Daily Horoscope 24th November 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ- ଅଶ୍ୱନୀ- ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ ।
କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ ।
ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ।
ଦ୍ୱିଜା- ସାମାଜିକ କ୍ଷେତ୍ରରେ କୈାଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ସମ୍ମାନିତ ହୋଇପାରନ୍ତି।
ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି।
ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି।
କୃତିକା- ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ ।
କର୍ମକ୍ଷେତ୍ରରେ ପ୍ରଂଶସା ଓ ପ୍ରତିଷ୍ଠା ପ୍ରତି ଈର୍ଷାନ୍ୱିତ ହେବେ ।
ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ Advertisment ବୃଷ- କୃତିକା- ବ୍ୟବସାୟରେ ବଡ ଧରଣର ଆର୍ଥିକ ଲାଭ ହୋଇପାରେ ।
ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ ।
ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟରେ ଦାୟିତ୍ୱ ନେଇ ପ୍ରଶଂସା ପାଇବେ ।
ରୋହିଣୀ- ଅନ୍ୟର କଥାକୁ ସତ ମନେକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ ।
ଅଫିସ୍ ର ମାହୋଲ କିଛି ଖାସ ଭଲ ରହିବ ନାହି ସେଥିପାଇଁ ଚିନ୍ତାରେ ରହିବେ ।
ରାଜନୀତିରେ ଗୁପ୍ତ ଶତ୍ରୁ ବୃଦ୍ଧି ପାଇବେ ।
ମୃଗଶିରା- ଗୃହୋପକରଣ କ୍ରୟ କରିବାଯୋଗେ ଆର୍ଥିକ ସଙ୍କଟ ଦେଖାଦେବ ।
ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ ।
ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ ମିଥୁନ- ମୃଗଶିରା- ବିବାହ ଆଶାୟୀ ଯୁବକ, ଯୁବତୀମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ ।
ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି ।
ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ ।
ଆଦ୍ରା- ଶିକ୍ଷାର୍ଥିମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।
ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ।
ପୁନର୍ବସୁ- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ ।
ରାଜନୀତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ ।
ମାଲିମକଦ୍ଦମା କ୍ଷେତ୍ରରେ ଉତ୍ତମ ଫଳ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ Advertisment କର୍କଟ- ପୁନର୍ବସୁ- ପୁରାତନ ରୋଗର ପୀଡା କ୍ରମଶଃ ହ୍ରାସ ପାଇପାରେ ।
ହସଖୁସୀରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ ।
ଦାମ୍ପତ୍ୟ ଜୀବନରେ ତିକ୍ତତା ସୃଷ୍ଟିହେବା କାରଣରୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ ।
ପୁଷ୍ୟା- ଜଣେ ବନ୍ଧୁଙ୍କ ସହଯୋଗରୁ ନିର୍ମାଣଧୀନ କାମଟି ସମ୍ପନ୍ନ କରିପାରିବେ ।
ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ।
ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପନ୍ଥା ଅନୁସରଣ କରିବେ ।
ଅଶ୍ଲେଷା- ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ।
ଅଧୟନ, ଅଧ୍ୟାପନା ଓ ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।
ଆକସ୍ମିକ ଧନ ପାଇବାର ସମ୍ଭାବନା ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ମା ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି ସିଂହ- ମଘା- ଅତୀତ ଘଟଣା ସମୂହକୁ ମନେପକାଇ ମାନସିକ ସ୍ଥିତି ଠିକ୍ ରହିବ ନାହିଁ ।
ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି କାରଣରୁ ସାମାଜିକ ପ୍ରତିଷ୍ଠା ବଢ଼ିବ।
ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ।
ପୂ,ଫାଲଗୁନି- ଭୁଲ୍ ନିଷ୍ପତ୍ତି ଗ୍ରହଣ କରି କିମ୍ବା ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ ।
ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି।
ଉ,ଫାଲଗୁନି- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ ।
ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ ।
ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୁର୍ଣ୍ଣ ରହିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ କନ୍ୟା- ଉ,ଫଳଗୁନି- କର୍ମ କ୍ଷେତ୍ରରେ ସମ୍ମାନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ ।
ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ପରିବାରରେ ଆଲୋଚନା କରିପାରନ୍ତି ।
ଶାରୀରିକ ପୀଡା ଯୋଗୁ ମନ ବିଚଳିତ ହୋଇପାରେ ।
ହସ୍ତା- କୌଣସି କାରଣ ନ ଥାଇ ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ ।
ଚାକିରି ବଦଳାଇବାକୁ ଚାହୁଁଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ଭଲ ଅଛି ।
କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଭଲ ରହିବ ।
ଚିତ୍ରା- ଯାତ୍ରା କାଳରେ ଅଜଣା ଅଶୁଣା ଲୋକମାନଙ୍କୁ ମନେଇବାରେ ସଫଳ ହେବେ ।
ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି ।
ବିବାଦୀୟ ଘଟଣାରେ ନିରବତା ଶ୍ରେୟ ଅଟେ ନଚେତ୍ ସମସ୍ୟା ଭିତରକୁ ଯାଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟୋକୁ ପୂଜା କରନ୍ତୁ ତୁଳା- ଚିତ୍ରା- ସ୍ୱାସ୍ଥ୍ୟ ଲାଗି ଖର୍ଚ୍ଚ କରିବେ ।
