Firecracker Factory: ବାଣ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ: ୮ମୃତ, ୧୫ ଜଣ ଆହତ
"ଅହମ୍ମଦାବାଦ: ଶନିବାର ଗୁଜରାଟର ଅହମ୍ମଦାବାଦରେ ଏକ ବାଣ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି।
ଏହି ଘଟଣାରେ ଆଠ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି।
ଅଗ୍ନିକାଣ୍ଡ ସମ୍ପର୍କରେ ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଛନ୍ତି।Advertisment ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ବିଜେ...ଦେଖନ୍ତୁ ଲାଇଭ୍ ପ୍ରସାରଣ ରିପୋର୍ଟ ଅନୁସାରେ, ଅହମ୍ମଦାବାଦର ମେହମଦପୁରା ଅଞ୍ଚଳରେ ଥିବା ଟ୍ୟାଲେଣ୍ଟ ବାଣ କାରଖାନାରେ ଅଗ୍ନିକାଣ୍ଡ ଘଟିଛି।
ପରବର୍ତ୍ତୀ ସମୟରେ, କାରଖାନା ଭିତରେ ଗଚ୍ଛିତ ବିସ୍ଫୋରକ ଯୋଗୁଁ ବିସ୍ଫୋରଣ ଘଟି ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳି ଯାଇଛି।
ଘଟଣାରେ ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।