Heavy Rain: ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପ୍ରଭାବରେ ହୋଇପାରେ ପ୍ରବଳ ବର୍ଷା

Sep 10, 2026 - 12:30
Heavy Rain: ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପ୍ରଭାବରେ ହୋଇପାରେ ପ୍ରବଳ ବର୍ଷା

"ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଆଉ ଏହା ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଜାରି କରାଯାଇଥିବା ସୂଚନା ମୁତାବକ ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା(୨୦ ସେମିରୁ ଅଧିକ) ହେବାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ସେହିପରି କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

Advertisment ଆହୁରି ପଢନ୍ତୁ :Uttarakhand: ଡାକ୍ତର ନଥିଲେ ଫାର୍ମାସିଷ୍ଟ ଲେଖିବେ ଔଷଧ: ଡିଫାର୍ମା-ବିଫାର୍ମା ଧାରକଙ୍କୁ ମିଳିବ ସୀମିତ ପ୍ରେସକ୍ରିପସନ ଅଧିକାର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି | ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ପ୍ରବଳ ବର୍ଷା ହେବାରସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ସେହିପରି ଆସନ୍ତାକାଲିଠାରୁ ୧୨ ତାରିଖ ମଧ୍ୟରେ କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ଆହୁରି ପଢନ୍ତୁ :Temperature: ଅଗଷ୍ଟ ପାଲଟିଥିଲା ତାତିଲା କଡ଼େଇ: ବିଶ୍ୱ ତାପମାତ୍ରାରେ ୧.୬୫ ଡିଗ୍ରି ସେଲସିୟସ୍ ବୃଦ୍ଧି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢେଙ୍କାନାଳ, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ବିଜୁଳି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)