Daily Horoscope 7th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Jul 07, 2026 - 09:21
Daily Horoscope 7th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ 
ଅଶ୍ୱନୀ –  ପେଟ ଓ ରକ୍ତ ଜନିତ ଅସୁସ୍ଥତା ପରିଲକ୍ଷିତ ହେବ । ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ପୂର୍ଣ୍ଣଫଳ ପାଇବେ । 
ଦ୍ୱିଜା –  ଭାଇ ଭଉଣୀ ପାଇଁ ପାରିବାରିକ ଶାନ୍ତି କେତେକାଂଶରେ ଦେଖାଦେବ ।  ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତ କରି ଉଚିତ୍ କାର୍ଯ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ ।
କୃତିକା – କାହାର ଗ୍ୟାରେଣ୍ଟି ନେବା ଠାରୁ ଦୂରେଇ ରୁହନ୍ତୁ । ମହିଳା ମାନଙ୍କର ଖ୍ୟାତି ବୃଦ୍ଧି ପାଇବ । ଛାତ୍ରଛାତ୍ରି ମାନେ ସୁନାମ ଅର୍ଜନ କରିବା ସହିତ ସବୁ ପ୍ରକାର ସୁବିଧା ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ

ବୃଷ-
କୃତିକା- ପାରିବାରରେ ସୁସ୍ଥ ବାତାବରଣ ଜାରି  ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ ।
ରୋହିଣୀ- ରାଜନେତାଙ୍କ ସାହାର୍ଯ୍ୟ  ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ବିଦ୍ୟାର୍ଥୀ ମାନେ ପଢାରେ ପେଛଇବେ ଓ ପରୀକ୍ଷାରେ ଖରାପ ଫଳ ପାଇ ପାରନ୍ତି । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।   
ମୃଗଶିରା-ଅଯଥା କଥାକୁ ନେଇ ଚିନ୍ତା କରିପାରନ୍ତି । ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମନୋରଞନ କାର୍ଯ୍ୟରେ ବା ନୃତ୍ୟ ଗୀତରେ ମଜ୍ଜି ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 

ମିଥୁନ
ମୃଗଶିରା  - ରୋଗି ମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ ।
ଆଦ୍ରା –  ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ । 
ପୁନର୍ବସୁ - ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିପାରେ । ପୁରୁଣା ଋଣ ପରିଶୋଧ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

କର୍କଟ-
ପୁନର୍ବସୁ- ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ ।
ପୁଷ୍ୟା- ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ସାଙ୍ଗ ସାଥିଙ୍କ ସହ ଦୂର ସ୍ଥାନକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।
ଅଶ୍ଲେଷା- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ

ସିଂହ
ମଘା –  ଦୁର୍ଘଟଣାର ବିଶେଷ ଭୟ ନାହିଁ, ତଥାପି ସାବଧାନ ରୁହନ୍ତୁ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ ।
ପୂ , ଫାଲଗୁନୀ –  ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ପୋଲିସ୍ ଓ ଟିକସ କର୍ମଚାରୀ ମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । କ୍ୟାରିୟରରେ ଭଲ ଫଳାଫଳ ପାଇବେ ।  
ଉ ,ଫାଲଗୁନୀ –  କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସହିତ ସତାନ୍ତର ଫଳରେ ସେମାନେ ଆପଣଙ୍କୁ ବିରୁଦ୍ଧାଚରଣ କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ମହିଳା ମାନଙ୍କର କାହା ସହିତ ତାଳମେଳ ରହିବ ନାହିଁ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ

କନ୍ୟା-
ଉ,ଫଳଗୁନି- ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । ଦୂର ଯାତ୍ରାରେ ଲକ୍ଷ ପୂରଣ କରିପାରନ୍ତି ।
ହସ୍ତା- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ ।
ଚିତ୍ରା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ   

