Deba Snana Purnima Tomorrow: ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା, ଗଜାନନ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ କରି ଗଜାନନ ବେଶରେ ଦର୍ଶନ ଦେବେ ମହାପ୍ରଭୁ। ଏଥିପାଇଁ ଗତକାଲିଠାରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ଶ୍ରୀମନ୍ଦିରରେ ଦଇତାପତି ପ୍ରବେଶ ନୀତି ହୋଇଛି। ଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିହେବେ ସେନାପଟା। ଏଥିପାଇଁ ଗତକାଲି ରାତିରୁ ଆଜି ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ।
ସ୍ନାନଯାତ୍ରା ନୀତି ନିର୍ଘଣ୍ଟ ଅନୁଯାୟୀ, ଭୋର୍ ୫ଟାରୁ ୭ଟା ମଧ୍ୟରେ ପହଣ୍ଡି ଏବଂ ଦିନ ୧୨ଟାରୁ ୨ଟା ମଧ୍ୟରେ ଜଳ ବିଜେ ଓ ସ୍ନାନ ନୀତି ରହିଛି। ଅପରାହ୍ଣ ୪ଟାରୁ ୫ଟା ମଧ୍ୟରେ ହାତୀ ବେଶ ଏବଂ ସଂଧ୍ୟା ୭ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ ରହିଛି ସାହାଣମେଲା ଦର୍ଶନ ହେବ। ମହାପ୍ରଭୁଙ୍କ ହାତୀ ବେଶକୁ ଦର୍ଶନ କରିବେ ଲକ୍ଷାଧିକ ଶ୍ରଦ୍ଧାଳୁ।
ଶ୍ରଦ୍ଧାଳୁମାନେ ସିଂହଦ୍ବାର ଦେଇ ପ୍ରବେଶ କରି ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପରେ ଶ୍ରୀମନ୍ଦିରର ଅନ୍ୟ ତିନି ଦ୍ୱାର ଦେଇ ପ୍ରସ୍ଥାନ କରିବେ। ଏଥିପାଇଁ ମାର୍କେଟ ଛକରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଡ୍ ବ୍ୟବସ୍ଥା ହୋଇଛି। ସେପଟେ ସ୍ନାନଯାତ୍ରା ପାଇଁ ପୁରୀରେ ସୁରକ୍ଷା ଓ ଟ୍ରାଫିକ କଟକଣା କରାଯାଇଛି।