Daily Horoscope 26th June 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Jun 26, 2026 - 08:15
Daily Horoscope 26th June 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-

ଅଶ୍ୱନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ ।
କୃତିକା- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର – ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ବୃଷ-

କୃତିକା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।
ରୋହିଣୀ- କର୍ତୁପକ୍ଷ ଆପଣଙ୍କୁ କୌଣସି  ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି
ମୃଗଶିରା- ବିଦ୍ୟାର୍ଥୀ ମାନେ  ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଘରୋଇ କାର‌୍ୟ୍ୟ ଯୋଗୁଁ ଥକା ଅନୁଭବ କରିବେ । ଜଗା ,ଜମି, ଗୃହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ 

ମିଥୁନ-

ମୃଗଶିରା- ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ରହିବ ।
ଆଦ୍ରା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । କୈାଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ ।
ପୁନର୍ବସୁ- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫    

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କର୍କଟ-

ପୁନର୍ବସୁ-ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ ।
ପୁଷ୍ୟା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।
ଅଶ୍ଲେଷା- ଜମିରେ ନିବେଶ ପାଇଁ ଭଲ ଦିନଟିଏ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ସିଂହ-

ମଘା- କିଛି ଶୁଭ ଖବର ସଙ୍ଗକୁ ଅର୍ଥଲାଭରୁ ମନ ଖୁସୀ ହୋଇଯିବ । ଭଲ ସମ୍ପର୍କ ନ ଥିବା ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି । ତରବରିଆ ଯାତ୍ରାରୁ ବିରତ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ । 
ପୂ,ଫାଲଗୁନି- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଜାଗା, ଜମି, ବାହନ ଆଦି କ୍ରୟ କରିବେ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି ।  
ଉ,ଫାଲଗୁନି- ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-

ଉ,ଫଳଗୁନି- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ 
ହସ୍ତା- ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧି ହେବା ଯୋଗେ ବିଜୟୀ ହେବେ । ମନୋରଞନ କାର‌୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।
ଚିତ୍ରା- ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ସାମାଜିକତା କ୍ଷେତ୍ରରେ ସକ୍ରିୟତା ବଢିପାରେ । ଅଚାନକ ଧନଲାଭ ହେତୁ ଆଥିକ ସ୍ଥିତି  ସୁଧାର ଆସିଯିବ ଓ ଆୟ ବୃଦ୍ଧି ହେବ

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର -  ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ତୁଳା-

ଚିତ୍ରା- ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରେମିକା, ପ୍ରେମିକ ମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ । ଭାଇ- ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ ।
ସ୍ୱାତୀ- ଆନୁଷ୍ଠାନିକ କାର‌୍ୟ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି । ପିଲାମାନଙ୍କ ଉଚ୍ଚଶିକ୍ଷା ସକାଶେ ପ୍ରାଧାନ୍ୟ ଦେଇପାରନ୍ତି । 
ବିଶାଖା- ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି । ପଡୋଶୀ ମାନେ ଈର୍ଷାପରାୟଣ ହେଲେ ବି କ୍ଷତିକାରୀ ହେବେ ନାହିଁ । ବାଣିଜ୍ୟ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ବିଛା-

ବିଶାଖା- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ ।
ଅନୁରାଧା- ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ । ପ୍ରେମିକା , ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ ।  
ଜ୍ୟେଷ୍ଠା- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ

ଧନୁ-

ମୂଳା- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ପ୍ରେମିକ ପ୍ରେମିକା ମାନେ ନିଜ ଜିବନ ସାଥୀ କୁ ନେଇ ଭବିଷ୍ୟତର ସ୍ୱପ୍ନ ଦେଖିବେ । 
ପୂ,ଷାଢା- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ଉ,ଷାଢା- ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-

ଉ,ଷାଢା- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନୀତିରେ ସୁନାମ ବଢିବା ସହ ଆୟ ଉତମ ହେବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ।
ଶ୍ରବଣା- ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ ।
ଧନିଷ୍ଠା- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଦୂରଯାତ୍ରା କରି ମନ ଖୁସି ରହିବ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ-

ଧନିଷ୍ଠା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଅସହାୟ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ
ଶତଭିଷା-ଆର୍ôଥକ କ୍ଷେତ୍ରରେ ପରିବର୍ତନ ଆସିବ । ଆନୁଷ୍ଠାନିକ କାମହାସଲ କରିବା ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଉପରେ ନିର୍ଭର କରି ପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ ।
ପୂ,ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମୀନ-

ପୂ,ଭାଦ୍ରପଦ- ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ । ପାରିବାରିକ ଜୀବନ ଶାନ୍ତିମୟ ହେବ 
ଉ,ଭାଦ୍ରପଦ- ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ ।  ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମହିଳା ମାନେ ବିଭିନ୍ନ ପ୍ରକାର ଲାଭର ସୈାଭାଗ୍ୟ ଲାଭ କରବେ ।  ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ     
ରେବତୀ- କଚେରୀ  ମାମଲା  ମାନସିକ  ସ୍ଥିତିକୁ  ବିଗାଡି ଦେଇପାରେ । ଛାତ୍ର ଛାତ୍ରୀ ମାନେ ପାଠ  ପଢାରେ ଅନ୍ୟମନସ୍କ ହୋଇ ପାରନ୍ତି । ଅଧା ଅଧୁରା କାର୍ଯ୍ୟ ପୂରଣ ହୋଇଯିବ

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