Daily Horoscope 3rd Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ମାନସିକ ସ୍ଥିରତା ଦେଖାଦେବ। କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ। ବ୍ୟବସାୟ ଓ ପେସାଦାରମାନେ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ବଜାୟ ରହିବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ସମ୍ପର୍କୀୟମାନଙ୍କର ସାହାଯ୍ୟ ପାଇବା କାରଣରୁ ଆର୍ଥିକ ଉନ୍ନତି ପାଇପାରିବେ।
କୃତିକା- ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ମହିଳାମାନେ ଟିକେ ମାନସିକ ଚାପରେ ରହିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ଦତ୍ତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ।
ବୃଷ-
କୃତିକା- ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ। ଖାଦ୍ୟ ଏବଂ ପାନୀୟ ଉପରେ ଧ୍ୟାନ ରଖନ୍ତୁ। ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ।
ରୋହିଣୀ- ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ। ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ। କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମୃଗଶିରା- ବ୍ୟକ୍ତିଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି। ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ। କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ।
ମିଥୁନ-
ମୃଗଶିରା- ରୋଗ ସାମୟିକ ହେଲେ ମଧ୍ୟ, ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ। ପରିବାରର ସମ୍ପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ।
ଆଦ୍ରା- କେତେକ ନୂତନ ସୁଯୋଗ ସହିତ ଅର୍ଥଲାଭ ସୁଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ମହିଳାମାନେ କେତେକ ସୁବିଧା ସୁଯୋଗ ଲାଭ କରିବେ।
ପୁନର୍ବସୁ- ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ। ମାଲିମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ମହିଳାମାନଙ୍କର ସଂଗୀତ କ୍ଷେତ୍ରରେ ରୁଚି ରହିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ।
କର୍କଟ-
ପୁନର୍ବସୁ- ଦେହପୀଡାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ। ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ। ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ।
ପୁଷ୍ୟା- ରାଜନେତା ନୂଆ କାଯ୍ୟଭାର ଗ୍ରହଣ କରିବେ। ଛାତ୍ରଛାତ୍ରୀ ମାନେ ପଢାରେ ଭଲ ସଫଳତା ଆଣିବେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। କର୍ମ କ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ।
ଅଶ୍ଲେଷା- କୋର୍ଟ କଚେରୀ ମାମଲାଠୁ ଦୂରରେ ରୁହନ୍ତୁ। ଅର୍ଥ ସମ୍ମାନର ଅଭାବ ରହିବ ନାହିଁ। ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ। ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ। କର୍ତ୍ତବ୍ୟ ନିଷ୍ଠା ଯୋଗୁଁ ସମସ୍ତଙ୍କର ଆଦର ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶ୍ୱରୀଙ୍କ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି।
ସିଂହ-
ମଘା- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟରେ ଉତ୍ସାହପୂର୍ଣ୍ଣ ହେବ। କୈାଣସି ଆତ୍ମୀୟଙ୍କ ନକାରାତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ। କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ।
ପୂ,ଫାଲଗୁନି- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବେ। ଶିକ୍ଷାକ୍ଷେତ୍ରରେ ଲକ୍ଷ୍ୟସ୍ଥଳରେ ପହଞ୍ଚାଇବାକୁ ଚେଷ୍ଟା କରିବେ।
ଉ,ଫାଲଗୁନି- ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ। ଶାରୀରିକ ଅସୁସ୍ଥତା ସୃଷ୍ଟି ହୋଇପାରେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବା ସହ ଆଶା ଆଶ୍ୱାସନା ଲାଭ କରିବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ।
କନ୍ୟା-
ଉ,ଫଳଗୁନି- ଶାରୀରିକ ସୁସ୍ଥତା ବଜାଇ ରଖିବା ସହିତ ଯନ୍ତ୍ରଣାରୁ ମୁକ୍ତି ପାଇବେ। ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ। ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ।
ହସ୍ତା- ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ। ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ। ଆପଣଙ୍କର ଅଧ୍ୟୟନରେ ବାଧା ଆସିପାରେ।
ଚିତ୍ରା- ନିଜ ପରିସରରେ ଜଣେ ବନ୍ଧୁ ସାହାଯ୍ୟରେ ପ୍ରତିଶୃତି ଦେବେ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ। ଯାନବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।
ତୁଳା-
