Horoscope : ଏହି ରାଶିର ବ୍ୟକ୍ତିଙ୍କ ବିଦେଶ ଯାତ୍ରାର ସୁଯୋଗ ଜୁଟିବ
ମେଷ : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପରିବାର ସଦସ୍ୟଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷାକରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ ଏବଂ ପରିବାରରେ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ବୃଷ : ଦ୍ୱାଦଶ ଚନ୍ଦ୍ର, ଶୁକ୍ରବାର ଓ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା ଏବଂ ସମସ୍ତ ଅଟକିଥିବା କାମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।
ମିଥୁନ : ଏକାଦଶ ଚନ୍ଦ୍ର, ଶୁକ୍ରବାର ଏବଂ ସକାଳ ୮ଟା ୧୮ ମିନିଟ୍ ପରେ ଏକାଦଶୀ ତିଥି ଯୋଗୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଦଶମ ଚନ୍ଦ୍ର, ଦଶମୀ ତିଥି ଯୋଗୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ମନରେ ପ୍ରସନ୍ନତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ପୁଷ୍ୟା କର୍କଟ,ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା :୧, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଉପୁଜିବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଏବଂ ହତୋତ୍ସାହ ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ଯେଉଁମାନଙ୍କର ପୂର୍ବାଫାଲ୍ଗୁନୀ ଓ ଉତ୍ତରାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା : ସପ୍ତମ ଚନ୍ଦ୍ର, ଶୁକ୍ରବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୮, ଆରାଧନା : ମା’ କମଳା ।
ବିଛା : ଷଷ୍ଠ ଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ଘାତବାର, ଘାତ ନକ୍ଷତ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବେ ଏବଂ ପିତାମାତା, ସନ୍ତାନସନ୍ତତିଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ବିମଳା ।
ମକର : ଚତୁର୍ଥ ଚନ୍ଦ୍ର, ଶୁକ୍ରବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥବା ଧନ ଓ ହୃତଧନ ଫେରିପାଇବେ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ତୃତୀୟ ଚନ୍ଦ୍ର, ଶୁକ୍ରବାର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ କିମ୍ବା ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା, କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।
ମୀନ : ଘାତବାର ଓ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।