ଛତିଶଗଡ କୋଣ୍ଡାଗାଓରେ ଏନକାଉଣ୍ଟର, ଦୁଇ ଜଣ ହାଡକୋର ମାଓବାଦୀ ନିହତ
ଛତିଶଗଡ ୧୬/୦୪: ଛତିଶଗଡ କୋଣ୍ଡାଗାଓ ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ହାଡକୋର ମାଓବାଦୀ ନିହତ । ମୃତ ଦୁଇ ମାଓବାଦୀ ହେଉଛନ୍ତି ପୂର୍ବ ବସ୍ତର ଡିଭିଜନର DVCM ହଳଧର ଓ ACM ରାମେ । ହଳଧରଙ୍କ ମୁଣ୍ଡ ଉପରେ ପୁର୍ବରୁ ଛତିଶଗଡ ସରକାର ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିବା ବେଳେ ରାମେଙ୍କ ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ । ଏହାସହ ଘଟଣା ସ୍ଥଳରୁ ଗୋଟିଏ Ak47 ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । କୋଣ୍ଡାଗାଓ ଜିଲ୍ଲାର କିଲମ ଜଙ୍ଗଲ ଭିତରେ ମାଓବାଦୀଙ୍କ ଏକ ବଡ ଟିମ ଲୁଚି ରହିଥିବା ନେଇ ପୋଲିସ୍ର ଗୁଇନ୍ଦା ବିଭାଗକୁ ସୁଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ ଆରମ୍ଭ ହୋଇଥିଲା ଅପରେସନ । ପ୍ରାୟ ଦୁଇ ଘଣ୍ଟା ରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲ ମାନେ ଘଟଣା ସ୍ଥଳରୁ ପଳାୟନ କରିଥିବା ବେଳେ ଜବାନ ମାନେ ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ମାଓବାଦୀଙ୍କ ମୃତ ଦେହ ଠାବ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି ।

ଛତିଶଗଡ ୧୬/୦୪: ଛତିଶଗଡ କୋଣ୍ଡାଗାଓ ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ହାଡକୋର ମାଓବାଦୀ ନିହତ । ମୃତ ଦୁଇ ମାଓବାଦୀ ହେଉଛନ୍ତି ପୂର୍ବ ବସ୍ତର ଡିଭିଜନର DVCM ହଳଧର ଓ ACM ରାମେ । ହଳଧରଙ୍କ ମୁଣ୍ଡ ଉପରେ ପୁର୍ବରୁ ଛତିଶଗଡ ସରକାର ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିବା ବେଳେ ରାମେଙ୍କ ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ।
ଏହାସହ ଘଟଣା ସ୍ଥଳରୁ ଗୋଟିଏ Ak47 ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । କୋଣ୍ଡାଗାଓ ଜିଲ୍ଲାର କିଲମ ଜଙ୍ଗଲ ଭିତରେ ମାଓବାଦୀଙ୍କ ଏକ ବଡ ଟିମ ଲୁଚି ରହିଥିବା ନେଇ ପୋଲିସ୍ର ଗୁଇନ୍ଦା ବିଭାଗକୁ ସୁଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ ଆରମ୍ଭ ହୋଇଥିଲା ଅପରେସନ ।
ପ୍ରାୟ ଦୁଇ ଘଣ୍ଟା ରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲ ମାନେ ଘଟଣା ସ୍ଥଳରୁ ପଳାୟନ କରିଥିବା ବେଳେ ଜବାନ ମାନେ ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ମାଓବାଦୀଙ୍କ ମୃତ ଦେହ ଠାବ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି ।