Hirakud Dam Opens 22 Gates: ହୀରାକୁଦରେ ଖୋଲିଲା ୨୨ ଗେଟ୍, ମହାନଦୀ କୁଳିଆ ଲୋକଙ୍କ ପାଇଁ ବଢୁଛି ବିପଦ
ହୀରାକୁଦ ଡ୍ୟାମ୍ରେ ବଢୁଥିବା ଜଳସ୍ତର ପ୍ରଶାସନର ଚିନ୍ତା ବଢ଼ାଇଛି। ଜଳଭଣ୍ଡାରକୁ ଲଗାତାର ଅଧିକ ପାଣି ପ୍ରବେଶ କରୁଥିବାରୁ ପର୍ଯ୍ୟାୟକ୍ରମେ ଗେଟ୍ ଖୋଲାଯାଉଛି। ଆଜି ତୃତୀୟ ପର୍ଯ୍ୟାୟରେ ଆଉ ୮ଟି ଗେଟ୍ ଖୋଲାଯିବା ପରେ ବର୍ତ୍ତମାନ ମୋଟ୍ ୨୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି।
ଜଳ ସମ୍ପଦ ବିଭାଗର ସୂଚନା ଅନୁଯାୟୀ, ବର୍ତ୍ତମାନ ପ୍ରାୟ ସାଢ଼େ ୩ ଲକ୍ଷ କ୍ୟୁସେକ ପାଣି ହୀରାକୁଦରୁ ଛଡ଼ାଯାଉଛି। ଅନ୍ୟପଟେ ଖଇରମାଳରେ ଏବେ ୫ ଲକ୍ଷ ୨୭ ହଜାର କ୍ୟୁସେକ ପାଣି ପ୍ରବାହିତ ହେଉଛି। ହୀରାକୁଦରୁ ଛଡ଼ାଯାଉଥିବା ପାଣି ସେଠାରେ ପହଞ୍ଚିବା ପରେ ମୋଟ୍ ପ୍ରବାହ ପ୍ରାୟ ସାଢ଼େ ୭ ଲକ୍ଷ କ୍ୟୁସେକରେ ପହଞ୍ଚିବାର ଆକଳନ କରାଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।