Ganjam: ଗଞ୍ଜାମ ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ସମ୍ବିଧାନ ଦିବସ ପାଳିତ : ଯୋଗଦେଲେ ଜିଲ୍ଲାପାଳ ଓ ସିଡିଓ
ଛତ୍ରପୁର: ଗଞ୍ଜାମ ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଆଜି ସମ୍ବିଧାନ ଦିବସ ପାଳିତ ହୋଇଯାଇଛି।
ଏହି ଅବସରରେ ଗଞ୍ଜାମ ଜିଲ୍ଲାପାଳ ଭି.
କୀର୍ତ୍ତି ଭାସନ ଓ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ (ସିଡିଓ) ସମୀର କୁମାର ଜେନା ଯୋଗଦେଇଥିଲେ।
ଏଥିସହ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ କୁମାର ବେହେରା, ପ୍ରୋଗ୍ରାମ ମ୍ୟାନେଜର ବାଣୀ ସୁକାନ୍ତ ପଟ୍ଟନାୟକ, ସୌମ୍ୟ ରଞ୍ଜନ ହୋତା, ଲକ୍ଷ୍ମୀ ନାରାୟଣ ପାଣିଗ୍ରାହୀଙ୍କ ସମେତ ଜିଲ୍ଲା ପରିଷଦ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।
ଦିବସ ପାଳନ ଅବସରରେ ଭାରତୀୟ ସମ୍ବିଧାନର ମୂଳମନ୍ତ୍ର ଓ ମୂଲ୍ୟବୋଧ, ଗଣତନ୍ତ୍ର, ନ୍ୟାୟ, ସମାନତା ଓ ସ୍ୱାଧୀନତାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରାଯାଇଥିଲା।
Advertisment
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
