Dense Fog Road Accident: ଘନ କୁହୁଡ଼ି ହେଲା କାଳ! ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୫ ଗୁରୁତର

Nov 23, 2026 - 09:15
Dense Fog Road Accident: ଘନ କୁହୁଡ଼ି ହେଲା କାଳ! ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୫ ଗୁରୁତର

ଘନ କୁହୁଡ଼ିରେ ମର୍ମନ୍ତୁଦ ଦୁର୍ଘଟଣା ।

ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା।

ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୫ ଜଣ ଗୁରୁତର ଆହତ ହୋଇଛନ୍ତି।

କୁହୁଡ଼ି ଯୋଗୁଁ ରାସ୍ତା ଠିକ୍ ଭାବେ ଦେଖାଯାଉନଥିବାରୁ ଏଭଳି ଅଘଟଣ ଘଟିଥିବା ସନ୍ଦେହ କରାଯାଉଛି ।

ଏଭଳି ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲ୍ଲା ମାଛକୁଣ୍ଡ ଥାନା ଅନ୍ତର୍ଗତ ଗୁନେଇପଡା ଗାଁ ନିକଟରେl Advertisment ଆଦିବାସୀଙ୍କ ପାରମ୍ପରିକ ପରବ ଓ ପଡ଼ମାର ଯାତ୍ରା ଦେଖିବାକୁ ଆସିଥିବା ଯୁବକମାନଙ୍କ ମଧ୍ୟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା।

ଦୁର୍ଘଟଣାର ଖବର ପାଇ ମାଛକୁଣ୍ଡ ପୋଲିସ ଆହତମାନଙ୍କୁ ଉଦ୍ଧାର କରି ପ୍ରଥମେ ଲମତାପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା।

ପ୍ରାଥମିକ ଚିକିତ୍ସା ପରେ ଗୁରୁତରଙ୍କୁ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)