26 AUGUST 2026

Welcome!

Unlock your personalized experience.
Sign Up

Deputy Chief Minister meets Prime Minister: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

Aug 26, 2026 - 07:26
Deputy Chief Minister meets Prime Minister: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ଆସନ୍ତା ୨୮ ତାରିଖରେ ରାଖୀ ପୂର୍ଣ୍ଣିମା ଅବସରରେ ନୟାଗଡ଼ଠାରେ ପ୍ରଦାନ କରାଯିବାକୁ ଥିବା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ ପ୍ରସ୍ତୁତି ସମ୍ପର୍କରେ ସେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହି ପଞ୍ଚମ କିସ୍ତି ମାଧ୍ୟମରେ ପ୍ରତ୍ୟେକ ଯୋଗ୍ୟ ମହିଳା ହିତାଧିକାରୀଙ୍କ ପ୍ରତ୍ୟେକ୍ଷ ଲାଭ ହସ୍ତାନ୍ତର ଜରିଆରେ ୫୦୦୦ ଟଙ୍କା ଲେଖାଏ ପାଇବେ। 

Business Opinion: ବଣିଜ ବିଚାର: ଗୋଖାଦ୍ୟ ଉଦ୍ୟୋଗରେ ବି ଆମେ ପଛୁଆ

ସାମ୍ପ୍ରତିକ ପ୍ରସ୍ତୁତି ଅନୁଯାୟୀ ମୋଟ ୧,୦୩,୨୬,୧୬୨ ଜଣ ଯୋଗ୍ୟ ମହିଳା ହିତାଧିକାରୀ ଏହି କିସ୍ତି ଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି। ଯାହା ପାଇଁ ମୋଟ ୫,୧୬୦ କୋଟିରୁ ଅଧିକ ଟଙ୍କା ହସ୍ତାନ୍ତର କରାଯିବ। ସୂଚନାଯୋଗ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୪ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ୱରଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ। ରାଜ୍ୟ ସରକାରଙ୍କର ଏହି ପ୍ରମୁଖ ମହିଳା କେନ୍ଦ୍ରିକ ଯୋଜନାର ଲକ୍ଷ୍ୟ ହେଉଛି ୫ ବର୍ଷ ମଧ୍ୟରେ ଯୋଗ୍ୟ ମହିଳାମାନଙ୍କୁ ମୋଟ ୫୦,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବା। ଏହି ରାଶି ବାର୍ଷିକ ୧୦,୦୦୦ ଟଙ୍କା ଦୁଇଟି କିସ୍ତିରେ ସିଧାସଳଖ  ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଉଛି।

Vedanta: ୨୨,୦୦୦ ପରିବାରକୁ ସୌରଶକ୍ତି ଆଲୋକ ପ୍ରଦାନ କରୁଛି ବେଦାନ୍ତର ପ୍ରକଳ୍ପ ଜ୍ୟୋତି

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Master Data Analytics

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)