Daily Horoscope 6th Aug 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ
ମେଷ-
ଅଶ୍ୱନୀ- କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକଙ୍କ ସହାୟତ ଯୋଗୁଁ ଲାଭବାନ ହୋଇପାରନ୍ତି କ୍ଷ ଘରୋଇ ଜୀବନ ସୁଖ, ଶାନ୍ତିମୟ ହେବ ।
ଦ୍ୱିଜା- କାର୍ଯ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଅସ୍ଥିରତା ମନ ରହିବ, ମାନସିକ ଦୁଃଚିନ୍ତା ଲାଗି ରହିବ ।
କୃତିକା- କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
କୃତିକା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଆଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଜୀବନ ସାଥୀଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।
ରୋହିଣୀ- କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି ।
ମୃଗଶିରା- ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ସମ୍ପତି କିଣିବାର ଯୋଗ ରହିଛି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ମୃଗଶିରା- କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି ।
ଆଦ୍ରା- ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ । ପ୍ରେମ ପ୍ରସଙ୍ଗ ପ୍ରତି ବିଶ୍ୱାସ ବଢିପାରେ ।
ପୁନର୍ବସୁ- ରାଜନୀତିରେ ଲୋକଙ୍କ ପ୍ରିୟ ରହିବେ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ କ୍ଷ ମହିଳା ମାନେ ପୂଜାପାଠରେ ମନ ଲଗାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ ।
ପୁଷ୍ୟା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକରାତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।
ଅଶ୍ଲେଷା- ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । କ୍ରୀଡା,ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ସିଂହ-
ମଘା- ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ରୋଗରେ କଷ୍ଟ ପାଇବେ ।
ପୂ,ଫାଲଗୁନି- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ କ୍ଷ ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷଟିଏ କିଣିକି ଆଣିବାରେ ସମର୍ଥ ହେବେ
ଉ,ଫାଲଗୁନି- ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନିଜର ଲୋକମାନେ ମଧ୍ୟ ବିରୁଦ୍ଧାଚରଣ କରିପାରନ୍ତି । ସାମାଜିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ
କନ୍ୟା-
ଉ,ଫଳଗୁନି- ପାରିବାରି ଜୀବନ ହସ, ଖୁସିରେ କଟିବ । ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ ।
ହସ୍ତା- ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ ।
ଚିତ୍ରା- ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତ୍ୱକୁ ପ୍ରେରଣା ଦେବେ । ଅସ୍ଥିର ମନ ଯୋଗୁ କୌଣସି କାମ ଠିକ୍ ଭାବେ କରିପାରିବେ ନାହିଁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚିତ୍ରା- ପାରିବାରି ଜୀବନ ହସ, ଖୁସିରେ କଟିବ । ଚାକିରିରେ ପ୍ରାଧ୍ୟାନ ବଜାୟୀ ରଖିବେ । ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି ।
ସ୍ୱାତୀ- କର୍ମଜୀବି ମାନେ କର୍ମପ୍ରବଣତା ପ୍ରିତି ବୃଦ୍ଧି ପାଇବ । ରାଜନୈତିକ ଜୀବନ ଉତ୍ଥାନ୍ ପତନରେ ଗତି କରିବେ । ବିଶ୍ୱାସି ଲୋକ ବିଶ୍ୱାସଘାତ କାମ କରିପାରନ୍ତି । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।
ବିଶାଖା- ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ଆଇନ, ଅଦାଲତରେ ଜଡିତ ରହିବେ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ମନକୁ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ବିବାଦୀୟ ଚିନ୍ତାଧାରା ପାଇଁ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି ।
ଅନୁରାଧା- ଆଲୋଚନାର ଶେଷ ପର୍ଯ୍ୟାୟରେ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିବେ। ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ।
ଜ୍ୟେଷ୍ଠା- ସଭାସମିତିରେ ଆଲୋଚନା କାଳରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହିବା ଭଲ ହେବ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମନ୍ଦାର ଫୁଲକୁ ସୂର୍ୟ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ମୂଳା- ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ ।
ପୂ,ଷାଢା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମହିଳା ମାନେ କଠିନ ପରିଶ୍ରମ କରିବେ ।
ଉ,ଷାଢା- ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଂଶସିତ ହେବେ । ଉପରିସ୍ଥିଙ୍କ ଆଦେଶାନୁକ୍ରମେ ଦୂରଯାତ୍ରାର ସୁଯୋଗ ପାଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ
ମକର-
ଉ,ଷାଢା- ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ । ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା କ୍ଷେତ୍ରରେ ଶୁଭଫଳ ପାଇବେ ।
ଶ୍ରବଣା- ସରକାରୀ ସ୍ତରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ଧନିଷ୍ଠା- ଭଲ ସମ୍ପର୍କ ଥିବା ବନ୍ଧୁ ନିଜ ସୁବିଧା ହାସଲକୁ ନେଇ ଅସୁବିଧାରେ ପକାଇପାରନ୍ତି। ଋଣ ପରିଶୋଧ କିମ୍ବା ଅର୍ଥ ସମ୍ପର୍କୀୟ ସମସ୍ୟାକୁ ସୁଧାରି ନେବାରେ କୌଣସି ଅସୁବିଧା ହେବ ନାହିଁ । ଦୂର ସ୍ଥାନରେ ଥିବା ଜମି କ୍ରୟ କରିପାନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଧନିଷ୍ଠା- ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।
ଶତଭିଷା- ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । କର୍ମ କ୍ଷେତ୍ରରେ ଦିଗହରା ହୋଇଯିବେ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ।
ପୂ,ଭାଦ୍ରପଦ- ବନ୍ଧୁ ମାନଙ୍କ ସହିତ ବୁଲାବୁଲିରେ ସମୟ ଅତିବାହିତ କରିବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ପୂ,ଭାଦ୍ରପଦ- ପିଲାଙ୍କ ସଫଳତାକୁ ନେଇ ଖୁସି ହେବେ। ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ
ଉ,ଭାଦ୍ରପଦ- କୌଣସି କ୍ଷେତ୍ରରେ ଆଜି ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ। ଦୂରଯାତ୍ରାରେ ଭ୍ରମଣ ହେତୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ରେବତୀ- ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍ ସମୟରେ ଆସିବେ ଓ କାର୍ଯ୍ୟରେ ଯୋଗଦେବେ । ଛୋଟବଡ଼ ସମସ୍ୟାକୁ ଛାଡ଼ିଦେଲେ ଦିନଟି ଭଲରେ କଟିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।