Flood In Odisha: ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ; କଂଟ୍ରୋଲ୍ ରୁମ୍ ଜରିଆରେ ସ୍ଥିତି ଉପରେ କଡ଼ା ନଜର
"ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଆକାଶମାର୍ଗରୁ ହେଲିକପ୍ଟର ମାଧ୍ୟମରେ ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦୁଝର ଜିଲ୍ଲାର ବନ୍ୟାଞ୍ଚଳ ଏବଂ ଜଳବନ୍ଦି ଅଞ୍ଚଳ ପରିଦର୍ଶନ କରି ବିସ୍ତୃତ ସମୀକ୍ଷା କରିଛନ୍ତିl ମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ.
ଅରବିନ୍ଦ କୁମାର ପାଢ଼ୀ ଏବଂ ସ୍ଵତନ୍ତ୍ର ସହାୟତା ଆୟୁକ୍ତ ରାଜେଶ ପ୍ରଭାକର ପାଟିଲ୍ ମଧ୍ଯ ଉପସ୍ଥିତ ରହି ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତିl ଆଜି ପୂର୍ବାହ୍ନରେ ବନ୍ୟାଞ୍ଚଳ ଗସ୍ତ ପୂର୍ବରୁ ଲୋକସେବା ଭବନଠାରେ ବର୍ଷା ଏବଂ ବନ୍ୟା ପରିସ୍ଥିତି ସମ୍ପର୍କରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ଦାୟିତ୍ଵରେ ଥିବା ବରିଷ୍ଠ ଅଧିକାରୀବୃନ୍ଦଙ୍କ ସହ ମନ୍ତ୍ରୀ ଆଲୋଚନା କରିଥିଲେl Advertisment ବାଲେଶ୍ୱର, ଭଦ୍ରକ, ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ଓ ଜଳବନ୍ଦି ସ୍ଥିତିର ମୁକାବିଲା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବ୍ୟାପକ ଓ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯାଇଛି।
ସହରାଞ୍ଚଳରେ ଲୋକଙ୍କ ସୁରକ୍ଷା, ଜଳ ନିଷ୍କାସନ ଏବଂ ଆବଶ୍ୟକ ରିଲିଫ୍ ବ୍ୟବସ୍ଥାକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଛି ବୋଲି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି।
ଡଃ ମହାପାତ୍ର କହିଛନ୍ତି ଯେ ପ୍ରବଳ ବର୍ଷା ଯୋଗୁଁ କେତେକ ସହରାଞ୍ଚଳରେ ସ୍ୱାଭାବିକ ଜଳ ନିଷ୍କାସନ ବ୍ୟବସ୍ଥା ଉପରେ ଅତିରିକ୍ତ ଚାପ ସୃଷ୍ଟି ହେବାରୁ ଜଳବନ୍ଦୀ ଦେଖାଦେଇଛି।
ଏହାକୁ ଦୃଷ୍ଟିରେ ରଖି ସହରାଞ୍ଚଳରେ ତୁରନ୍ତ ଜଳ ନିଷ୍କାସନ, ରିଲିଫ୍ ଓ ଉଦ୍ଧାର କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ସହ ସ୍ଥିତି ଉପରେ ୨୪ ଘଣ୍ଟିଆ ନଜର ରଖିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
