Daily Horoscope 5th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ବ୍ୟବସାୟରେ ମଧ୍ୟମ ଧରଣର ଲାଭ ପାଇବେ । ଆପଣଙ୍କୁ ଅର୍ଥଲାଭ ସାଙ୍ଗକୁ ବାକ୍ ବିଳାସ ପ୍ରଦାନ କରିବ। କର୍ମଜୀବିମାନେ କର୍ମ ପ୍ରବଣତା ଦେଖାଇବେ ।
ଦ୍ୱିଜା- ଅସୁବିଧାଜନକ ସ୍ଥିତିରେ ଗୁରୁଜନଙ୍କ ବାଣୀ ମନରେ ଆଶ୍ୱସ୍ତି ଭରିପାରେ। ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଅନ୍ୟମାନଙ୍କ କାମରେ ନିଜକୁ ମଜ୍ଜାଇ ରଖି ପ୍ରଶଂସିତ ହେବେ।
କୃତିକା- ମହିଳା ମାନେ ନାନା ସମସ୍ୟା ଭିତରେ ଗତି କରିବେ । ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇଯିବେ । ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ-
କୃତିକା- ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି ।
ରୋହିଣୀ- ସାମାଜିକ ସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ବ୍ୟବସାୟରେ ସହରକୁ ଯାଇ ପାରନ୍ତି ।
ମୃଗଶିରା- ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଗୋ ମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ-
ମୃଗଶିରା-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ ହେବ । ନୂଆ କାମରେ ଘର ଲୋକ ସାହାଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ ହେବ ।
ଆଦ୍ରା- ବିଦ୍ୟାର୍ଥୀ ପାଠପଢାରେ ଧ୍ୟାନ ଦେବେ । ନୂତନ ଚାକିରୀରେ ପ୍ରତିଷ୍ଠିତ ହେବେ । ପ୍ରଶାସନିକ କ୍ଷେତ୍ରରେ ଶୁଭ ଫଳଲାଭ ପାଇପାରିବେ ।
ପୁନର୍ବସୁ- ପରିବାରର ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଅନ୍ୟମାନଙ୍କୁ ଖୁସିରେ ରଖିବା ସକାଶେ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ବିଫଳ ହୋଇପାରନ୍ତି। ନୂତନ ପ୍ରକଳ୍ପ ଆରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ପୁନର୍ବସୁ- ପ୍ରେମ ସମ୍ପର୍କରେ ମଧୁରତା ବଢିବ । ଅଫିସ କାମ ମନ୍ଥର ଗତିରେ ପୂରା ହେବ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ ।
ପୁଷ୍ୟା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ ମାତ୍ର ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।
ଅଶ୍ଲେଷା- ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି । ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣମାଧ୍ୟମରେ ସହଯୋଗ ଦେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା-ପରିବାରରେ ପିଲାମାନଙ୍କ ମେଳରେ ଖୁସିରେ ସମୟ କାଟିବେ । ଗ୍ରାହକଙ୍କ ସହ ତର୍କ ବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ସାମାନ୍ୟ କ୍ଷତି ହୋଇପାରେ । ଚର୍ମ ରୋଗ ଦେଖାଦେଇପାରେ ।
ପୂ,ଫାଲଗୁନି- ଚାକିରୀରେ ସମସ୍ୟା ଦେଖାଦେବା ସହ ସ୍ଥାନାନ୍ତରଣର ଯୋଗ ରହିଛି । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଯତ୍ନଶୀଳ ରହିଲେ ସଫଳତା ପ୍ରାପ୍ତ କରିବେ । ରାଜନିତିରେ ଦଳୀୟ ବିବାଦ ଉପୁଜିପାରେ ।
ଉ,ଫାଲଗୁନି- ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ । ଆଜି ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଉ,ଫଳଗୁନି- ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।
ହସ୍ତା- ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ ।
