Heavy Rain Alert: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆଗାମୀ ୨୪ ଘଣ୍ଟାରେ ଏହି ସବୁ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ IMD ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ଦୁଇ ତିନି ଦିନ ଭିତରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଆସନ୍ତା ସପ୍ତାହ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲଙ୍ଗିର, ନୁଆପଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବିଶେଷ କରି ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବର୍ଷାର ପ୍ରଭାବ ଅଧିକ ଦେଖିବାକୁ ମିଳିବ। ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ସେପଟେ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା।...
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଓଡ଼ିଶା ଉପକୂଳରେ ଘନୀଭୂତ ହେଉଛି ଲଘୁଚାପ
ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଆଲର୍ଟ
ଆଗାମୀ ୨୪ ଘଣ୍ଟାରେ ୯ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା
ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ IMD ପକ୍ଷରୁ ସୂଚନା
ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି