Daily Horoscope 6th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Jul 06, 2026 - 09:04
Daily Horoscope 6th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-
ଅଶ୍ୱନୀ- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ ।
ଦ୍ୱିଜା- ନୂଆ କାମ ହାସଲ କରିବେ । ରାଜନୀତିରେ ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ବିଦ୍ୟାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ ।
କୃତିକା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର -  ହନୁମାନଙ୍କର ଆରାଧନା କରନ୍ତୁ

ବୃଷ-    
କୃତିକା-  ଶିଶୁ ସମ୍ବନ୍ଧୀୟ ସମସ୍ତ ଚିନ୍ତାରୁ ମୁକ୍ତ ହେବେ ।  ବ୍ୟବସାୟିରେ ଚୁକ୍ତି ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇପାରେ ।  ସରକାରୀ ବ୍ୟବସାୟ କ୍ଷେତ୍ରରେ ମଧ୍ୟ ଟଙ୍କା ରୋଜଗାର କରିବାର ସୁଯୋଗ ମିଳିବ ।
ରୋହିଣୀ- ପାରିବାରିକ ଜୀବନରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିବେ ।  ଜୀବନ ସାଥୀଙ୍କ ସହିତ ଦୂର ସ୍ଥାନ ପରିଦର୍ଶନ କରି ଉପକୃତ ହେବେ । ଏକ କାର କ୍ରୟ କରିବାର ସୁଯୋଗ ଉପସ୍ଥାପନ କରିପାରନ୍ତି ।
ମୃଗଶିରା- ଉଚ୍ଚଶିକ୍ଷା ଲାଭ ପାଇଁ ବହୁତ ପରିଶ୍ରମ କରିବାକୁ ପଡିବ ।  ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ମୃଗଶିରା- ସୁସ୍ଥତା ପ୍ରକାଶ ପାଇବ । ଅଭାବ ହେତୁ ପରିବାରରେ କଳହ ଦେଖାଦେବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ ।
ଆଦ୍ରା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।  
ପୁନର୍ବସୁ- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

କର୍କଟ-
ପୁନର୍ବସୁ- ଅନ୍ୟାନ୍ୟ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ବଢ଼ିପରେ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ ।  ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ।  ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ ।
ପୁଷ୍ୟା- ଆର୍ଥିକ ସ୍ଥିତିକୁ ଭଲ ରଖିବା ପାଇଁ ଆପଣଙ୍କୁ ବହୁତ ପରିଶ୍ରମ କରିବାକୁ ପଡିବ । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।
ଅଶ୍ଳେଷା- ଆପଣ ରହସ୍ୟମୟ ବିଷୟ ପ୍ରତି ଅଧିକ ଆକର୍ଷିତ ହେବ ।  ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ସିଂହ-
ମଘା- ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ ।
ପୂ,ଫାଲଗୁନି- ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୈାଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ ।
ଉ,ଫାଲଗୁନି- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ । ନିଜର ଧନ ସମ୍ପତ୍ତିକୁ  ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-
ଉ- ଫାଲ୍‌ଗୁନୀ- ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟରେ କ୍ଷତି ହୋଇପାରେ । ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ବ୍ୟବସାୟକୁ  ଉଚ୍ଚତାକୁ ନେବାକୁ ଚେଷ୍ଟା କରିବେ ।
ହସ୍ତା- ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଦାମ୍ପତ୍ୟ ଜୀବନରେ ସମ୍ପର୍କକୁ ଆଗକୁ ନେବାରେ ସଫଳ ହେବେ । ଗାଡି କିଣିବା ଠାରୁ ଦୂରେଇ ରହିବା ଉଚିତ ।
ଚିତ୍ରା- ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।  ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର୍ଯ୍ୟସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ତୁଳା-
ଚିତ୍ରା- ଦାମ୍ପତ୍ୟ ସୁଖରେ  ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ ।
ସ୍ୱାତୀ- ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।
ବିଶାଖା- ମହିଳା ମାନେ କଠିନ ପରିଶ୍ରମ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ । ଆପଣଙ୍କ ପିଲା ବ୍ୟବସାୟ କାମରେ  ଆପଣଙ୍କୁ ସହଯୋଗ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ ସହ ପୂଜାପାଠ କରନ୍ତୁ

