Dargah Maidan Clash: ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ, ୨୦ରୁ ଅଧିକ ଆହତ

Jun 27, 2026 - 10:08
Dargah Maidan Clash: ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ, ୨୦ରୁ ଅଧିକ ଆହତ

ବାଲେଶ୍ୱର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ। ଗୋଷ୍ଠୀ ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଗତ କାଲି ବିଳମ୍ବିତ ରାତିରେ ଶୋଭାଯାତ୍ରା ବେଳେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଦେଖିବାକୁ ମିଳିଛି। ଉଭୟ ଗୋଷ୍ଠୀ ମଧ୍ୟ ଟେକା ପଥର ମାଡ ମଧ୍ୟ ହୋଇଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ତଦନ୍ତ ଜାରି ରଖିଛି।