Daily Horoscope 8th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

Jul 08, 2026 - 09:10
Daily Horoscope 8th July 2026: ଆଜି ଏହି ରାଶିରେ ହୋଇପାରେ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ

ମେଷ-
ଅଶ୍ୱନୀ- ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟରେ ଯୋଗଦେବେ । କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ  ଖୁସିରେ କାମ କରିବେ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ପାଇବେ । 
ଦ୍ୱିଜା-ସାମାଜିକ ସ୍ତରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ; କିନ୍ତୁ ହୁଏତ ଆପଣ ତାହାକୁ ଅସ୍ବୀକାର କରି ଦେଇପାରନ୍ତି। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
କୃତିକା-ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଈଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର – କୈାଣସି ଛୋଟା ଲୋକଙ୍କୁ କିଛି ସାହାର୍ଯ୍ୟ କରନ୍ତ

ବୃଷ-
କୃତିକା- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା  ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ ।
ରୋହିଣୀ- ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୈାଶଳରେ ଆଦାୟ କରିବାକୁ ସମର୍ଥ  ହେବେ । ଇଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ ।
ମୃଗଶିରା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର  ପାଠ  କରନ୍ତୁ

ମିଥୁନ-
ମୃଗଶିରା- ପରିବାରର  ଖର୍ଚ୍ଚ ପରିମାଣ ଦ୍ୱିଗୁଣା ହୋଇପାରେ ।ଘରର ବିଭିନ୍ନ ସମସ୍ୟା ସମ୍ପର୍କରେ ସ୍ତ୍ରୀଙ୍କ ସହ ଆଲୋଚନା କରିବେ। ପୁରାତନ ରୋଗରୁ ଉପସମ ପାଇବେ ।
ଆଦ୍ରା- ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ । ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ । ରାଜନୀତିରେ କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ ।
ପୁନର୍ବସୁ- ମହିଳା ମାନେ ସ୍ୱାବଲମ୍ବୀ ହେବେ । ଭାଇ ଭଉଣୀଙ୍କ ସହିତ ସମ୍ପର୍କ ସୁଧାର ଆସିବ । ନିଜର ଜମିବାଡି ବିକ୍ରୟ କରି ପାଇଥିବା ଅର୍ଥ କୁ ଅନ୍ୟ କୌଣସି ସଂସ୍ଥାରେ ନିବେଶ କରିପାରନ୍ତି । 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କର୍କଟ-
ପୁନର୍ବସୁ- ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ ।  ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।
ପୁଷ୍ୟା- କର୍ମ କ୍ଷେତ୍ରରେ  ଶତୃତା ବୃଦ୍ଧି ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ ।
ଅଶ୍ଲେଷା- ଧନଲାଭର ସୁଯୋଗ ପାଇବେ । କୈାଣସି କଥାକୁ ନେଇ ଆପଣ ଉତ୍ସାହିତ ରହିବେ । ଚାକିରି ବୃର୍ତିରେ ଭଲ ଶୁଭ ଖବର ପାଇବେ । ସମସ୍ତଙ୍କ ନଜରରେ ଭଲ ହୋଇ ରହିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀ  ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ସିଂହ-
ମଘା- ଘରେ ଅନେକ ସମୟରେ ଅଶନ୍ତି ଲାଗିରହିବ । ଆର୍ଥିକ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଘଟିବ । ଚାଲୁ ରହିଥିବା କୌଣସି ବ୍ୟବସାୟକୁ ବନ୍ଦ କରିବାକୁ ଚେଷ୍ଟା କରିବେ । ପିଲାମାନଙ୍କର ଅବାଧ୍ୟତା ଆପଣଙ୍କୁ ବ୍ୟଥିତ କରିବ ।
ପୂ,ଫାଲଗୁନି- ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ । ପଡୋଶୀଙ୍କ ସହାୟତାରେ କୌଶଳର ସହ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଅଟକି ରହିଥିବା କାମଗୁଡିକ ସହକର୍ମୀଙ୍କ ବଦାନ୍ୟତାରୁ ହୋଇଯିବ ।
ଉ,ଫାଲଗୁନି-ଆଧ୍ୟାତ୍ମିକ ଦିଗରେ ଅଧିକ ସମୟ ମନୋନିବେଷ କରିବେ । ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି । କିଛି ମୂଲ୍ୟବାନ ଅଳଙ୍କାର କ୍ରୟ କରିପାରନ୍ତି ।  
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧    
ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ

