Daily Horoscope 26th November 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ- ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ ।
କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ ।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ ।
ଜାଗା, ଜମି, ବାହନ ଆଦି କ୍ରୟ କରି ପାରିବେ ।
ଦୂର ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ପ୍ରତ୍ୟେକ କଥାରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ ।
କୃତିକା- ଛାତ୍ରଛାତ୍ରୀମାନେ ପାଠପଢାରେ ବ୍ୟସ୍ତ ରହିବେ ।
ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ ।
ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲକା କରିବାରେ ସମର୍ଥନ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର- ମହାମୃତ୍ୟୁଞୟ ମନ୍ତ୍ର ପାଠ କରନ୍ତୁ Advertisment ବୃଷ- କୃତିକା- ପରୋକ୍ଷ ଶତୃତା ଦୈନିକ ଜିବନ ଚର୍ୟ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ ।
ଛୋଟ କଥାକୁ ନେଇ ପରିବାର ଭିତରେ କଳହ ଲାଗିଲେ ସମ୍ପର୍କ ହାନି ହୋଇପାରେ ।
ଅର୍ଥ ସମ୍ମାନର ଅଭାବ ରହିବ ନାହିଁ ।
ରୋହିଣୀ- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ ।
ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ ।
ବ୍ୟବସାୟ ସହରକୁ ଯାଇ ପାରନ୍ତି ।
ମୃଗଶିରା- ଯେକୌଣସି କାର୍ଯ୍ୟରେ ହେଉନା କାହିଁକି ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି ।
ପୂର୍ବରୁ ନେଇଥିବା ସିଦ୍ଧାନ୍ତ ବଦଳାଇ ପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ ମିଥୁନ- ମୃଗଶିରା- ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।
ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ ।
କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ ।
ଆଦ୍ରା- ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନକୁ ଭ୍ରମଣ କରିବାକୁ ଯାଇ ଆନନ୍ଦ ଅନୁଭବ କରିବେ ।
ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ ।
ଚେଷ୍ଟା କରୁଥିବା କାମରେ ସଫଳତା ପାଇ ପାରନ୍ତି ।
ପୁନର୍ବସୁ- ବନ୍ଧୁଙ୍କ ସହାୟତା ଲାଭକରି କାର୍ଯ୍ୟ ହାସଲ କରିବେ ।
ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର- ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ Advertisment କର୍କଟ - ପୁନର୍ବସୁ- ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ ।
କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ ।
ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ ।
ପୁଷ୍ୟା- କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାର୍ୟ୍ୟ ପାଇବେ ।
ରାଜନୀତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ ।
ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।
ଅଶ୍ଲେଷା- ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ।
କୌଣସି ଅତ୍ୟାବଶ୍ୟକୀୟ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି ।
ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ ସିଂହ- ମଘା-ବ୍ୟବସାୟରେ ଆଶାନୁରୂପ ଫଳ ପାଇ ପାରନ୍ତି ।
ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଆଗକୁ ଯିବେ ।
ରାଜନୀତିରେ ଉଚ୍ଚ ପଦବୀ ପ୍ରାପ୍ତି ହୋଇପାରେ ।
ପୂ,ଫାଲଗୁନି- ଚଳଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହୋଇପାରନ୍ତି ।
ନୂତନ ବାହନଆଦି କ୍ରୟ କରି ପାରନ୍ତି ।
ଶିକ୍ଷା କ୍ଷେତ୍ରରେ ପରୀକ୍ଷାର ପରିଣାମ ଅନୁକୂଳ ହେବ ।
ଉ,ଫାଲଗୁନି- ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ ଦୂରେଇ ଯିବ ।
ଯାନ ବାହନ କିଣି ଖୁସି ଅନୁଭବ କରିବେ ।
ପଡୋଶୀ ଏବଂ କୁଟୁମ୍ବ ସହ ଲାଗିଥିବା କଳହର ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର- ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ କନ୍ୟା- ଉ,ଫଳଗୁନି- ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି ।
ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ ।
ବ୍ୟବସାୟରେ କୈାଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ।
ହସ୍ତା- ଆଜିର ଅଫିସ୍ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି ।
ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ ।
ସରକାରୀ କାମରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
