Heavy Rain: ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ଗଞ୍ଜାମ ପ୍ରଶାସନ, ଅଧିକାରୀଙ୍କୁ ହେଡ୍‌କ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ

Sep 20, 2026 - 18:54
Heavy Rain: ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ଗଞ୍ଜାମ ପ୍ରଶାସନ, ଅଧିକାରୀଙ୍କୁ ହେଡ୍‌କ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ

"ଛତ୍ରପୁର (ବସନ୍ତ ମହାରଣା): ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ମୁକାବିଲା କରିବାକୁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

ଆସନ୍ତାକାଲିଠାରୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।

ସମ୍ଭାବ୍ୟ ପରିସ୍ଥିତିରେ ଯେପରି ଜନଜୀବନ ପ୍ରଭାବିତ ନହୁଏ, ସେଥିପାଇଁ ବିଭିନ୍ନ ବିଭାଗକୁ ସଜାଗ ରଖାଯାଇଛି।

ଗଞ୍ଜାମ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ନିଜ ହେଡ୍‌କ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଜରୁରୀ ପରିସ୍ଥିତିରେ ତୁରନ୍ତ ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅଧିକାରୀମାନେ ପ୍ରସ୍ତୁତ ରହିବେ।

ସ୍ଥାନୀୟ ପ୍ରଶାସନକୁ ମଧ୍ୟ ପରିସ୍ଥିତି ଉପରେ ନଜର ରଖିବାକୁ କୁହାଯାଇଛି।Advertisment ଆଶ୍ରୟସ୍ଥଳୀ ପ୍ରସ୍ତୁତ ପାଗକୁ ଦୃଷ୍ଟିରେ ରଖି ଲୋକଙ୍କୁ ମଧ୍ୟ ସତର୍କ କରାଯାଇଛି।

ବିନା କାରଣରେ ଘରୁ ବାହାରକୁ ନବାହାରିବା ସହ ଘଡ଼ଘଡ଼ି ସମୟରେ ନିରାପଦ ସ୍ଥାନରେ ରହିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

ବିଶେଷକରି ବର୍ଷା ଓ ବଜ୍ରପାତ ସମୟରେ ଅତ୍ୟାବଶ୍ୟକ କାମ ନଥିଲେ ବାହାରକୁ ନଯିବାକୁ କୁହାଯାଇଛି।

ଜିଲ୍ଲା ପ୍ରଶାସନ ସହ ତହସିଲ, ବ୍ଲକ, ବିଦ୍ୟୁତ ବିଭାଗ ଓ ଅଗ୍ନିଶମ ବିଭାଗ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗକୁ ସଜାଗ କରାଯାଇଛି।

ଯେକୌଣସି ଆପତ୍‌କାଳୀନ ପରିସ୍ଥିତିରେ ତୁରନ୍ତ ସେବା ଯୋଗାଇବା ଓ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗଗୁଡ଼ିକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି।

ପରିସ୍ଥିତିକୁ ଦେଖି ଆବଶ୍ୟକ ପଡ଼ିଲେ ଜିଲ୍ଲାର ସ୍କୁଲ ଓ କଲେଜଗୁଡ଼ିକୁ ଛୁଟି ଘୋଷଣା କରାଯାଇପାରେ।

ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ପାଣିପାଗର ସ୍ଥିତି ଅନୁଧ୍ୟାନ ପରେ ଏନେଇ ନିଷ୍ପତ୍ତି ନିଆଯିବ।

ଏଥିସହ ଜିଲ୍ଲାର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀକୁ ସଜାଗ ଓ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଆବଶ୍ୟକ ପଡ଼ିଲେ ଲୋକଙ୍କୁ ସୁରକ୍ଷିତ ଭାବେ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇପାରିବ।

ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ନେଇ ଗଞ୍ଜାମ ପ୍ରଶାସନ ସମସ୍ତ ପ୍ରକାରର ପ୍ରସ୍ତୁତି ରଖିଥିବା ଜଣାପଡ଼ିଛି।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)