Daily Horoscope 5th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । କଠିନ ଶ୍ରମଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ ।
ଦ୍ୱିଜା- ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ । ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ ।ଅର୍ଥ ସାହାଯ୍ୟ ସମ୍ବନ୍ଧରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବେ ।
କୃତିକା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ଷଡଯନ୍ତ୍ରର ଶିକାର ହୋଇ ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା- ୯
ପ୍ରତିକାର- ଗରିବ ଲୋକଙ୍କୁ ଖାଦ୍ୟ ଏବଂ ବସ୍ତ୍ର ଦାନ କରନ୍ତୁ ।
ବୃଷ-
କୃତିକା- ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆପଣ ନିଜପାଇଁ ସମୟ ବାହାର କରିପାରିବେ ।
ରୋହିଣୀ- କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ ।
ମୃଗଶିରା- ଚାକିରିରେ ସହକର୍ମୀ ମାନେ ଅସହଯୋଗ କରିବେ । ରାଜନୀତିରେ ଦଳୀୟ ନେତାଙ୍କ ଠାରୁ ସାବଧାନ୍ ରୁହନ୍ତୁ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ମୃଗଶିରା- ପୁରୁଣା ସାଙ୍ଗ ମାନଙ୍କ ସହିତ ଦୂର ଭ୍ରମଣରେ ଯାଇ ପାରନ୍ତି । କୌଣସି କାର୍ଯ୍ୟରେ ବ୍ୟସ୍ତ ବହୁଳ ରହିବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି ।
ଆଦ୍ରା- ରାଜନୈତିକ ସମ୍ମାନ ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ଭଲ ପ୍ରଦର୍ଶନ କରିବେ । ବ୍ୟବସାୟକୁ ନୂଆ ପ୍ରଣାଳୀରେ ଆରମ୍ଭ କରିବାକୁ ଚେଷ୍ଟା କରିବେ । ଉଦାସିନତା ଓ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ ।
ପୁନର୍ବସୁ- ଜମି କିଣିବା ଲାଗି ସୁନ୍ଦର ସୁଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । କଳା, ସହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ବିବାଦର ଅବସାନ ଘଟିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ବିଷ୍ଣୁଙ୍କ ସହସ୍ର ପାଠ ନାମ କରନ୍ତୁ ।
କର୍କଟ-
ପୁନର୍ବସୁ- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ନିଜର ଅହଂଭାବ ଯୋଗୁ କୈାଣସି କାର୍ଯ୍ୟ ଠିକ୍ ଭାବରେ କରି ପାରିବେ ନାହିଁ ।
ପୁଷ୍ୟା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ରାଜନୈତିକ ସାହାଯ୍ୟର ସହଯୋଗ ମିଳିବ । ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇ ପାରନ୍ତି ।
ଅଶ୍ଲେଷା- ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ସମ୍ପତି ବିକ୍ରୟ ବେଳେ ତରବରିଆ ଭାବେ ନିଷ୍ପତି ନିଅନ୍ତୁ ନାହିଁ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ସିଂହ-
ମଘା- ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଘରକୁ ଅତିଥୀ ଆସିବାର ସମ୍ଭାବନା ରହିଛି ।
ପୂ,ଫାଲଗୁନି- ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷୟକ୍ଷତି ଦେଖା ଦେଇପାରେ ।
ଉ,ଫାଲଗୁନି- ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
କନ୍ୟା-
ଉ,ଫଳଗୁନି- ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି।
ହସ୍ତା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମହିଳା ମାନେ ବନ୍ଧୁପ୍ରିୟ ରହିବେ ।
ଚିତ୍ରା- ଲୋକ କଲ୍ୟାଣ କାର୍ଯ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସୁ- ସମାଧାନ ହୋଇପାରେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ବ୍ୟବସାୟୀ ମାନେ କମ୍ ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି ।
ସ୍ୱାତୀ- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ ।ପଡୋଶି ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି ।
ବିଶାଖା- ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଆଇନର ଆଶ୍ରୟ ନେଇ ପାରନ୍ତି । କଚେରୀ ମାମଲାରେ ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ବିଛା-
ବିଶାଖା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ ।
ଅନୁରାଧା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।
ଜ୍ୟେଷ୍ଠା- ରାଜନୀତିରେ କିଛି ବିଶେଷ କଥା ଆଲୋଚନା କରିବେ । କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ମୂଳା- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ ।ବନ୍ଧୁଙ୍କ ସାହାର୍ୟ୍ୟ ଦ୍ୱାରା କଠିନ କାର୍ୟ୍ୟ କରିବେ । ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ।
ପୂ,ଷାଢା- ଚାକିରିରେ ପ୍ରାଧାନ୍ୟ ବଜାୟ ରହିବ । ଶିକ୍ଷାର୍ଥୀମାନେ ଭାବନା ଉପରେ ନିୟନ୍ତ୍ରଣ ରଖିଲେ ଶିକ୍ଷା ଲାଭ କରି ପାରିବେ । ରାଜନୀତିରେ ଲୋକପ୍ରିୟତା ଦେଖା ଦେବ ।
ଉ,ଷାଢା- ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
ଉ,ଷାଢା- ଭାତୃ ସଂପର୍କରେ ଉନ୍ନତି ଘଟିବ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ ।
ଶ୍ରବଣା- ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ଧନିଷ୍ଠା- ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ବୈବାହିକ ଜୀବନକୁ ଅଧିକ ସୁଖମୟ ବନେଇବାର ଚେଷ୍ଟା ଆଶାରୁ ଅଧିକ ରଙ୍ଗ ଆଣିବ ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି ।
ଶତଭିଷା- ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନୀତିରେ ବିଶ୍ୱାସୀ ଲୋକ ମାନେ ଧୋକା ଦେବେ । ବ୍ୟବସାୟରେ କ୍ଷତି ଯୋଗୁ ମନ ଅଶାନ୍ତିରେ ରହିବ ।
ପୂ,ଭାଦ୍ରପଦ- ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ମନୋରଞ୍ଜନ କ୍ଷେତ୍ରରେ ବେଶୀ ଗୁରୁତ୍ୱ ଦେଇ ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ-
ପୂ,ଭାଦ୍ରପଦ- ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।
ଉ,ଭାଦ୍ରପଦ- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ରେବତୀ- ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