ପରିବାରରେ ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ ।
ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ ।
ସ୍ୱାତୀ- ଶିକ୍ଷାର୍ଥୀମାନଙ୍କୁ ଆଶାନୁରୂପ ଫଳ ପାଇବା ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ ।
ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ ।
ମହିଳାମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ବିଶାଖା- କୈାଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।
ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ବିଛା- ବିଶାଖା- ପରକଥାକୁ ପ୍ରାଧାନ୍ୟ ଦେଲେ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେବ ।
ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ନିଶ୍ଚିତ ସଫଳତା ହାସଲ କରିବେ ।
ବ୍ୟବସାୟିକ ଦିଗ ପାଇଁ ଆଜିର ଦିନଟି ବହୁତ ଭଲ ।
ଅନୁରାଧା- ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ହେବାସହ ପରୀକ୍ଷା, ପରିଣାମ ଅନୁକୂଳ ହେବ ।
ରାଜନୀତି କ୍ଷେତ୍ରରେ ସୃଜନଶୀଳ ଚିନ୍ତାଧାରା ଓ ପରାମର୍ଶ ଗୁଡିକ ପ୍ରଶଂସିତ ହେବେ ।
ଧୈର୍ଯ୍ୟ ଓ ସାହାସ ଦ୍ୱାରା ଶତ୍ରୁମାନଙ୍କ ଠାରୁ କାର୍ଯ୍ୟ ହାସଲ କରିପାରିବେ ।
ଜ୍ୟେଷ୍ଠା- ଜମିବାଡି ପୂର୍ବ ସମସ୍ୟା ପୁଣି ଦେଖାଦେଇପାରେ ।
ଭଲ କର୍ମ ପାଇଁ ସମ୍ମାନିତ ହେବା ସହିତ ଦକ୍ଷତା ପ୍ରତିପାଦିତ କରିବେ ।
ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ ଧନୁ- ମୂଳା- କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସଫଳତା ଅର୍ଜନ କରିବେ ।
ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ ।
ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ।
ପୂ,ଷାଢା- ବିଦ୍ୟାର୍ଥୀମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ ।
ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।
ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।
ଉ,ଷାଢା- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।
ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ ।
ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତ୍ତନ ଭବିଷ୍ୟତ ଲାଗି ଲାଭଦାୟକ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ ମକର- ଉ,ଷାଢା- ପାରିବାରିକ ପରିସ୍ଥିତି ପୂର୍ବପରି ରହିବା ହେତୁ ବ୍ୟସ୍ତତା ଅନୁଭବ କରିପାରନ୍ତି ।
ଆଶାକରିଥିବା ଦିଗରୁ କୌଣସି ମୂଲ୍ୟବାନ୍ ଜିନିଷ ପ୍ରାପ୍ତି ହେବ ।
ବକେୟା ଟଙ୍କା ପାଇବାର ଆଶା ଉଜ୍ଜ୍ୱଳତର ହେବ ।
ଶ୍ରବଣା- ଲେଖାପଢାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବାର ବହୁତ ସମ୍ଭାବନା ଅଛି ।
କଥାବାର୍ତ୍ତାରେ ଶାଳୀନତା ଅଭାବରୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ ।
ସଭା ସମିତିରେ ପାଣ୍ଡିତ୍ୟର ପରିପ୍ରକାଶ ଯୋଗୁ ସୁସମ୍ପର୍କ ସ୍ଥାପିତ ହୋଇପାରେ ।
ଧନିଷ୍ଠା- ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନ ଆନମନା ହୋଇପାରେ ।
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକଲେ ବିବାଦ ଗ୍ରସ୍ତ ହୋଇପଡିବେ ।
ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ବୁଝିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ କୁମ୍ଭ- ଧନିଷ୍ଠା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହିତ ଦୁର୍ବଳତା ଅନୁଭବ କରିବେ ।
ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ ।
ସାହିତ୍ୟ, ଲେଖାପଢ଼ା, କ୍ରୀଡ଼ା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ।
ଶତଭିଷା- ଦୀର୍ଘଦିନରୁ ଲାଗିରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।
ବିବାଦୀୟ ଘଟଣା, ଜମିଜମା କଳହ ତଥା ମାଲିମକଦ୍ଦମା ସମାଧାନ ହୋଇଯିବ।
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ପୂ,ଭାଦ୍ରପଦ- ଭୂ- ସମ୍ପତ୍ତିରେ ଅଧିକ ପଇସା ନିବେଶ କରନ୍ତୁ ।
ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।
ଶତୃମାନେ ମଥାନତ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ମୀନ- ପୂ,ଭାଦ୍ରପଦ- କୌଣସି କାମ କରିସାରିବା ପରେ ଭଲ ମନ୍ଦବିଚାର କରି ଅସ୍ଥିର ରହିପାରନ୍ତି ।
ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ ।
ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମାନୋଭାବ ଉପୁଜିବ ।
ଉ,ଭାଦ୍ରପଦ- ଅଫିସିଆଲି କାମରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।
ପଛ କଥା ନ ଭାବି ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରିବା ଭଲ ହେବ ।
ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ ।
ରେବତୀ- ଆନୁଷ୍ଠାନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବାର ସମ୍ଭାବନା ରହିଛି ।
ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ ।
ଟଙ୍କା ପଇସାକୁ କେନ୍ଦ୍ର କରି କଳହ ଲାଗିପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
