Heavy Rainfall in Odisha: ଲ୍ୟାଣ୍ଡଫଲ୍ ପରେ ଦୁର୍ବଳ ହେଉଛି ବାତ୍ୟା ‘ଅକଓ୍ୱାନ’, ଉତ୍ତର ଓଡ଼ିଶା ସମେତ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Nov 21, 2026 - 08:27
Heavy Rainfall in Odisha: ଲ୍ୟାଣ୍ଡଫଲ୍ ପରେ ଦୁର୍ବଳ ହେଉଛି ବାତ୍ୟା ‘ଅକଓ୍ୱାନ’, ଉତ୍ତର ଓଡ଼ିଶା ସମେତ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେଲା ବଙ୍ଗୋପ ସାଗରରେ ବାତ୍ୟା ଅକଓ୍ୱାନ।

ଆଗକୁ ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି।

ବାତ୍ୟା ଅକଓ୍ୱାନ ଭୀଷଣ ବାତ୍ୟାର ରୂପ ନେଇ ଲ୍ୟାଣ୍ଡଫଲ କରିବା ପରେ ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି।

ଓଡିଶା ଦେଇ ଉତ୍ତରମୁହାଁ ହେବା ସହ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ।

Advertisment ଦୁର୍ବଳ ହେଉଥିବାରୁ ବର୍ଷାର ପରିମାଣ ଧିରେ ଧିରେ କମିବାରେ ଲାଗିଛି।

ତେବେ ଉତ୍ତରମୁହାଁ ହେଉଥିବାରୁ ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଓ ଛତିଶଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ପଶ୍ଚିମବଙ୍ଗର ଗାଙ୍ଗେୟ ଉପକୂଳ, ଝାଡ଼ଖଣ୍ଡ, ବିହାରର କିଛି ଅଂଚଳରେ ମଧ୍ୟ ବର୍ଷା ସମ୍ଭାବନା ରହିଛି।

ପ୍ରବଳ ବର୍ଷା ନେଇ ଆଜିପାଇଁ ଓଡ଼ିଶାର ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ବାକି ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ତେବେ ଆସନ୍ତାକାଲିଠାରୁ ଶୀତର ପରିମାଣ ବଢିବ।

ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Advertisment

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)