Heavy Rains to Lash Odisha for 5 Days: ଆଗାମୀ ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷିବ, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Jul 25, 2026 - 20:22
Heavy Rains to Lash Odisha for 5 Days: ଆଗାମୀ ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷିବ, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ତୁହାକୁ ତୁହା ବର୍ଷା। ସକ୍ରିମ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଥିବାବେଳେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତ-ସଂଲଗ୍ନ ପଶ୍ଚିମବଙ୍ଗ-ଓଡିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଗାମୀ ୨ ଦିନ ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି | ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ।

ବିଶେଷକରି ପଶ୍ଚିମ, ଉତ୍ତର, ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। କିଛି ଜିଲ୍ଲାରେ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ମଧ୍ୟ ପୂର୍ବାନୁମାନ କରାଯାଇଛି। ସମୁଦ୍ର ଅଶାନ୍ତ ରହିବା କାରଣରୁ ଆଗାମୀ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। 

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ପଶ୍ଚିମବଙ୍ଗ-ଓଡିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଆଗାମୀ ୨ ଦିନ ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା
ଆଗାମୀ ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷିବ
ଆଜି ପାଇଁ ୪ ଜିଲ୍ଲାକୁ ଭୀଷଣ ବର୍ଷା ଚେତାବନୀ
୨୭ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।