଳ୍ପନା ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସି ରହିବେ । କରିଥିବା କର୍ମ ପାଇଁ ପୁରସ୍କୃତ ହୋଇପାରନ୍ତି । ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ । ଖାଦ୍ୟ ପ୍ରତି ସଜାଗ ରୁହନ୍ତୁ ।
ଅନୁରାଧା- ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷାରେ ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି । ପୁରୁଣା ବନ୍ଧୁଙ୍କ ସହିତ ସମ୍ପର୍କ ଅଧିକ ଘନିଷ୍ଠ ହେବ । ନିଜର ମନ ପସନ୍ଦର ଖାଦ୍ୟ ଖାଇବେ । 
ଜ୍ୟେଷ୍ଠା- ମାଲିମୋକଦ୍ଦମା ସ୍ଥିତି ଅନୁକୂଳ ହୋଇପାରେ । କୌଣସି ବ୍ୟକ୍ତି ନିକଟରେ ବାକି ରହିଥିବା ଟଙ୍କା , ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟିହେବାର ସୂଚନା ରହିଛି । ମହିଳାଙ୍କ ପାରିବାରିକ ଟେନ୍‌ସନ କେତେକଶଂରେ କମିଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-
ମୂଳା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ ।
ପୂ,ଷାଢା- ରାଜନିତିରେ କୈାଣସି କାର‌୍ୟ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ଚାକିରି  କ୍ଷେତ୍ରରେ ମନ ଅସ୍ଥିରତା ରହିବ । 
ଉ,ଷାଢା- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମାଲିମକଦ୍ଦମାରେ ସଫଳତା ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-
ଉ,ଷାଢା- ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ରେ ଯୋଗଦେବେ । କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ  ଖୁସିରେ କାମ କରିବେ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ପାଇବେ ।
ଶ୍ରବଣା- କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ପ୍ରତିବନ୍ଧକ ରହିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହୋଇପାରିବେ । ଅନ୍ୟମାନଙ୍କୁ ସାମୟିକ ସହଯୋଗ ଦେଇ ପରୋକ୍ଷରେ ପ୍ରଶଂସିତ ହେବେ। 
ଧନିଷ୍ଠା- ଅଫିସ୍‌ରେ ସ୍ଥଗିତ କାମ ପାଇଁ ଅନ୍ୟକୁ କିମ୍ବା ନିଜର ଘର ଲୋକ ମାନଙ୍କୁ କୈଫିୟତ୍ ଦେବାକୁ ପଡିବାର ଆଶଙ୍କା ରହିଛି । ସନ୍ତାନଙ୍କ କୃତୀ ଓ କୃତିତ୍ୱରେ ଖୁସୀ ହୋଇପାରନ୍ତି। 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

କୁମ୍ଭ-
ଧନିଷ୍ଠା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।
ଶତଭିଷା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ଚାକିରି  କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।  କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ ।
ପୂ,ଭାଦ୍ରପଦ- କୌଣସି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ପୂ,ଭାଦ୍ରପଦ- ଘରେ କୌଣସି ଶୁଭ କାର୍ଯ୍ୟ ବା ମାଙ୍ଗଳିକ କାର୍ଯ୍ୟ କରିପାରନ୍ତି । କରିଥିବା ଉଚ୍ଚ ଆଶା ପୂରଣ ନ ହୋଇ ପାରେ । ଧର୍ମ ମାର୍ଗରେ ଯିବା ପାଇଁ ମନ ବଳାଇ ପାରନ୍ତି । 
ଉ,ଭାଦ୍ରପଦ-ସାମାଜିକ ସ୍ତରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ; କିନ୍ତୁ ହୁଏତ ଆପଣ ତାହାକୁ ଅସ୍ବୀକାର କରି ଦେଇପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
ରେବତୀ- ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଈଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।