ତୁଳା -
ଚିତ୍ରା –  ଦୂରସ୍ଥାନକୁ ଯାତ୍ରାକରି ଶାରିରୀକ ଅସୁସ୍ଥତା ଅନୁଭବ କରିବେ । ପାରବାରିକ ଜୀବନରେ ଆବଶ୍ୟକ ସ୍ଥଳେ ଛଳନାର ଆଶ୍ରୟ ନେଇ, ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ଅନ୍ୟମାନେ ଆପଣଙ୍କୁ ଭୁଲ୍ ବୁଝିପାରନ୍ତି କିନ୍ତୁ ଠିକ୍ ସିଦ୍ଧାନ୍ତ ଯୋଗୁ କାର୍ଯ୍ୟ ଉତମ ହେବ । 
ସ୍ୱାତୀ –  ମନସ୍ତାପ ଭିତରେ ଚାକିରି କ୍ଷେତ୍ରରେ ସମ୍ମାନ ବଢିବ । ରାଜନିତିରେ ଶତ୍ରୁ ଓ ବିରୋଧି ମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ ।
ବିଶାଖା – ବିଦେଶ ଭ୍ରମଣର ଯୋଗ ରହିଛି । ସଞ୍ଚତ ଅର୍ଥ ବ୍ୟୟ ହୋଇପାରେ । ଭୂ-ସମ୍ପତିକୁ ନେଇ ଚିନ୍ତାରେ ରହିବେ । ମହିଳା ମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ

ବିଛା-
ବିଶାଖା- ପାରିବାରିକ ଜୀବନରେ ପ୍ରେରଣା ମିଳିବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ଅନୁରାଧା- ଶତୃ ଭୟ ସଦାସର୍ବଦା ଦେଖାଦେବ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ । 
ଜ୍ୟେଷ୍ଠା-ପିତୃ ପୁରୁଷ ସମ୍ପତିରୁ ଭାଗ ପାଇ ପାରନ୍ତି । ଓକିଲ ମାନଙ୍କ ପାଇଁ ଦିନଟି ଫଳପ୍ରଦ ରହିପାରେ । ନୂଆ କିଛି କରିବାର ଆଶା ଦେଖାଦେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ 

ଧନୁ
ମୂଳା –  ମାନସିକ ସ୍ଥିରତା ଦେଖାଦେବ । ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ । ବ୍ୟବସାୟ ଓ ପେସାଦାର ମାନଙ୍କୁ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।
ପୂ , ଷାଢା –  ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ ।  ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ଖଟି ନିଜର ଭାବ ମୂର୍ତିକୁ ବଜାୟ ରଖିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।
ଉ , ଷାଢା –  ଶତୃ ମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ । ମହିଳା ମାନଙ୍କୁ ନୂଆ ଚାକିରିର ସୁଯୋଗ ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

ମକର-
ଉ,ଷାଢା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।                    
ଶ୍ରବଣା- ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଣିଜ୍ୟରେ ଆତ୍ମବୃଦ୍ଧି ହେବ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।
ଧନିଷ୍ଠା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକରାତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ 

କୁମ୍ଭ
ଧନିଷ୍ଠା –  ରୋଗ ସାମୟିକ ହେ କେ ମଧ୍ୟ ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ପରିବାରର ସମପର୍କୀୟ ଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।
ଶତଭିଷା –  କେତେକ ନୂତନ ସୁଯୋଗ ସହିତ ଅର୍ଥଲାଭ ସୁଯୋଗ ମିଳିବ ।  ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ମହିଳା ମାନେ କେତେକ ସୁବିଧା ସୁଯୋଗ ଲାଭ କରିବେ ।
ପୂ , ଭାଦ୍ରପଦ  –  ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଜେଲରୁ ଜାମିନ୍ ମିଳିପାରେ । ଆଶାଜନକ ଦିଗରୁ ଅର୍ଥାଗମରେ ସୁବିଧା ଘଟିପାରେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ମୀନ-
ପୂ,ଭାଦ୍ରପଦ- ଭାତୃ ସଂପର୍କରେ ଉନ୍ନତି ଘଟିବ । ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟାଇବେ । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ 
ଉ,ଭାଦ୍ରପଦ- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ ।
ରେବତୀ- ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି  ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।  ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।