Horoscope : ଆସନ୍ତାକାଲି ଆପଣଙ୍କ ଦିନ କେମିତି କଟିବ , ପଢନ୍ତୁ
ମେଷ : ଶୁକ୍କ ପକ୍ଷର ଚତୁର୍ଥ ଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉ ଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପରିବାର ସଦସ୍ୟଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ। ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ତୃତୀୟ ଚନ୍ଦ୍ର, ବୁଧବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉ ଥିବାରୁ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ବ୍ୟବସାୟ ଆରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ। ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ଭଗବାନ ବିଷ୍ଣୁ ।
ମିଥୁନ : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ନାହିଁ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । ଯେଉଁମାନଙ୍କର ପୁନର୍ବସୁ ଓ ମୃଗଶିରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।
କର୍କଟ : ଶ୍ରୀଚନ୍ଦ୍ର ଓ ଘାତବାର ଯୋଗୁ ଏବଂ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ । ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସହ ସଦ୍ଭାବ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ: ଶୁକ୍ଳପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଦୁଇଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୂର୍ବାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ଏକାଦଶ ଚନ୍ଦ୍ର, ବୁଧବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ହୃତଧନ ଫେରିପାଇବେ । ଧନର ସତ୍ବିନିଯୋଗ କରିବେ ଏବଂ ଆୟର କିଛି ଅଂଶ କୌଣସି ଆର୍ଥିକ ସଂସ୍ଥାରେ ସ୍ଥାୟୀ ଭାବେ ବିନିଯୋଗ କରିବେ । ମନରେ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ ଏବଂ ମୂଲ୍ୟବାନ ଧାତୂ, ଭୂମି ଓ ଯାନବାହନ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା,ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଦଶମ ଚନ୍ଦ୍ର, ବୁଧବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ଆପଣଙ୍କ ପାଇଁ ସହଜ ହେବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ସିଲଭର, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ନିଜକୁ ସାମାଜିକ କର୍ମରେ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚସମ୍ମାନ ପ୍ରାପ୍ତ ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।
ଧନୁ : ଅଷ୍ଟମ ଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।
ମକର : ସପ୍ତମ ଚନ୍ଦ୍ର, ବୁଧବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ ଏବଂ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ବିମଳା ।
କୁମ୍ଭ : ଷଷ୍ଠ ଚନ୍ଦ୍ର, ବୁଧବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋନହର ଶକ୍ତି ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ନିଜକୁ ସାମିଲ୍ କରିବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମ ସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ଭଗବାନ ବିଷ୍ଣୁ ।
ମୀନ : ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ୱରଣ ଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳାରେ ନିଜର ପରାକାଷ୍ଠା ପ୍ରଦଶନ କରିବେ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।