Daily Horoscope 27th November 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ- ଅଶ୍ୱନୀ- ବ୍ୟବସାୟରେ ଲାଭବାନ୍ ହେବେ ।
ଚାକିରିରେ ପଦ ମର୍ଯ୍ୟାଦା ପ୍ରାପ୍ତ ହୋଇପାରେ ।
ସାଂସାରିକ ଜୀବନରେ ଚିନ୍ତିତ ରହିପାରନ୍ତି ।
ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।
ଦ୍ୱିଜା- ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସଙ୍ଗଲାଭରୁ ଉଚ୍ଚ ସମ୍ମାନ ଓ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି ।
ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି ।
କୃତିକା- ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।
ଜୀବନରେ ନୂଆ ସଂକେତ ମିଳିପାରେ ।
ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ Advertisment ବୃଷ- କୃତିକା- ପରିବାରର ଲୋକଙ୍କ ସହଯୋଗ ମନୋଭାବରୁ ଖୁସି ରହିବେ ।
ସାମୟିକ ପ୍ରତିବନ୍ଧକ କାରଣରୁ କର୍ମକ୍ଷେତ୍ରରେ ସୁଯୋଗର ସଦ୍ବ୍ୟବହାର କରିବା କଷ୍ଟକର ହୋଇପାରେ।
ହସ୍ତା ନକ୍ଷତ୍ର ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ ।
ରୋହିଣୀ- କର୍ମକ୍ଷେତ୍ରରେ, ସଭା ସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ପଡୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡିବେ।
କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ।
ମୃଗଶିରା- ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।
ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ ।
ଜାଗା, ଜମି, ସମ୍ପତି ଓ ଯାନବାହନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ ମିଥୁନ- ମୃଗଶିରା- ସନ୍ଦେହ ଓ ଭୁଲ ବୁଝାମଣା ହେତୁ ପରିବାରରେ କ୍ରମାଗତ ଭାବେ ସମସ୍ୟା ଲାଗିରହିପାରେ ।
ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେବାର ଆଶଙ୍କା ରହିଛି ।
ସ୍ନାୟବିକ ଦୁର୍ବଳତା ଦେଖାଦେଇପାରେ ।
ଆଦ୍ରା- ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ ।
ପିଲାମାନଙ୍କ ପାଠପଢାକୁ ନେଇ ଖୁସି ରହିବେ ।
ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।
ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଂଶସିତ ହେବେ ।
ପୁନର୍ବସୁ- ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।
ଘର ପାଇଁ ଆସବାବ କ୍ରୟ କରିବେ ।
ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ Advertisment କର୍କଟ- ପୁନର୍ବସୁ- କାର୍ଯ୍ୟସିଦ୍ଧିରୁ ମନ ପ୍ରଫୁଲ୍ଲିତ ରହିବ।
ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ।
ବନ୍ଧୁ ସହଯୋଗ ଓ ସମ୍ମାନ ପାଇ ଖୁସି ହେବେ।
କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ ।
ପୁଷ୍ୟା- ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।
ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ ।
ବାକି ଥିବା ଅର୍ଥ ପାଇବା ପରେ ବ୍ୟବସାୟୀ ମାନେ ନୂତନ ବ୍ୟବସାୟର ପରିକଳ୍ପନା କରିବେ ।
ଅଶ୍ଲେଷା- ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ ।
ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।
ଆନୁଷ୍ଠାନିକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ ସିଂହ- ମଘା- ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ ।
ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ ।
ପୂ,ଫାଲଗୁନି- ଆପଣ ଅନେକ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ନିଜର ଜ୍ଞାନକୁ ବ୍ୟବହାର କରିବେ ।
ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ ।
ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ ।
ଉ,ଫାଲଗୁନି- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି ।
କ୍ଷମତା ଶାଳୀ ହେବାର ସୁଯୋଗ ଆସିବ ।
ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି ।
ଆପଣଙ୍କ କାମରେ ଅନ୍ୟମାନଙ୍କୁ ଖୁସି କରିପାରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ କନ୍ୟା- ଉ,ଫଳଗୁନି- ପାରିବାରିକ କ୍ଷେତ୍ରରେ ନିଜ ନିଷ୍ପତ୍ତିକୁ ହଠାତ୍ ବଦଳାଇପାରନ୍ତି ।
ପରୋକ୍ଷ ଶତ୍ରୁତା କାରଣରୁ ସତର୍କରେ ନଚଳିଲେ ବିବାଦ ଭିତରକୁ ଟାଣି ହୋଇ ପାରନ୍ତି।
ଚେଷ୍ଠା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ ।
ହସ୍ତା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ ।
ମହିଳା ମାନେ ମାନସିକ ଶାନ୍ତି ପାଇବେ ।
ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।
ଚିତ୍ରା- ସାମୟିକ ମନରେ ଅଶାନ୍ତି ସୃଷ୍ଟି ହେଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ।
