Hirakud Dam Declared No-Flying Zone: ହୀରାକୁଦ ଡ୍ୟାମ୍ ନୋ-ଫ୍ଲାଇଂ ଜୋନ୍ ଘୋଷଣା, ନିର୍ଦ୍ଦେଶକୁ କଡ଼ାକଡ଼ି ପାଳନ କରିବାକୁ ଅନୁରୋଧ

Jul 09, 2026 - 09:47
Hirakud Dam Declared No-Flying Zone: ହୀରାକୁଦ ଡ୍ୟାମ୍ ନୋ-ଫ୍ଲାଇଂ ଜୋନ୍ ଘୋଷଣା, ନିର୍ଦ୍ଦେଶକୁ କଡ଼ାକଡ଼ି ପାଳନ କରିବାକୁ ଅନୁରୋଧ

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା। ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ମୁଖ୍ୟ ଡ୍ୟାମ୍ ଏବଂ ଏହାର ଆଖପାଖ ଅଞ୍ଚଳକୁ ନୋ-ଫ୍ଲାଇଂ ଜୋନ୍ ଘୋଷଣା କରିଛନ୍ତି ସମ୍ବଲପୁର ଜିଲ୍ଲାପାଳ। ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି। 

ଜିଲ୍ଲାପାଳଙ୍କ ଆଦେଶ ଅନୁଯାୟୀ, ହୀରାକୁଦ ମୁଖ୍ୟ ଡ୍ୟାମ୍ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ କୌଣସି ଡ୍ରୋନ୍, ମାଇକ୍ରୋଲାଇଟ୍ ବିମାନ କିମ୍ବା ଅନ୍ୟ କୌଣସି ମାନବଚାଳିତ ଅଥବା ମାନବବିହୀନ ଉଡ଼ନ୍ତା ଯନ୍ତ୍ର ଉଡ଼ାଇବା ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ସମୟରେ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ପଦକ୍ଷେପ ନିଆଯାଇଛି। ଗଣମାଧ୍ୟମ ପ୍ରତିନିଧି ଏବଂ ସାଧାରଣ ଲୋକଙ୍କୁ ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ପାଳନ କରିବା ସହ ପ୍ରଶାସନକୁ ସହଯୋଗ କରିବାକୁ ଅନୁରୋଧ କରାଯାଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।