Heavy Rain Sweeps Odisha: ଆସୁଛି ବଡ଼ ବର୍ଷା, ୬ ଯାଏଁ ପ୍ରବଳ କାଚିବ

Jul 01, 2026 - 10:28
Heavy Rain Sweeps Odisha: ଆସୁଛି ବଡ଼ ବର୍ଷା, ୬ ଯାଏଁ ପ୍ରବଳ କାଚିବ

ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଜୁଲାଇ ୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ‘ଲଘୁଚାପ’ ସୃଷ୍ଟି ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। 

ଉତ୍ତର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣି ବଳୟ ସକ୍ରିୟ ରହିଛି। ୬ ଜୁଲାଇ ପର୍ଯ୍ୟନ୍ତ ଓଡ଼ିଶାରେ ବଡ଼ ବର୍ଷା ହେବାର ସମ୍ଭାବନା ଅଛି। ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ଏବଂ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।