ଚିତ୍ରା- ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। କାର୍ଯ୍ୟରେ ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବିଶେଷ ବାଧିବ ନାହିଁ।
ସ୍ୱାତୀ- ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ। ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି। ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ।
ବିଶାଖା- ବିଦେଶ ଭ୍ରମଣର ଯୋଗ ରହିଛି। ସଞ୍ଚିତ ଅର୍ଥ ବ୍ୟୟ ହୋଇପାରେ। ଭୂ-ସମ୍ପତ୍ତିକୁ ନେଇ ଚିନ୍ତାରେ ରହିବେ। ମହିଳାମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଆରଧନା କରନ୍ତୁ।
ବିଛା-
ବିଶାଖା- ସ୍ୱାସ୍ଥ୍ୟ ଠିକ୍ ରହିବ ଏବଂ କୌଣସି କାମ ଅଟକି ରହିବ ନାହିଁ। ଭାଙ୍ଗିପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠା ହୋଇପାରେ। ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ।
ଅନୁରାଧା- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ। ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବେ। ପଡୋଶୀଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ। ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ।
ଜ୍ୟେଷ୍ଠା- କଳା, ସାହିତ୍ୟ, ଗବେଷଣା, ବାଣିଜ୍ୟ ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି କରିପାରନ୍ତି। ଜମିଜମା, ଯାନବାହନ ଓ ଲୋକସମ୍ପର୍କ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଆପଣଙ୍କ ନୀରବତାକୁ ସମ୍ପର୍କୀୟମାନେ ଭିନ୍ନ ଦୃଷ୍ଟିକୋଣରୁ ବିଚାର କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।
ଧନୁ-
ମୂଳା- ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ। ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ। ପରିବାରରେ ହସ ଖୁସିର ପରିବେଶ ରହିବ।
ପୂ,ଷାଢା- ରାଜନୀତିରେ ଶତ୍ରୁ ଓ ବିରୋଧିମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ମନସ୍ତାପ ଭିତରେ ଚାକିରି କ୍ଷେତ୍ରରେ ସମ୍ମାନ ବଢିବ।
ଉ,ଷାଢା- ମାଲିମକଦ୍ଦମାରେ ଚିନ୍ତାଗ୍ରସ୍ତ ରହିବେ। ମହିଳାମାନେ ନକାରାତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ। ଗଣମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ପୂଜାର୍ଚ୍ଚନା କରନ୍ତୁ।
ମକର-
ଉ,ଷାଢା- ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର କାରଣ ହୋଇପାରେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ।
ଶ୍ରବଣା- କର୍ମ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି, ଅର୍ଥ ଓ ସମ୍ମାନ ଲାଭ କରିବାରେ ସଫଳ ହେବେ। ରାଜନୈତିକ ସ୍ତରରେ ହଠାତ୍ ବିରୋଧୀ ପକ୍ଷ ସକ୍ରିୟ ହୋଇପାରନ୍ତି। ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ।
ଧନିଷ୍ଠା- ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି। କ୍ରିଡା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିପାରେ। ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।
କୁମ୍ଭ-
ଧନିଷ୍ଠା- ହଠାତ୍ ବାୟୁରୋଗ ଦେଖା ଦେଇପାରେ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରି ପାରବେ ନାହିଁ। ସ୍ଥଗିତ ଥିବା କର୍ମଟି ପୂରଣ ହେବା ସହ ଆର୍ଥିକ ସଙ୍କଟ ଦୂରେଇ ଯାଇପାରେ।
ଶତଭିଷା- ବ୍ୟବସାୟୀମାନେ ବିନା ପରିଶ୍ରମରେ ଅଧିକ ଲାଭବାନ୍ ହେବେ। କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ। ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଚାକିରି କ୍ଷେତ୍ରରେ ପଦୋନ୍ନତି ହୋଇପାରେ।
ପୂ,ଭାଦ୍ରପଦ- ଉଚ୍ଚ କର୍ମକର୍ତ୍ତାମାନେ ଆପଣଙ୍କ ଉପରେ ଖୁସି ହେବାର ଆଶା ଦେଖାଦେବ। ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ। ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।
ମୀନ-
ପୂ,ଭାଦ୍ରପଦ- ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ। ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ। ଦମ୍ପତିମାନଙ୍କର ସନ୍ତାନ ଲାଭର ଯୋଗ ରହିଛି। ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ।
ଉ,ଭାଦ୍ରପଦ- ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ। ଅସ୍ଥାବର ସମ୍ପତ୍ତି କିଣିବା ର ସୁଯୋଗ ମିଳିପାରେ। ବିଦ୍ୟାର୍ଥୀମାନେ ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ।
ରେବତୀ- ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। ଯାତ୍ରା ସମୟରେ ଯାନବାହନରେ ସତର୍କ ରହିବା ଭଲ ନଚେତ୍ କୌଣସି ଅପ୍ରୀତିକର ପରିସ୍ଥତର ସାମ୍ନା କରିବାକୁ ପଡିପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନଙ୍କୁ ପ୍ରଣାମ କରନ୍ତୁ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।