ଚିତ୍ରା- ଅଧିକ ଖର୍ଚ୍ଚକରି ଭୂମିକ୍ରୟ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ
ତୁଳା-
ଚିତ୍ରା- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଅସହାୟ ଓ ଅଶକ୍ତ ଲୋକଙ୍କୁ ସହେଯାଗ କରିବା ପାଇଁ ହାତ ବଢେଇବେ । କେତେକ କାମ ଅଧାରେ ଅଟକି ଯିବା କାରଣରୁ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିବେ।
ସ୍ୱାତୀ- ମାନସିକ ସ୍ଥିତି ଠିକ୍ ରହିବ। କାମଗୁଡ଼ିକୁ ସମ୍ପନ୍ନ କରିବାରେ ଆନୁଷଙ୍ଗିକ ସୁବିଧା ସୁଯୋଗ ଅବଶ୍ୟ ପାଇବେ। ଅବହେଳାଜନିତ ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ।
ବିଶାଖା- ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ନୂଆ ଦାୟିତ୍ବ ମିଳିପାରେ। ପ୍ରତିଯୋଗିତାରେ ଖୁବ୍ ଭଲ କରିବେ । ମହିଳା ମାନେ କୈାଣସି ଅଜଣା ବିପଦରେ ପଡି ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ବିଛା-
ବିଶାଖା- ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ଭାତୃ ବିବାଦରୁ ଦୂରେଇ ଯିବ । ପରିବାରରେ ଗୁରୁଜନମାନେ ସନ୍ତାନ ମାନଙ୍କୁ ନେଇ ଚିନ୍ତା କରିପାରନ୍ତି । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଆବଶ୍ୟକ ।
ଅନୁରାଧା- ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ । ଲକ୍ଷ୍ୟ ହାସଲରେ ସମର୍ଥ ହେବେ ଓ ସଫଳତା ମଧ୍ୟ ପାଇବେ ।
ଜ୍ୟେଷ୍ଠା- ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । ଘରୋଇ କଳହକୁ ନେଇ ଜମିକୁ ଭାଗ କରି ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଛଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ ।
ପୂ,ଷାଢା- ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଛାତ୍ରଙ୍କର ଲେଖାପଢ଼ାରେ ମନ ଲାଗିବ । ଆପଣଙ୍କ ଆତ୍ମବିଶ୍ୱାସ ଉଚ୍ଚ ରହିବ ।
ଉ,ଷାଢା- କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ଉ,ଷାଢା- ଯୋଗାଯୋଗ ଅଭାବ ହେତୁ ସମ୍ପର୍କ ମଧ୍ୟରେ ଦୂରତା ରହିପାରେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ ।
ଶ୍ରବଣା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।
ଧନିଷ୍ଠା-- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଧନିଷ୍ଠା- ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବ ଓ ଆର୍ଥିକ ସ୍ଥିତି ପୂର୍ବପରି ରହିବ।
ଶତଭିଷା- ସରକାରୀ କ୍ଷେତ୍ରରେ ପରୀକ୍ଷା ଦେଲେ ଉତିର୍ଣ୍ଣ ହେବେ । ଆର୍ଥିକ କ୍ଷେତ୍ରରେ ଉତମ ପରିମାଣ ପ୍ରାପ୍ତ ହେବ । ଦୃଢସଂକଳ୍ପ ଓ ଆତ୍ମବିଶ୍ୱାସ ଭରପୁର ରହିବ ।
ପୂ,ଭାଦ୍ରପଦ- ପୈତୃକ ସମ୍ପତ୍ତିକୁ ନେଇ ଦୁଇଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ ହେବେ । ଭାତୃବିବାଦ ଉପୁଜି ପାରେ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଉତ୍ତମ ଫଖ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
ପୂ,ଭାଦ୍ରପଦ- ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବନ୍ଧୁଙ୍କ ସହେଯାଗରେ କେତେକ ସମସ୍ୟାର ସମାଧାନ ହେବ ।
ଉ,ଭାଦ୍ରପଦ- ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ର କରି ଉଚ୍ଚ ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।
ରେବତୀ- ଧନ ସମ୍ପତି ବୃଦ୍ଧି ହୋଇପାରେ । ପଡୋଶୀ ମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।