Rain In Odisha: ବର୍ଷାରେ ଜନଜୀବନ ପ୍ରଭାବିତ; ୩୦ ହଜାର ଲୋକ ଜଳବନ୍ଦୀ; ବନ୍ୟାଞ୍ଚଳ ପରିଦର୍ଶନ କଲେ ରାଜସ୍ୱ ମନ୍ତ୍ରୀ ବର୍ତ୍ତମାନର ପରିସ୍ଥିତିକୁ ଗୁରୁତ୍ୱର ସହ ବିଚାର କରି ନଗର ଉନ୍ନୟନ ବିଭାଗ ଅଧୀନ ସମସ୍ତ ସମ୍ପୃକ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।
ସମସ୍ତ ଅଧିକାରୀ ୨୪ ଘଣ୍ଟିଆ ଆଲର୍ଟରେ ରହିବା ସହ ନିଜ ନିଜ ଅଞ୍ଚଳର ସ୍ଥିତି ଉପରେ ନିରନ୍ତର ନଜର ରଖିଛନ୍ତି ।
ବିଭାଗୀୟ କଣ୍ଟ୍ରୋଲ୍ ରୁମ୍ ଜରିଆରେ ବିଭିନ୍ନ ସହରାଞ୍ଚଳର ସ୍ଥିତିକୁ ନିୟମିତ ମନିଟରିଂ କରାଯାଉଛି ଏବଂ ଆବଶ୍ୟକତା ଅନୁଯାୟୀ ତୁରନ୍ତ ସହାୟତା ପଠାଯାଉଛି।
ଜଳମଗ୍ନ ଅଞ୍ଚଳଗୁଡ଼ିକରେ ଅତିରିକ୍ତ ପମ୍ପସେଟ୍ ନିୟୋଜନ କରି ଯୁଦ୍ଧକାଳୀନ ଭିତ୍ତିରେ ଜଳ ନିଷ୍କାସନ କରାଯାଉଛି।
ସହରାଞ୍ଚଳର ମୁଖ୍ୟ ରାସ୍ତା, ଆବାସିକ ଅଞ୍ଚଳ ଏବଂ ଅନ୍ୟାନ୍ୟ ଜଳମଗ୍ନ ସ୍ଥାନରୁ ଯଥାଶୀଘ୍ର ପାଣି ହଟାଇବା ପାଇଁ ୟୁ ଏଲ୍ ବି ଗୁଡ଼ିକରେ ଆବଶ୍ୟକ ଯନ୍ତ୍ରପାତି ଓ ମାନବ ସମ୍ବଳ ନିୟୋଜନ କରିବାକୁ କୁହାଯାଇଛି।
ଏଥିସହ ଡ୍ରେନ୍, କଲଭର୍ଟ ଓ ଜଳ ନିଷ୍କାସନ ପଥରେ ଯେଉଁଠାରେ ବାଧା ସୃଷ୍ଟି ହୋଇଛି, ସେଗୁଡ଼ିକୁ ତୁରନ୍ତ ସଫା କରିବା ଏବଂ ଜଳ ପ୍ରବାହକୁ ସ୍ୱାଭାବିକ କରିବା ଉପରେ ଗୁରୁତ୍ୱ ଦିଆଯାଉଛି।
ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଆବଶ୍ୟକତା ଅନୁଯାୟୀ ବିଶୁଦ୍ଧ ପାନୀୟ ଜଳ, ରନ୍ଧା ଖାଦ୍ୟ ଓ ଶୁଖିଲା ଖାଦ୍ୟ ଯୋଗାଣ ସହ ଆଲୋକ ବ୍ୟବସ୍ଥା କରାଯାଉଛି।
ଜନସାଧାରଣଙ୍କୁ ଆବଶ୍ୟକ ସମୟରେ ତୁରନ୍ତ ସହାୟତା ଯୋଗାଇବା ପାଇଁ ସ୍ଥାନୀୟ ପ୍ରଶାସନ ଓ ସମ୍ପୃକ୍ତ ୟୁ ଏଲ୍ ବି ଗୁଡ଼ିକୁ ସଜାଗ ରଖାଯାଇଛି।
ଆବଶ୍ୟକ ସ୍ଥଳରେ ବିପଦସଙ୍କୁଳ ଓ ଅଧିକ ପ୍ରଭାବିତ ଅଞ୍ଚଳରୁ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ କରାଯାଉଛି।
ଲୋକଙ୍କ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ ସମସ୍ତ ସମ୍ପୃକ୍ତ ବିଭାଗ ମଧ୍ୟରେ ଘନିଷ୍ଠ ସମନ୍ୱୟ ରଖାଯାଉଛି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ବନ୍ୟା ସ୍ଥିତି ଉପରେ ନିରନ୍ତର ନଜର ରଖାଯାଉଛି।
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଏବଂ ସ୍ଥାନୀୟ ପ୍ରଶାସନ ମଧ୍ୟରେ ନିରନ୍ତର ସମନ୍ୱୟ ରଖି ପ୍ରଭାବିତ ଅଞ୍ଚଳରେ ଆବଶ୍ୟକ ସହାୟତା ପହଞ୍ଚାଯାଉଛି।
"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।