Horoscope : ବାଣିଜ୍ୟ ବ୍ୟବସାୟରେ ଆୟ ଉତ୍ତମ ହେବ , ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ
ମେଷ : ସପ୍ତମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା। ଶରୀରରେ ସୁସ୍ଥତା। ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ। ଆମୋଦପ୍ରମୋଦ ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ। ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ଧନସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। କୌଣସି ବୈବାହିକ କର୍ମର ଆୟୋଜନ କରିବେ ଏବଂ କୌଣସି ବୈବାହିକ କର୍ମରେ ଯୋଗ ଦେବେ। ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ଉତ୍ତମ ହେବ। କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ। ଶୁଭରଙ୍ଗ-ସିଲଭର, ସଂଖ୍ୟା-୬, ଆରାଧନା - ମା’ ଚଣ୍ଡୀ।
ବୃଷ : ଷଷ୍ଠ ଚନ୍ଦ୍ର ସ୍ୱାତୀ ନକ୍ଷତ୍ର ବୁଧବାର ଯୋଗୁ ଘରେ ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ। ଦେହ ମନ ସୁସ୍ଥ ରହିବ। ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ବଶୀଭୂତ ହେବେ। ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ଅତି ଉତ୍ତମ ହେବ। କର୍ମରେ ସଫଳତା ଓ କର୍ମ ସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ - ନୀଳ, ସଂଖ୍ୟା - ୪, ଆରାଧନା - ପ୍ରଭୁ ଶ୍ରୀରାମ।
ମିଥୁନ : ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ମିଳିବ ନାହିଁ। ନୂତନ ବିଦ୍ୟା, କଳା, ସଂସ୍କୃତିରେ ନିଜର ପରାକାଷ୍ଠା ପ୍ରଦର୍ଶନ କରିବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ। ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନାଦୃତ ହେବ । ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ସନ୍ତାନମାନଙ୍କର ଶିକ୍ଷାଦୀକ୍ଷା କର୍ମରେ ଉନ୍ନତି ଆସିବ। ସେମାନଙ୍କ କର୍ମକୁ ନେଇ ନିଜକୁ ଗୌରବାନ୍ୱିତ ମନେ କରିବେ। ପିତାମାତାଙ୍କ କୃପା, ପରିବାର ସଦସ୍ୟଙ୍କ ସହଯୋଗ, ବନ୍ଧୁବାନ୍ଧବଙ୍କ ସହ ସଦ୍ଭାବ ଏବଂ ପଡ଼ୋଶୀଙ୍କ ସାହାଯ୍ୟ ସହଯୋଗ ପ୍ରାପ୍ତ ହେବ। ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। କର୍ମରେ ସଫଳତା ମିଳିଲେ ମଧ୍ୟ ସହକର୍ମୀଙ୍କ ସହ ବିବାଦ ଦେଖାଦେବ। ଯେଉଁମାନଙ୍କର ମୃଗଶିରୀ ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ। ଶୁଭରଙ୍ଗ-ମେରୁନ୍, ସଂଖ୍ୟା-୧୨, ଆରାଧନା - ମା’ ତ୍ରିପୁରସୁନ୍ଦରୀ।
କର୍କଟ : ଘାତବାର ଓ ଶୁକ୍ଲପକ୍ଷରେ ଚତୁର୍ଥ ଚନ୍ଦ୍ର ଯୋଗୁ ସ୍ୱଜନ ପରିଜନ, ବନ୍ଧୁବାନ୍ଧବ, ଗୁରୁଜନ ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା କେବଳ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ। ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ଅନ୍ୟ ଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ। ଆଗରୁ ଦେଇଥିବା ଧନ ପାଇବାରେ ବିଫଳ ହେବେ। ଆର୍ଥିକ କ୍ଷତି, ଆର୍ଥିକ ଠକାମି, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଶାରୀରିକ ପୀଡ଼ା ଓ ମାଲିମୋକଦ୍ଦମାର ସମ୍ମୁଖୀନ ହୋଇ ପାରନ୍ତି। ବାଣିଜ୍ୟ ବ୍ୟବସାୟରେ କ୍ଷତି ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ। କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଅଶ୍ଲେଷା କର୍କଟ, ସେମାନେ ସତର୍କ ରହିବେ। ଶୁଭରଙ୍ଗ-ଧଳା, ସଂଖ୍ୟା-୧, ଆରାଧନା - ଭଗବାନ ଶିବ।
କନ୍ୟା : ଦ୍ୱିତୀୟ ଚନ୍ଦ୍ର ବୁଧବାର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନସମ୍ପଦ ବୃଦ୍ଧି ପାଇବ । ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରି ପାଇବେ। ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ। ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ। ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ। ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ। ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ଅତି ଉତ୍ତମ ହେବ। କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ-କଫି, ସଂଖ୍ୟା-୮, ଆରାଧନା - ଭଗବାନ ବିଷ୍ଣୁ।
ତୁଳା : ଶ୍ରୀଚନ୍ଦ୍ର, ବୁଧବାର ଓ ସ୍ୱାତୀ ନକ୍ଷତ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଦେହ, ମନ ସୁସ୍ଥ ରହିବ। ପୁତ୍ର, କନ୍ୟା, ଭ୍ରାତୃଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗ ଦେବେ। ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଧନ ବ୍ୟୟ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ। କର୍ମରେ ସଫଳତା ଓ ସମ୍ମାନ ଏବଂ ସହକର୍ମୀଙ୍କ ସହଯୋଗ ମିଳିବ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ ଷୋଡ଼ଶୀ ।
ବିଛା : ଶୁକ୍ଳପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ୫ ଟଙ୍କା ହେଲେ ବ୍ୟୟ ୨୫ ଟଙ୍କା ହେବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ। ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତାର ପଶ୍ଚାତ୍ଧାବନ କରିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ। ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ।
ଧନୁ : ଏକାଦଶ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ। ମନରେ ପ୍ରସନ୍ନତା, ଚାଲିଚଳନାରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ। ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ ଅଟକି ଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଦଶମ ଚନ୍ଦ୍ର, ନବମୀ ତିଥି ବୁଧବାର ଯୋଗୁ ଭାଗ୍ୟ, ଭବିଷ୍ୟ ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ ଏବଂ ଭାଗ୍ୟରେ, କର୍ମରେ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ। ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ଯଶ, ସମ୍ମାନ, ସମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ। କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ।
କୁମ୍ଭ : ନବମ ଚନ୍ଦ୍ର, ନବମୀ ତିଥି ବୁଧବାର ଯୋଗୁ ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ନିଜର ସାମାଜିକ କର୍ମରେ ସାମିଲ କରିବେ। ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ହେବ। ପରିବେଶ, ପରିସ୍ଥିତି, ସମୟ ଆପଣଙ୍କ ସପକ୍ଷରେ ଯିବ ଏବଂ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ମନରେ ଦୃଢ଼ ଇଚ୍ଛାଶକ୍ତି ଓ ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ। କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ମୀନ : ଅଷ୍ଟମ ଚନ୍ଦ୍ର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ ସରଞ୍ଜାମ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ। ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକଶଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ। କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୯, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଯୋଗାଯୋଗ .: ୯୪୩୭୧୩୩୪୭୩
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।