କନ୍ୟା-
ଉ,ଫଳଗୁନି- ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମକୁ  ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟକ୍ତିଙ୍କ ମନଭାବକୁ ଶିଘ୍ର ବୁଝିନେବେ ।
ହସ୍ତା- ବାପା, ମା'ଙ୍କ ପରାମର୍ଶ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ । ଅଫିସ୍‌ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । ସାଙ୍ଗ ସାଥି ମାନଙ୍କ ପାଇଁ ଅଧିକ ଖର୍ଚ୍ଚ କରି ପାରନ୍ତି ।
ଚିତ୍ରା- ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ  ମିଳିପାରେ । ପ୍ରେମ କ୍ଷେତ୍ରରେ ସନ୍ଦେହ ମନଭାବ ଦେଖାଦେବ । କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ଚିତ୍ରା-ଧନର ଆଗମନ ହୋଇପାରେ । କୌଣସି ନୂତନ ବ୍ୟବସାୟ କରିବାକୁ ଚାହୁଁଥିଲେ ସେଥିରେ ବିଜୟ ହେବେ । ନୂତନ କର୍ମ ଅରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ ।
ସ୍ୱାତୀ-ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ । ଅଫିସିଆଲି କାମ ସହଜ ଓ ସୁବିଧାରେ ହେବ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି ।
ବିଶାଖା-ଯାନବାହାନ ଚାଳନାରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିବ । କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ କମଳାଙ୍କର  ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ 

ବିଛା-
ବିଶାଖା- ପାରିବାରିକ ଜୀବନ ସୁଖମୟ ରହିବ । ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ଅଫିସ୍‌ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଆମଦାନି ବୃଦ୍ଧି ହେବାର ସମ୍ଭାବନା ରହିଛି । କୈାଣସି କାର୍ଯ୍ୟରେ ସାହାସିକ ପଦକ୍ଷପ ନେବେ ।
ଅନୁରାଧା- ରାଜନୀତିରେ ଚାପରେ ଗତିକରିବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । ଅଜଣା ବ୍ୟକ୍ତିଙ୍କ ସହଯୋଗରୁ,  ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।
ଜ୍ୟେଷ୍ଠା- ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ସମାଜ ସେବାରେ ସ୍ୱନାମ ପାଇବେ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ  ପାଠ କରନ୍ତୁ

ଧନୁ-
ମୂଳା-ପରିବାର ସହିତ ମିଶି ଅନେକ ସମୟ ଆନନ୍ଦରେ କଟାଇପାରନ୍ତି । ବ୍ୟବସାୟୀମାନେ କିଛି ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି । ଗଣ୍ଠି ଜନିତ ସମସ୍ୟା ଗୁରୁତ୍ୱର ହୋଇପାରେ ।
ପୂ,ଷାଢା- ରାଜନୀତିରେ ପ୍ରତିଯୋଗିତା ଅଧିକ ସଂଘର୍ଷ ପୂର୍ଣ୍ଣ ହେବ । ବାଲ୍ୟ ବନ୍ଧୁଙ୍କ ସହିତ ଦେଖା ହୋଇ ଅଧିକ ଖୁସି ଅନୁଭବ କରିବେ । କର୍ମ କ୍ଷେତ୍ରରେ ସାମାନ୍ୟ ଉନ୍ନତି ରହିଛି ।
ଉ,ଷାଢା- ସାମାଜିକ ସ୍ତରରେ ଜନମଙ୍ଗଳ କାର‌୍ୟ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଜମିଜମା, ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ଉ,ଷାଢା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ ।
ଶ୍ରବଣା- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ
ଧନିଷ୍ଠା- କ୍ୟାରିୟରରେ ମୋଡ ପରିବର୍ତନ ଲାଗି ଦିନଟି ଶୁଭ ରହିବ । ଜମିଜମାକୁ ନେଇ ଗଣ୍ଡେଗୋଳ ସୃଷ୍ଟି ହୋଇପାରେ । ଘରର ବୟୋଜ୍ୟେଷ୍ଠଙ୍କର ପାରାମର୍ଶ ନେଇ କାର୍ଯ୍ୟ କରିଲେ ସଫଳତା ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର  ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଧନିଷ୍ଠା- ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ପ୍ରିୟଜନମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ।
ଶତଭିଷା- ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷାରେ ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି । ପୁରୁଣା ବନ୍ଧୁଙ୍କ ସହିତ ସମ୍ପର୍କ ଅଧିକ ଘନିଷ୍ଠ ହେବ । ନିଜର ମନ ପସନ୍ଦର ଖାଦ୍ୟ ଖାଇବେ ।
ପୂ,ଭାଦ୍ରପଦ- ନୂତନ ଯାନବାହନ, ଜମିଜମା, କ୍ରୟ, ବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ । ନିଜର ଦକ୍ଷତା ଓ ଦୃଢ଼ତା ବଳରେ ଅସାଧ୍ୟ ସାଧନ କରିବେ । କ୍ରିଡା କ୍ଷେତ୍ରରେ ଆଶାତିତ ସଫଳତା ପାଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-
ପୂ,ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୈାଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ । ଚାକିରି ପରିବର୍ତନ ପାଇଁ ଦିନଟି ଭଲ ।
ଉ,ଭାଦ୍ରପଦ- ସହକର୍ମୀ ମାନେ ସାହାର୍ଯ୍ୟକାରୀ ସାବ୍ୟସ୍ତ୍ୟ ହେବେ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ଅତୀତ ସ୍ମୃତି ତାଜା ହୋଇପାରେ । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ  ମିଳିପାରେ ।
ରେବତୀ- ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।