12 SEPTEMBER 2026

Welcome!

Unlock your personalized experience.
Sign Up

Heavy rain in South Odisha: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା

Sep 12, 2026 - 05:16
Heavy rain in South Odisha: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଉତ୍ତରପଶ୍ଚିମ ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସେଠାରେ ହିଁ ରହିଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ସକ୍ରିୟ ହୋଇ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ଛାତିଶଗଡ଼ରେ ପ୍ରବଳରୁ ଅତିପ୍ରବଳ ଅର୍ଥାତ୍‌ ୭ରୁ ୨୦ ସେମି ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। 

Weather: ବ୍ରିକ୍ସ ସମ୍ମିଳନୀ ପୂର୍ବରୁ ପ୍ରବଳ ବର୍ଷାରେ ଦିଲ୍ଲୀ ବେହାଲ

ଶନିବାର ସକାଳ ସୁଦ୍ଧା ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ସମୟରେ ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା  ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ଗତ ୨୪ ଘଣ୍ଟାରେ କଳାହାଣ୍ଡିର କୋଲାମୁଣ୍ଡାରେ ସର୍ବାଧିକ ୧୬ ସେମି, ମଦନପୁର ରାମପୁରରେ ୧୪, ଭବାନୀପାଟଣାରେ ୧୪, ଜୁନାଗଡ଼ରେ ୧୪ ସେମି ବର୍ଷା ରେକର୍ଡ କରାଯାଇଛି।

Weather in Odisha: ଓଡ଼ିଶାରେ ଦାଉ ସାଧୁଛି ପାଣିପାଗ: ଆସୁଛି ଦୁଇଟି ଲଘୁଚାପ, ୧୫ ଯାଏଁ ପ୍ରବଳ ବର୍ଷା

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)