ଭାରତର ସାମୁଦ୍ରିକ ମତ୍ସ୍ୟକ୍ଷେତ୍ର ଓ ପ୍ରଗତିଶୀଳ ନୀଳ ଅର୍ଥ ବ୍ୟବସ୍ଥାରେ ସ୍ବର୍ଣ୍ଣିମ ଅଧ୍ୟାୟ
ଭାରତର ସାମୁଦ୍ରିକ ମତ୍ସ୍ୟକ୍ଷେତ୍ର ଓ ପ୍ରଗତିଶୀଳ ନୀଳ ଅର୍ଥ ବ୍ୟବସ୍ଥାରେ ସ୍ବର୍ଣ୍ଣିମ ଅଧ୍ୟାୟ
ନନ୍ଦିଘୋଷ ବ୍ୟୁରୋ: ଭାରତର ସାମୁଦ୍ରିକ ମତ୍ସ୍ୟକ୍ଷେତ୍ର ଓ ପ୍ରଗତିଶୀଳ ‘ନୀଳ ଅର୍ଥ ବ୍ୟବସ୍ଥା’ ଇତିହାସରେ ଯୋଡ଼ଇ ହେଲା ସ୍ୱର୍ଣ୍ଣିମ ଅଧ୍ୟାୟ । ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷଠାରେ ଆୟୋଜିତ ଭବ୍ୟ ଜାତୀୟସ୍ତରର କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ୍ ମୁକ୍ତ ସାଗରରେ ଦୀର୍ଘସ୍ଥାୟୀ ମତ୍ସ୍ୟ ଉତ୍ପାଦନ ଲାଗି ଉଦ୍ଦିଷ୍ଟ ‘ଗଭୀର ସମୁଦ୍ରରେ ଦୀର୍ଘସ୍ଥାୟୀ ମାଛ ଉତ୍ପାଦନ ଲାଗି ଅନୁମୋଦନ ପତ୍ର LoA ର କରିଛନ୍ତି ଶୁଭାରମ୍ଭ ।
ଚଳିତ ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତ ପ୍ରାୟ ୭୩ ହଜାର ୮୯୦ କୋଟି ଟଙ୍କାର ସାମୁଦ୍ରିକ ଖାଦ୍ୟ ସାମଗ୍ରୀ ରପ୍ତାନୀ କରି ବିଶ୍ୱରେ ଅଗ୍ରଣୀ ସ୍ଥାନ ହାସଲ କରିପାରିଛି । ବର୍ତ୍ତମାନ ସୁଦ୍ଧା ଅଧିକାଂଶ ମାଛଧରା କାର୍ଯ୍ୟ ଉପକୂଳର ୪୦ରୁ ୫୦ ନଟିକାଲ ମାଇଲ ମଧ୍ୟରେ ସୀମିତ ଥିବା ବେଳେ ଗଭୀର ସମୁଦ୍ରର ଅନ୍ତର୍ଜାତୀୟ ଜଳସୀମାରେ ଟୁନା ଭଳି ଉଚ୍ଚମୂଲ୍ୟର ମାଛ ଧରିବା ପାଇଁ ଏହି ନୂତନ ନୀତି ବିରାଟ ସୁଯୋଗ ଆଣିଦେବ । ଯାହା ଖାଦ୍ୟ ସୁରକ୍ଷା ଓ ପୋଷଣ କ୍ଷେତ୍ରକୁ ସୁଦୃଢ଼ କରିବ ।
ଏହି ଅବସରରେ ଉପରାଷ୍ଟ୍ରପତି ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ସଫଳତା ‘ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନ ଡକୁମେଣ୍ଟ ୨୦୨୬-୨୦୩୬’କୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରିଛନ୍ତି । LoA ଦ୍ବାରା ଯୋଗ୍ୟ ଭାରତୀୟ ଜାହାଜଗୁଡ଼ିକୁ ଦେଶର ସ୍ୱତନ୍ତ୍ର ଆର୍ଥିକ କ୍ଷେତ୍ର EEZ ବାହାରେ ଥିବା ଗଭୀର ଅନ୍ତର୍ଜାତୀୟ ସାମୁଦ୍ରିକ ଜଳସୀମାରେ ନିୟନ୍ତ୍ରିତ ଓ ଦାୟିତ୍ୱପୂର୍ଣ୍ଣ ଭାବେ ଉଚ୍ଚ ମୂଲ୍ୟବାନ ମାଛ ଧରିବା ପାଇଁ ଅନୁମତି ମିଳିପାରିବ ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।