Flood situation serious: ବନ୍ୟା ସ୍ଥିତି ଗମ୍ଭୀର: ମୁଖ୍ୟମନ୍ତ୍ରୀ ଦେଖିଲେ

Aug 18, 2026 - 04:34
Flood situation serious: ବନ୍ୟା ସ୍ଥିତି ଗମ୍ଭୀର: ମୁଖ୍ୟମନ୍ତ୍ରୀ ଦେଖିଲେ

"ଯାଜପୁର/ଭଦ୍ରକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯାଜପୁର ଓ ଭଦ୍ରକ ଜିଲ୍ଲା ଗସ୍ତ କରି ବନ୍ୟା ପରିସ୍ଥିତି ସମୀକ୍ଷା କରିବା ସହ ବନ୍ୟା ବିପନ୍ନଙ୍କୁ ଭେଟିଛନ୍ତି।

ମୁଖ୍ୟମନ୍ତ୍ରୀ ସଡ଼କପଥରେ ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ୍‌ ଗସ୍ତ କରିଥିଲେ।

ପାୱାର ବୋଟ୍‌ ଯୋଗେ ସେ କସପା ଓ ତରପଦା ପଞ୍ଚାୟତର ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବା ସହ ରାମଚନ୍ଦ୍ରପୁର, ବାଲଦା ଓ ଡୋଭାବିଲ୍‌ ଗ୍ରାମର ବନ୍ୟା ବିପନ୍ନଙ୍କୁ ଭେଟି ସେମାନଙ୍କ ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ।

ଏହାପରେ ବନ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରି ମୁଖ୍ୟମନ୍ତ୍ରୀ ବିପନ୍ନଙ୍କ ପାଇଁ ପ୍ରସ୍ତୁତ ରନ୍ଧାଖାଦ୍ୟର ମାନ ଯାଞ୍ଚ କରିଥିଲେ।

ବନ୍ୟା ପ୍ରଭାବିତ ପରିବାରଙ୍କୁ ତ୍ୱରିତ ଓ ପର୍ଯ୍ୟାପ୍ତ ରିଲିଫ୍‌ ଯୋଗାଣ ସହ ବିଶୁଦ୍ଧ ପାନୀୟଜଳ ଓ ଆବଶ୍ୟକ ସ୍ୱାସ୍ଥ୍ୟସେବା ନିରବଚ୍ଛିନ୍ନ ଭାବେ ଯୋଗାଇଦେବାକୁ ସେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏଥିସହ ବନ୍ୟା ସ୍ଥିତି ଉପରେ ୨୪ ଘଣ୍ଟିଆ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।Advertisment Horoscope 2026 August 18: ଜାଣନ୍ତୁ ଆଜିର ରାଶିଫଳ...

ଗସ୍ତ ସମୟରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ଯାଜପୁର ଲୋକସଭା ସାଂସଦ ଡ.

ରବୀନ୍ଦ୍ର ନାରାୟଣ ବେହେରା ଓ ରାଜ୍ୟସଭା ସାଂସଦ ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।

ଏଥିସହ ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ, ବଡ଼ଚଣା ବିଧାୟକ ଅମର କୁମାର ନାୟକ, କୋରେଇ ବିଧାୟକ ଆକାଶ ଦାସନାୟକ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଓ ଯାଜପୁର ବିଧାୟିକା ସୁଜାତା ସାହୁ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଥିଲେ।

ପ୍ରଶାସନିକ ସ୍ତରରେ ସ୍ୱତନ୍ତ୍ର ରିଲିଫ୍‌ କମିସନର ରାଜେଶ ପ୍ରଭାକର ପାଟିଲ, ଯାଜପୁର ଜିଲ୍ଲା ପାଇଁ ସ୍ୱତନ୍ତ୍ର ଦାୟିତ୍ୱରେ ଥିବା ଅବକାରୀ କମିସନର ପି.

ଅନ୍ୱେଷା ରେଡ୍ଡୀ, ଜିଲ୍ଲାପାଳ ଅମ୍ବର କୁମାର କର, ଏସ୍‌ପି ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାଏକଙ୍କ ସମେତ ବିଭିନ୍ନ ବିଭାଗର ରାଜ୍ୟ ଓ ଜିଲ୍ଲାସ୍ତରୀୟ ଅଧିକାରୀ, ବିଡିଓ, ତହସିଲଦାର ଓ ସ୍ଥାନୀୟ ଲୋକପ୍ରତିନିଧି ଉପସ୍ଥିତ ଥିଲେ।

ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ହେଲିକପ୍ଟର ଯୋଗେ ଭଦ୍ରକସ୍ଥିତ ନୂଆ ସର୍କିଟ୍‌ ହାଉସରେ ପହଞ୍ଚିଥିଲେ।

ସେଠାରୁ ସଡ଼କ ପଥରେ ତିହିଡ଼ି ଯାଇ ବୋଟ୍‌ ଯୋଗେ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ।

ଏହାସହ ବିପନ୍ନମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ବୁଝିଥିଲେ।

ବନ୍ୟା ପ୍ରଭାବିତ ଲୋକଙ୍କ ନିକଟରେ ଶୁଖିଲା ଓ ରନ୍ଧାଖାଦ୍ୟ, ବିଶୁଦ୍ଧ ପାନୀୟଜଳ ଯୋଗାଣ ସହ ସ୍ବାସ୍ଥ୍ୟସେବା ନିଶ୍ଚିତ କରିବାକୁ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ, ଧାମନଗର ବିଧାୟକ ତଥା ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଜେପି ରାଜ୍ୟ ସଭାପତି ତଥା ରାଜ୍ୟସଭା ସାଂସଦ ମନମୋହନ ସାମଲ, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର, କୋରେଇ ବିଧାୟକ ଆକାଶ ଦାସ ନାୟକ, ଧର୍ମଶାଳା ବିଧାୟକ ହିମାଂଶୁ ସାହୁ, ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ, ପୂର୍ବାଞ୍ଚଳ ଡିଆଇଜି ପିନାକ ମିଶ୍ର, ଭଦ୍ରକ ଏସ୍‌ପି ମନୋଜ ରାଉତ, ଅତିରିକ୍ତ ଜିଲ୍ଲାପାଳ ରବିନାରାୟଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ମଧୁକୁଞ୍ଜ ଗୋଲ୍‌ଡ୍‌ ଆଣ୍ଡ ଡାଇମଣ୍ଡସ୍‌ରେ ସ୍ବାଧୀନତା ଦିବସ ସେଲ୍‌"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media