Heavy Rain Alert: ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ, ଆହୁରି ୪ ଦିନ
ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା। ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତୁହାକୁ ତୁହା ବର୍ଷାରେ ଭିଜୁଛି ପୂରା ଓଡି଼ଶା। ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି।
ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସତର୍କ ରହିବା ସହ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।
ରାଜ୍ୟରେ ୨୦ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ମଧ୍ୟ ଗଜପତି, ଗଞ୍ଜମ, ନୟାଗଡ, ଖୋର୍ଦ୍ଧ, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡାରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଗତକାଲିଠୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡିଶା ଉପରେ ସୃଷ୍ଟି ହେଇଛି ଲଘୁଚାପ କ୍ଷେତ୍ର।
ମାଲକାନଗିରି, କୋରାପୁଟରେ ପ୍ରବଳ ବର୍ଷିବ
ରାଜ୍ୟରେ ଲଘୁଚାପ ବର୍ଷା
୪ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ମାଲକାନଗିରି, କୋରାପୁଟକୁ ରେଡ ୱାର୍ଣ୍ଣିଂ
ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ
୧୨ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ
ସତର୍କ ରହିବା ସହ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ
ରାଜ୍ୟରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା