Hindu Religious Endowments Act ସଂଶୋଧିତ ହେବ ଓଡ଼ିଶା ହିନ୍ଦୁ ଧାର୍ମିକ ଦେବୋତ୍ତର ଆଇନ
"ଭୁବନେଶ୍ୱର: ରାଜ୍ୟରେ ମଠ, ମନ୍ଦିର ଓ ଧାର୍ମିକ ଅନୁଷ୍ଠାନଗୁଡ଼ିକର ପରିଚାଳନା ନିମନ୍ତେ ପ୍ରଚଳିତ ଓଡ଼ିଶା ହିନ୍ଦୁ ଧାର୍ମିକ ଦେବୋତ୍ତର ଆଇନ ୧୯୫୧ ସଂଶୋଧିତ ହେବ।
ମଠ, ମନ୍ଦିରଗୁଡ଼ିକର ପରିଚାଳନା ନିମନ୍ତେ ସ୍ପଷ୍ଟ ଓ ନିର୍ଦ୍ଦିଷ୍ଟ ନୀତି ଓ ନିୟମ ନିର୍ଦ୍ଧାରଣ କରାଯିବ।
ଆଜି ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।
Advertisment ଆଜିର ଏହି ବୈଠକରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅଧ୍ୟକ୍ଷତା କରିଥିଲେ।
ବୈଠକରେ ପ୍ରଚଳିତ ଆଇନରେ ଥିବା ବହୁ ଅନାବଶ୍ୟକ ଧାରା ଓ ଉପଧାରାକୁ ଯୁଗୋପଯୋଗୀ ଅନୁଯାୟୀ ସଂଶୋଧନ ନେଇ ଆଲୋଚନା ହୋଇଥିଲା ।
ଏଥି ସହିତ କମିଶନର, ଅତିରିକ୍ତ କମିଶନର ଏବଂ କ୍ଷମତାପ୍ରାପ୍ତ ଅଧିକାରୀଙ୍କ କ୍ଷମତା, କ୍ୟାଡର ପୁନର୍ଗଠନ, ଦେବୋତ୍ତର ବିଭାଗରେ ନୂଆ ନିଯୁକ୍ତି ସୃଷ୍ଟି ନେଇ ମଧ୍ୟ ଆଲୋଚନା ହୋଇଥିଲା ।
ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ହରିଚନ୍ଦନ କହିଛନ୍ତି ଯେ ଏହି ସଂଶୋଧିତ ଆଇନ କାର୍ଯ୍ୟକାରୀ ହେଲେ ମନ୍ଦିର, ମଠ ଏବଂ ଧାର୍ମିକ ଅନୁଷ୍ଠାନର ପ୍ରଶାସନିକ ଓ ଆର୍ଥିକ ସୁପରିଚାଳନା ଅଧିକ ସୁଦୃଢ଼ ହୋଇପାରିବ ।
ଏହି ବୈଠକରେ ଲ"କମିଶନର ଜଷ୍ଟିସ୍ ବିଶ୍ୱନାଥ ରଥ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଡ.
ପବିତ୍ର ମୋହନ ସାମଲ, ଦେବୋତ୍ତର କମିଶନର ସତ୍ୟ ନାରାୟଣ ଷଡ଼ଙ୍ଗୀ, ସ୍ୱତନ୍ତ୍ର ଶାସନ ସଚିବ ପ୍ରଣବ କୁମାର ପାତ୍ର, ଅତିରିକ୍ତ ଶାସନ ସଚିବ ଶିବ ପ୍ରସାଦ ମହାପାତ୍ର ଏବଂ ଅତିରିକ୍ତ ସରକାରୀ ଅଧିବକ୍ତା ମନ୍ମୟ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ ।"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
