Heavy Rain Alert Issued Across Odisha: ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ, ୨୪ ଘଣ୍ଟାରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ

Jul 05, 2026 - 18:50
Heavy Rain Alert Issued Across Odisha: ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ, ୨୪ ଘଣ୍ଟାରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ

ଅବପାତର ରୂପ ନେଇଛି ସୁଦୃଶ୍ୟ ଲଘୁଚାପ। ବାଲେଶ୍ୱରଠାରୁ ପ୍ରାୟ ୫୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ହୋଇ ରହିଛି ଲଘୁଚାପ। ୨୪ ଘଣ୍ଟା ପାଇଁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଚାନ୍ଦବାଲି ଏବଂ ଦୀଘା ମଧ୍ୟରେ, ବାଲେଶ୍ୱର ନିକଟରେ ଉତ୍ତର ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। 

ଆସନ୍ତା ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ଅନୁଗୋଳ, ବୌଦ୍ଧ, ସୋନପୁର ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଏବଂ ଅନ୍ୟ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 

ଆସନ୍ତାକାଲି କୌଣସି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ନଥିବା ବେଳେ ଏକାଧିକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ଓଡ଼ିଶାର ସମସ୍ତ ବନ୍ଦରରେ ୩ ନମ୍ବର ସ୍ଥାନୀୟ ସତର୍କତା ସଙ୍କେତ ଜାରି କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ସ୍ବାଭାବିକଠୁ ଅଧିକ ବର୍ଷା। 

ରାଜ୍ୟରେ ଜୁନ୍ ୧ରୁ ଏଯାବତ ୨୬୫.୫ ମିମି ବର୍ଷା ହୋଇଛି। ଯାହାକି ସ୍ବାଭାବିକ ଠାରୁ ୪% ଅଧିକ ବର୍ଷା ରେକର୍ଡ। ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି। ବୌଦ୍ଧ, କନ୍ଧମାଳ ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଛି। ୧୧ ଜିଲ୍ଲାରେ ଅଧିକ ବର୍ଷା ଓ ଆଉ ୧୧ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି। ୬ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, କଳାହାଣ୍ଡି, ନବରଙ୍ଗପୁରରେ କମ୍ ବର୍ଷା ହୋଇଛି।