ଚିତ୍ରା- ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି ।
ଧର୍ମକାର୍ଯ୍ୟର ଆଲୋଚନା କିମ୍ବା ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ୟ୍ୟରେ ନିଜକୁ ନିୟୋଜିତ କରିବେ ।
ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ ତୁଳା- ଚିତ୍ରା- ମହିଳା ଓ ପୁରୁଷ ସହକର୍ମୀ ମାନଙ୍କର ସମର୍ଥନ ଯୋଗୁଁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ଲାଭ ପାଇବା ସହ ଆର୍ଥିକ ସ୍ଥିତି ବୃଦ୍ଧି ହେବ ।
ସ୍ୱାତୀ- ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ ।
କର୍ମକ୍ଷେତ୍ରରେ କଠିନ ପରିଶ୍ରମ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ ।
ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ ।
ବିଶାଖା- ମାଲିମକଦ୍ଦମାରେ ଜୟଯୁକ୍ତ ହେବେ ।
ମହିଳାମାନେ ସନ୍ତାନମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ ।
କୌଣସି କାରଣରୁ ମନ ଭଲ ରହିବ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର-ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ ବିଛା- ବିଶାଖା- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ୟ୍ୟ ହାସଲ କରିବେ ।
ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ ।
ଶାରୀରିକ ଚିନ୍ତା ଦୂର ହେବ ।
ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ।
ଅନୁରାଧା- ରାଜନୀତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ ।
କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ ଜ୍ୟେଷ୍ଠା- ଆଜି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସମର୍ଥ ହୋଇପାରନ୍ତି ।
ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ ଧନୁ- ମୂଳା- ନିଜ ଚତୁଃପାଶ୍ୱର୍ରେ ରହୁଥିବା ବ୍ୟକ୍ତିବିଶେଷଙ୍କ ସାହାଯ୍ୟ ଲାଭକରି ଆଶ୍ୱସ୍ତି ଅନୁଭବ କରିବେ ।
କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ ।
ଶୁଭକାର୍ଯ୍ୟରେ ଆତ୍ମୀୟ ପ୍ରେରଣାରୁ ଉପକୃତ ହୋଇପାରନ୍ତି ।
ପୂ,ଷାଢା- ରାଜନୀତି ବିରୋଧୀ ସମ୍ମୁଖୀନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଶଂସା ମିଳିବ ।
ଯାତ୍ରା, ବାଣିଜ୍ୟ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
ଉ,ଷାଢା- ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ ।
ଭାଇ- ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହେବ ।
ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ ମକର- ଉ,ଷାଢା- କର୍ତ୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।
ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ।
ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ଶ୍ରବଣା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ ।
ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ ।
ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ଧନିଷ୍ଠା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ ।
ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।
ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ କୁମ୍ଭ- ଧନିଷ୍ଠା- ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ ।
କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ ।
କୌଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ ।
ଶତଭିଷା- ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ ।
ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।
ରାଜନୀତି ମନ ଚାହୁଁଥିବା ପଦ ପାଇବେ ।
ପୂ,ଭାଦ୍ରପଦ- ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ ।
ଶିକ୍ଷାର୍ଥୀଙ୍କ ଆଶା ସଫଳ ହେବ ।
ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ ମୀନ- ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ ।
ନିତିଦିନିଆ କାମ ସହଜରେ ପୂରା ହୋଇଯିବ ।
ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।
ଉ,ଭାଦ୍ରପଦ- ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି ।
ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି ।
ରେବତୀ- ଯାନବାହାନ ଲାଭ ସାଙ୍ଗକୁ ମନୋରଞନ ଓ ମାଙ୍ଗଳିକ କାମରେ ଖୁସିରହିବେ ।
ଅନ୍ୟର ସାହାଯ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ ।
ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
