Welcome!

Unlock your personalized experience.
Sign Up

Horoscope : ଏହି ରାଶିର ବ୍ୟକ୍ତିଙ୍କୁ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ

Jul 28, 2026 - 21:07
Horoscope : ଏହି ରାଶିର ବ୍ୟକ୍ତିଙ୍କୁ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ

ମେଷ : ଦଶମ ଚନ୍ଦ୍ର, ପୂର୍ଣ୍ଣିମା ତିଥି ଓ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ କର୍ମକୁଶଳତା ପ୍ରକାଶ ପାଇବ । ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ବୃଷ : ନବମ ଚନ୍ଦ୍ର, ବୁଧବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସପଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା :୨, ଆରାଧନା ମା’ କମଳା ।

ମିଥୁନ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟମହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପର୍ୟିାତ୍ୟାଗ କରି ଅନିଶ୍ଚିତତା ପଛରେ ପଞ୍ଚାତ୍ଧାବନ କରିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନ ବିଷାଦଗ୍ରସତ ଓ ଚାପଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ସପ୍ତମ ଚନ୍ଦ୍ର, ପୂର୍ଣ୍ଣିମା ତିଥି ଓ ରବି,ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତଙ୍କ ମନ ଜିଣିବାରେ ସମର୍ଥ ହେବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣଗ୍ରସ୍ତ ହେବେ । ଶତ୍ରୁମାନେ ପରାଭବ ହେବେ ଏବଂ ଆତ୍ମୀୟ, ସ୍ୱଜନଙ୍କ ସହ ବିବାଦ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୫, ଆରାଧନା : ଭଗବାନ ଶିବ ।

କନ୍ୟା : ପଞ୍ଚମ ଚନ୍ଦ୍ର, ବୁଧବାର ଓ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ।ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ଉନ୍ନତି ଆସିବ ଏବଂ ସେମାନେ ଉଚ୍ଚଶିକ୍ଷା କିମ୍ବା ନୂତନ ନିଯୁକ୍ତିର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଏବଂ ସକାଳ ୭ଟା ୧୫ ମିନିଟ୍ ପର୍ଯ୍ୟନ୍ତ ବିଷ୍ଟିକରଣ ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଗୁରୁଜନ, କ୍ଷମତାଶାଳୀ ବ୍ୟକ୍ତି, ବନ୍ଧୁବାନ୍ଧବ ଓ ପରିବାର ସଦସ୍ୟଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୭, ଆରାଧନା : ମା’ କାଳୀ ।

ବିଛା : ତୃତୀୟ ଚନ୍ଦ୍ର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀ, ପରିବାର ସଦସ୍ୟଙ୍କ ସାହାଯ୍ୟ, ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଦ୍ୱିତୀୟ ଚନ୍ଦ୍ର, ପୂର୍ଣ୍ଣିମା ତିଥି ଓ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନର ସତ୍ ବିନିଯୋଗ କରିବେ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରଖିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଆୟର ନୂତନ ମାର୍ଗ ଖୋଲିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଆୟ ବୃଦ୍ଧି ଘଟିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ମକର : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଦେହ, ମନ ସୁସ୍ଥ ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମରେ ଆୟୋଜନ କରିବେ ଏବଂ ନିଜକୁ ସାମାଜିକ କର୍ମରେ ସାମିଲ୍ କରିବେ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଶୂକ୍ଳପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅପମାନ, ଅପନିନ୍ଦା ମିଳିବ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ମୀନ : ଏକାଦଶ ଚନ୍ଦ୍ର, ପୂର୍ଣ୍ଣିମା ତିଥି ଓ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।