Headmaster suspended: ନିଶାସକ୍ତ ପ୍ରଧାନ ଶିକ୍ଷକ ନିଲମ୍ବିତ

Jul 02, 2026 - 14:56
Headmaster suspended: ନିଶାସକ୍ତ ପ୍ରଧାନ ଶିକ୍ଷକ ନିଲମ୍ବିତ

"ଭଦ୍ରକ: ନିଶାସକ୍ତ ପ୍ରଧାନ ଶିକ୍ଷକ ନିଲମ୍ବିତ।

ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବୀଣାପାଣି ନୋଡାଲ ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

ତାଙ୍କ ବିରୋଧରେ ମଦ୍ୟପ ଅବସ୍ଥାରେ ବିଦ୍ୟାଳୟକୁ ଆସିବା ସହ ଅଶାଳୀନ ଭାଷା ପ୍ରୟୋଗ ଓ ଗାଳିଗୁଲଜ କରୁଥିବା ଅଭିଯୋଗ ହୋଇଥିଲା ।

ମତୋ ବଜାରରେ ଲୋକଙ୍କୁ ଗାଳିଗୁଲଜ କରୁଥିବାର ଭିଡିଓ ଭାଇରାଲ୍ ହେବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।Advertisment ନିଲମ୍ବନ କରିଛନ୍ତି ଚାନ୍ଦବାଲି ବ୍ଲକ ଶିକ୍ଷା ଅଧିକାରୀ ଅଭିଯୋଗର ପ୍ରାଥମିକ ଯାଞ୍ଚ ପରେ ଚାନ୍ଦବାଲି ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ଶ୍ରୀନାଥ ଦାସଙ୍କୁ ତତ୍କାଳ ପ୍ରଭାବରୁ ନିଲମ୍ବନ କରିଛନ୍ତି ।

ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଥିବାବେଳେ, ଶିକ୍ଷାନୁଷ୍ଠାନରେ ଶୃଙ୍ଖଳା ଓ ଦାୟିତ୍ୱବୋଧ ବଜାୟ ରଖିବା ପାଇଁ ଏଭଳି କାର୍ଯ୍ୟାନୁଷ୍ଠାନ ଜରୁରୀ ବୋଲି ମତ ପ୍ରକାଶ ପାଉଛି।

ଏକନାଥ ସିନ୍ଦେଙ୍କ ଗୋଷ୍ଠୀରେ ଯୋଗଦେଲେ କିରଣ ସର୍‌ନାୟକ ଓ ଗୋକୁଳ ଗୀତେ "