Daily Horoscope 29th June 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ
ଅଶ୍ୱନୀ – ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।
ଦ୍ୱିଜା – ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।
କୃତିକା – ଏକାଡେମିକ୍ କାର୍ଯ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଆୟର ଉତ୍ସ ବୃଦ୍ଧି ପାଇବା ଫଳରେ , ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ
ବୃଷ-
କୃତିକା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବନ୍ଧୁଙ୍କ ସାହାର୍ୟ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ୟ୍ୟରେ ସଫଳତାପାଇବେ । ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ରୋହିଣୀ- କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ ।
ମୃଗଶିରା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ
ମୃଗଶିରା - ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
ଆଦ୍ରା - ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ ।
ପୁନର୍ବସୁ - ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ଘରକୁ ବନ୍ଧୁ ଆସିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ କାରବାରରେ ଆପଣଙ୍କର ବହୁତ ଲାଭ ହେବ ।
ପୁଷ୍ୟା- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ବେପାର ବୃତିରୁ ସଫଳତା ହାସଲ କରିବେ । ଜୀବନ ସାଥି ଆପଣଙ୍କର ପ୍ରଂଶସା କରିବେ । ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ ।
ଅଶ୍ଲେଷା- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ
ମଘା – ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ ।
ପୂ , ଫାଲଗୁନୀ - ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ଶିକ୍ଷାର୍ଥୀ ମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।
ଉ ,ଫାଲଗୁନୀ – କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା-
ଉ,ଫଳଗୁନି- ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି । ଶାରିରୀକ ଦୁର୍ବଳତା ଦେଖାଦେବ । ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି ।
ହସ୍ତା- ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ସରକାରୀ କାମରେ ସଫଳତା ପାଇବେ । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଚିତ୍ରା- ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସୂର୍ୟ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ
ତୁଳା -
ଚିତ୍ରା – ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ବିଦେଶରେ ଥିବା ସପଂର୍କୀୟଙ୍କ ସହିତ କଥା ହେବା ପାଇଁ ସୁଯୋଗ ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ ।
ସ୍ୱାତୀ – ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ସହିତ ଭାତୃ ସଂପର୍କରେ ଉନ୍ନତି ଘଟିବ । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି ।
ବିଶାଖା – ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ
ବିଛା-
ବିଶାଖା- ବାନ୍ଧବୀଙ୍କ ଠାରୁ ଶୁଭ ଖବର ଶୁଣିବାକୁ ପାଇବେ । ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ ।
ଅନୁରାଧା- ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ। ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।
ଜ୍ୟେଷ୍ଠା- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଧନୁ
ମୂଳା – ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାର୍ୟ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ ।
ପୂ , ଷାଢା – ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ
ଉ , ଷାଢା – ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ
ମକର-
ଉ,ଷାଢା- କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ରାଜନୀତିରେ ମନକାମନା ପୂରଣ ହେବ
ଶ୍ରବଣା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର୍ୟ୍ୟରେ ଆପଣଙ୍କ ରୁଚି ବଢିବ ।
ଧନିଷ୍ଠା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳା ମାନେ ମନରେ ନୂଆ ନୂଆ ବିଚାର ଆସିବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
କୁମ୍ଭ
ଧନିଷ୍ଠା – ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
ଶତଭିଷା – ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ ।
ପୂ , ଭାଦ୍ରପଦ – ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରରେ ନୂଆ କିର୍ତୀ ମାନ ସ୍ଥାପନ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ମନରେ ଦୁଶ୍ଚିନ୍ତା ବଢିବ । ପାରିବାରିକ ମାଙ୍ଗଳିକ କାର୍ୟ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ ।
ଉ,ଭାଦ୍ରପଦ- ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ
ରେବତୀ- ଜମିରେ ନିବେଶ ପାଇଁ ଶୁଭ ରହିବ । ମହିଳା ମାନେ ସୁଖି ରହିବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