ଛାତ୍ରଛାତ୍ରୀ ମାନେ ପଢା ପାଇଁ ବିଦେଶକୁ ଯାଇପାରନ୍ତି ।
ଉତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ ତୁଳା- ଚିତ୍ରା- ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିପାରେ ।
ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।
ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ ।
ସ୍ୱାତୀ- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ ।
ଭଗବାନ୍କୁ ଆରଧନା ଦ୍ୱାରା ମନସ୍କାମନା ପୂରଣ ହେବ ।
ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।
ବିଶାଖା- ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ ।
ଅଚିହ୍ନା ଲୋକଙ୍କଠାରୁ ସାହାର୍ଯ୍ୟ ପାଇବେ ।
ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ ବିଛା- ବିଶାଖା- ସାମୟିକ ଭାବରେ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି ।
ନିକଟ ସମ୍ପର୍କୀୟଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ।
ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ ।
ଅନୁରାଧା- ରାଜନୀତି, ଅଧ୍ୟୟନ ଓ ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ।
ସାହିତ୍ୟ, କ୍ରୀଡ଼ା କ୍ଷେତ୍ରରେ ସୁନାମ ଅର୍ଜିବେ।
ପରୋକ୍ଷ ଶତ୍ରୁତା କାରଣରୁ କାମଟିକୁ ସମ୍ପନ୍ନ କରିପାରିବେ ନାହିଁ ।
ଜ୍ୟେଷ୍ଠା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।
ମହିଳା ମାନେ ଦୁଃଖିତ ରହିବେ ।ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ବିଦ୍ଧି ପୂର୍ବକ ଶିବଙ୍କର ପୂଜା କରନ୍ତୁ ଧନୁ- ମୂଳା- ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।
ଆଧ୍ୟାତ୍ମିକ ଆଲୋଚନାରେ ସମୟ ବିତାଇବେ ।
ନିଜର ଦୋଷ ତୃଟି ସ୍ୱକାର କରିବେ ।
ପୂ,ଷାଢା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ ।
ମହିଳା ମାନେ ଉଚ୍ଚମନା ରହିବେ ।
ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।
ଉ,ଷାଢା- ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ ।
କୈାଣସି କାର୍ଯ୍ୟରେ ସଫଳତାରେ ବିଘ୍ନ ଆସିପାରେ ।
ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ ମକର- ଉ,ଷାଢା- ଶାରିରୀକ କ୍ଳାନ୍ତି ଓ ଅବସାଦ ଅନୁଭବ କରିବେ।
ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି।
ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ ।
ଶ୍ରବଣା- କର୍ମ କ୍ଷେତ୍ରରେ ନିଯୁକ୍ତି ପାଇଁ ଚେଷ୍ଟା କରିବେ ।
ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିପାରନ୍ତି।
ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ ।
ଧନିଷ୍ଠା- ମହିଳା ମାନେ ଉଦାର ସ୍ୱଭାବ ରହିବେ ।
ଉତ୍ତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି ।
ଖେଳ କୁଦରେ ଖୁସି ରହିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ କୁମ୍ଭ- ଧନିଷ୍ଠା- ପାରିପାରିକ ଜୀବନ ସୁଖମୟ ହୋଇପାରେ ।
ଦୀର୍ଘଦିନରୁ ଭାଙ୍ଗିପଡିଥିବା କୈାଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ ।
ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ ।
ଶତଭିଷା- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି ।
ରାଜନୀତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ ।
ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।
ପୂ,ଭାଦ୍ରପଦ- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ।
ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି ।
ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ ମୀନ- ପୂ,ଭାଦ୍ରପଦ- ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ ।
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ବଢି ବଢି ଯାଉଥିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ ।
ଆପଣ ସଂକୋଚ ବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ।
ଉ,ଭାଦ୍ରପଦ- ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରି ପାରନ୍ତି।
ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୈାଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ।
ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ।
ରେବତୀ- ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବାରେ ସମର୍ଥ ହେବେ।
ଭୁଲ୍ ବୁଝାମଣାରୁ ମାନସିକ ଅବସାଦ ଦେଖାଦେଇପାରେ ।
ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
