Floodwaters Recede Slowly: ବନ୍ୟାରେ ୮ ଲକ୍ଷ ପ୍ରଭାବିତ, ଆକାଶମାର୍ଗରୁ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Aug 01, 2026 - 15:43
Floodwaters Recede Slowly: ବନ୍ୟାରେ ୮ ଲକ୍ଷ ପ୍ରଭାବିତ, ଆକାଶମାର୍ଗରୁ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଚଳିତ ବନ୍ୟାରେ ୮ ଲକ୍ଷ ଲୋକ ପ୍ରଭାବିତ। ଆକାଶ ମାର୍ଗରୁ ୧୨ଟି ବ୍ଲକର ବନ୍ୟା ସ୍ଥିତି ସମୀକ୍ଷା ପରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବନ୍ୟାରେ ୮ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ବେଳେ ୨ ଲକ୍ଷ ୬୯ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ୧୭ ଓଡ୍ରାଫ୍, ୭ NDRF, ୧୨୯ ଅଗ୍ନିଶମ ଟିମ୍ ନିୟୋଜିତ ଅଛନ୍ତି ।

SDRFରୁ ୨୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ପାଣି ଛାଡ଼ିବାର ୩ ଦିନ ଭିତରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ପରବର୍ତ୍ତୀ ସ୍ବାସ୍ଥ୍ୟ ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ନଦୀରେ ପାଣି କମିବା ଆରମ୍ଭ କରିଛି, ୨ ଦିନରେ ସ୍ଥିତି ସୁଧୁରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।