Gudari Range: ଗୁଡାରି ରେଞ୍ଜ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

Jun 05, 2026 - 14:26
Gudari Range: ଗୁଡାରି ରେଞ୍ଜ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

"ଗୁଡାରି: ଗୁଡାରି  ରେଞ୍ଜ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି l ଗୁଡାରି ରେଞ୍ଜ ପକ୍ଷରୁ  ବିଶ୍ୱ ପରିବେଶ ଦିବସ ଅବସରରେ ସ୍ଥାନୀୟ ଅଞ୍ଚଳରେ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଏକ ବିଶାଳ ବାଇକ ରାଲିର ଆୟୋଜନ କରାଯାଇଥିଲା।

ଏହି ରାଲିରେ ବନ ବିଭାଗର କର୍ମଚାରୀ, ସ୍ୱେଚ୍ଛାସେବୀ, ଛାତ୍ରଛାତ୍ରୀ ଓ ସାଧାରଣ ଜନତା ଯୋଗଦେଇ ପରିବେଶ ସୁରକ୍ଷାର ବାର୍ତ୍ତା ପ୍ରଚାର କରିଥିଲେ।

ପରିବେଶ ସୁରକ୍ଷା ଉପରେ ଆଧାରିତ ପଥପ୍ରାନ୍ତ ନାଟକ ବିଭିନ୍ନ ଛକ ସ୍ଥାନ ମାନଙ୍କରେ ପ୍ରଦର୍ଶିତ କରାଯାଇଥିଲା lAdvertisment ପରିବେଶ ସୁରକ୍ଷା ପାଇଁ ସମସ୍ତେ ଶପଥ ଗ୍ରହଣ କରିଥିଲେ ରାଲିଟି ସହରର ବିଭିନ୍ନ ପ୍ରମୁଖ ରାସ୍ତା ପରିକ୍ରମା କରି ପରିବେଶ ସୁରକ୍ଷା, ବୃକ୍ଷରୋପଣ ଏବଂ ପ୍ଲାଷ୍ଟିକ ବ୍ୟବହାର ହ୍ରାସ ନେଇ ଜନସାଧାରଣଙ୍କୁ ସଚେତନ କରିଥିଲା।

ଏହି ଅବସରରେ ବକ୍ତାମାନେ କହିଥିଲେ ଯେ, ପରିବେଶର ସୁରକ୍ଷା ଓ ସନ୍ତୁଳନ ରକ୍ଷା ପାଇଁ ପ୍ରତ୍ୟେକ ବ୍ୟକ୍ତିଙ୍କ ସହଯୋଗ ଅତ୍ୟନ୍ତ ଆବଶ୍ୟକ।କାର୍ଯ୍ୟକ୍ରମ ଶେଷରେ ବୃକ୍ଷରୋପଣ ସହ ପରିବେଶ ସୁରକ୍ଷା ପାଇଁ ସମସ୍ତେ ଶପଥ ଗ୍ରହଣ କରିଥିଲେ।

ବାଇକ ରାଲି ମାଧ୍ୟମରେ ପରିବେଶ ସୁରକ୍ଷାର ବାର୍ତ୍ତା ସାଧାରଣ ଲୋକଙ୍କ ନିକଟରେ ପହଞ୍ଚାଇବାକୁ ପ୍ରୟାସ ଜାରି କରିଛନ୍ତି l ଏହି ବିଶ୍ୱ ପରିବେଶ ସଚେତନ କାର୍ଯ୍ୟକ୍ରମରେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଉପସ୍ଥିତ ଥିଲେ l ଏହି କାର୍ଯ୍ୟକ୍ରମକୁ ଗୁଡାରି ରେଞ୍ଜ ଅତିରିକ୍ତ ରେଞ୍ଜର ଗଙ୍ଗାଧର ମିଶ୍ର ପରିଚାଳନା କରିଥିଲେ l ଏହି କାର୍ଯ୍ୟକ୍ରମରେ ବନ ବିଭାଗର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ  l ଆହୁରି ପଢ଼ନ୍ତୁ:Negligence Alleged: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଯୁବକଙ୍କ ମୃତ୍ୟୁ, ବିଦ୍ୟୁତ ବିଭାଗର ଅବହେଳା ଅଭିଯୋଗ ଆହୁରି ଦେଖନ୍ତୁ...

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।