Heavy Rain Alert: ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୪ ଦିନ ବର୍ଷିବ

Aug 04, 2026 - 11:28
Heavy Rain Alert: ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୪ ଦିନ ବର୍ଷିବ

ରାଜ୍ୟରେ ଜାରି ରହିଛି ବର୍ଷା ପ୍ରଭାବ। ଆଜି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ। ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜ।

ସେହିପରି ଆସନ୍ତାକାଲି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୬ ଏବଂ ୭ ତାରିଖରେ ପୂରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।

୪ ଦିନ ବର୍ଷା, ବଜ୍ରପାତ ସତର୍କତା
ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା
କିଛି କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପବନ ବହିବ
ଆସନ୍ତାକାଲି ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ
୬ ଓ ୭ ତାରିଖରେ ପୂରା ବର୍ଷା ସମ୍ଭାବନା

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।