Horoscope : ଏହି ରାଶିର ବ୍ୟକ୍ତିଙ୍କ ଆୟ ବଢିବ , ନୂତନ ବ୍ୟବସାୟର ସୁଯୋଗ ମିଳିବ
ମେଷ : ଘାତବାର ଓ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ। ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ବୃଷ : ସପ୍ତମ ଚନ୍ଦ୍ର, ରବିବାର, ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ। ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ ଏବଂ ସମସ୍ତଙ୍କ ମନ ଜିଣିବାରେ ସମର୍ଥ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।
ମିଥୁନ : ଘାତଚନ୍ଦ୍ର, ରବିବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ। ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ମାତଙ୍ଗୀ ।
କର୍କଟ : ପଞ୍ଚମ ଚନ୍ଦ୍ର, ରବିବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ। ନୂତନ ବିଦ୍ୟା, କଳା, ସଂସ୍କୃତିରେ ଅଧିକ ଆଗ୍ରହ ରହିବ ଏବଂ ଉଚ୍ଚ ପଦାଧିକାରୀ ବ୍ୟକ୍ତିଙ୍କ ସହଯୋଗ ପ୍ରାପ୍ତ ହେବ। ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷାରେ ଉନ୍ନତି ଆସିବ ଏବଂ ସେମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପିତାମାତାଙ୍କ କୃପା ଲାଭ କରିବେ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର, ଚତୁର୍ଦ୍ଦଶୀ ତିଥି ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି। ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ପ୍ରଭୁ ଗଜାନନ ।
କନ୍ୟା: ତୃତୀୟ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ। ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀ ଓ ପରିବାର ସଦସ୍ୟଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ। କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ। ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ତ୍ରିପୁରସୁନ୍ଦରୀ ।
ତୁଳା : ଦ୍ୱିତୀୟ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ। ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ ଏବଂ ସଞ୍ଚୟ ବୃଦ୍ଧି ପାଇବ। ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ ଏବଂ ବ୍ୟବସାୟରେ ଉନ୍ନତି ଆଣିବା ପାଇଁ ନୂତନ କଳାକୌଶଳ ଆପଣାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ଆଜି ସହଜ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଶ୍ରୀଚନ୍ଦ୍ର, ରବିବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ ଏବଂ ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ। ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀରାମ ।
ମକର : ଏକାଦଶ ଚନ୍ଦ୍ର ଓ ରବିବାର ତଥା ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଧନ, ସମ୍ପଦ ବୃଦ୍ଧି ପାଇବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । ଧନର ସତ୍ ବିନିଯୋଗ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।
କୁମ୍ଭ : ଦଶମ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ପ୍ରକାଶ ପାଇବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ମିଳିବ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ଆଜି ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
ମୀନ : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂରଣ ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବାର ଯୋଜନା କରିବେ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ,ସେମାନେ ସୁଫଳ ପାଇବେ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ମାଣିକେଶ୍ୱରୀ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