ବିଛା-
ବିଶାଖା- ଶରୀରର ଯନ୍ତ୍ରଣା, ମୂତ୍ରାଶୟ ସଂକ୍ରମଣ ଏବଂ ଅନ୍ୟାନ୍ୟ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ମଧ୍ୟ ଆପଣଙ୍କୁ ହଇରାଣ କରିପାରେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ  ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ ।  କାରବାର ବିସ୍ତାର କରିବା ପାଇଁ ଅଧିକ ପରିଶ୍ରମ କରିବାକୁ ପଡିବ ।
ଅନୁରାଧା-  ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ଭାଇଭଉଣୀମାନେ ଆପଣଙ୍କ ସହ ରହିବା ସହିତ  , ପ୍ରେମ ବଢ଼ିବ ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ । 
ଜ୍ୟୋଷ୍ଠା- ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।  ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ଜମିକୁ ନେଇ ଲାଗି ରହିଥିବା ମତାନ୍ତର ଦୂର ହୋଇଯିବ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ମୂଳା- ଅନେକ ଦିନରୁ ଲାଗି ରହିଥିବା ଦେହ ପୀଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର‌୍ୟ୍ୟରେ ଲାଗି ରହିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ ।
ପୂ,ଷାଢା- ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।
ଉ,ଷାଢା- ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର
ଉ, ଷାଢା- ସକାଳେ ଚାଲିବା କିମ୍ବା ସାଇକେଲ ଚଲାଇବା ଅଭ୍ୟାସ କରନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ ।  କର୍ମ କ୍ଷେତ୍ରରେ କୌଣସି କାର‌୍ୟ୍ୟ ଆପଣଙ୍କୁ କ୍ଷତି ପହଞ୍ଚାଇପାରେ ।
ଶ୍ରବଣା-  ପାରିବାରିକ ଜୀବନରେ ସୁଖ ରହିବ ଏବଂ କିଛି ଶୁଭ କାର୍ଯ୍ୟ ସମାପ୍ତ ହେବ । ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । ଗାଡ଼ି କିଣିବା ଆପଣଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବ ।
ଧନିଷ୍ଠା- ରାଜନୀତିରେ ଲୋକ ସମର୍ଥନ ବୃଦ୍ଧି ପାଇବା ସହ ମୂଖ୍ୟ ନେତାଙ୍କର ପ୍ରିୟ ପାତ୍ର ହୋଇପାରିବେ । ଶାରୀରିକ ସମସ୍ୟା ଅଧ୍ୟୟନରେ ବାଧା ସୃଷ୍ଟି କରିପାରେ । ପୈତୃକ ସମ୍ପତି ବୃଦ୍ଧି ହେବାର ସମ୍ଭାବନା ଅଛି ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ଧନିଷ୍ଠା- ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି
ଶତଭିଷା- ରାଜନୀତିରେ  ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା  ପୂରଣ ହୋଇପାରେ ।
ପୂ,ଭାଦ୍ରପଦ- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା  ସହ ପୂଜାପାଠ କରନ୍ତୁ

ମୀନ
ପୂ, ଭାଦ୍ରପଦ- ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବ । ଆପଣ ଚାକିରି ବଦଳାଇବାକୁ ଚେଷ୍ଟା କରିପାରିବେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ ।
ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଏକ  ତୀର୍ଥ  ସ୍ଥାନକୁ ବୁଲିବା ପାଇଁ ଯିବେ । ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ ।
ରେବତୀ- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଅନୁସନ୍ଧାନ ପ୍ରୋଜେକ୍ଟରେ କାମ କରୁଛନ୍ତି ତେବେ ଆପଣ ଭଲ କରିବାକୁ ସମର୍ଥ ହେବେ । ବିଦେଶରେ ପଢିବାକୁ ଚାହୁଁଥିବା ଶିକ୍ଷାର୍ଥୀ ମାନଙ୍କ ଆଶା ପୂରଣ ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