Heavy Rain Alert in Odisha: ଆଜିଠୁ ୪ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା, ଏହି ଜିଲ୍ଲାଗୁଡ଼ିକୁ ଆଲର୍ଟ ଜାରି
ରାଜ୍ୟରେ ଆଜିଠୁ ୪ ଦିନ ଯାଏଁ ଛେଚିବ ବର୍ଷା। ଉତ୍ତରରୁ ଦକ୍ଷିଣ ଉପକୂଳରୁ ପଶ୍ଚିମ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ଆଜି ଦକ୍ଷିଣ ଓଡ଼ିଶାରେ ଅତିପ୍ରବଳ ବର୍ଷା ହୋଇପାରେ। ସକାଳ ସାଢେ ୮ଟା ପର୍ଯ୍ୟନ୍ତ ୪ ଜିଲ୍ଲା କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିଭଳି ୧୫ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଯାଏଁ କୋରାପୁଟ ଓ ମୟୂରଭଞ୍ଜ ଅରେଞ୍ଜ ଆଲର୍ଟ ଏବଂ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି।