Housing scheme: ଅନ୍ତ୍ୟୋଦୟ ଗୃହ ଯୋଜନାରେ ୨,୯୧,୬୬୬ ଲୋକଙ୍କୁ ମିଳିବ ଘର

Oct 15, 2026 - 19:52
Housing scheme: ଅନ୍ତ୍ୟୋଦୟ ଗୃହ ଯୋଜନାରେ ୨,୯୧,୬୬୬ ଲୋକଙ୍କୁ ମିଳିବ ଘର

"ଭୁବନେଶ୍ୱର: ଅନ୍ତ୍ୟୋଦୟ ଗୃହ ଯୋଜନାରେ ଆଉ ୨,୯୧,୬୬୬ ନୂଆ ଘର ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।

ଏହି ଯୋଜନାର କାର୍ଯ୍ୟକାଳ ୨ ବର୍ଷ ବୃଦ୍ଧି କରାଯାଇ ୨୦୨୭ ପରିବର୍ତ୍ତେ ୨୦୨୯ ପର୍ଯ୍ୟନ୍ତ  ସମୟ ଅବଧି ବୃଦ୍ଧି କରାଯାଇଛି।

ରାଜ୍ୟରେ ସମସ୍ତଙ୍କ ପାଇଁ ଘର ଯୋଗାଇ ଦେବାର ଲକ୍ଷ୍ୟ ଖୁବ୍ ଶୀଘ୍ର ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।Advertisment ସୂଚନାଯୋଗ୍ୟ ଯେ, ଏହି ଯୋଜନାର ସମୁଦାୟ ପ୍ରକଳ୍ପ ଖର୍ଚ୍ଚ ୭,୫୫୦ କୋଟି ଟଙ୍କା ପୂର୍ବପରି ଅପରିବର୍ତ୍ତିତ ରହିବ।

ଏହି ପ୍ରକଳ୍ପର ୩,୫୦୦ କୋଟି ଟଙ୍କା ମରାମତି ଅଂଶଧନକୁ ନୂଆ ଘର ନିର୍ମାଣ ପାଇଁ ନିଷ୍ପତ୍ତି କରାଯାଇଛି।

ଏହି ଯୋଜନାରେ ଯେଉଁ  ହିତାଧିକାରୀମାନେ ୪୮, ୫୦୦ ଟଙ୍କା କିମ୍ବା ତାଠାରୁ କମ ପାଇଥିବେ ଏବଂ ଅନ୍ୟ ଯୋଗ୍ୟ ହିତାଧିକାରୀ ଏଥିରେ ସାମିଲ ହେବେ।

ଏଥିପାଇଁ ନୂଆ ହିତାଧିକାରୀ ଚିହ୍ନଟ କରିବା ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗକୁ ଶୀଘ୍ର ସର୍ଭେ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

CM Mohan Charan Majhi: ଦୁବାଇରେ ଓଡ଼ିଆ ପ୍ରବାସୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା ଏହି ଯୋଜନାରେ ପୂର୍ବ ନିର୍ଦ୍ଧାରିତ ପ୍ରୋତ୍ସାହନ ରାଶି ପରିମାଣରେ ମଧ୍ୟ ବୃଦ୍ଧି କରାଯାଇଛି।

ପୂର୍ବରୁ ୪ ମାସରେ ଘର ଶେଷ କରୁଥିବା ହିତାଧିକାରୀଙ୍କୁ ୨୦ ହଜାର ଟଙ୍କା ମିଳୁଥିବା ବେଳେ ଏବେ ୫ ମାସରେ ଘର ଶେଷ କଲେ ୩୫ ହଜାର ଟଙ୍କା ପ୍ରୋତ୍ସାହନ ରାଶି ମିଳିବ।

ସେହିପରି ୬ ମାସରେ ଘର ଶେଷ କରୁଥିବା ହିତାଧିକାରୀଙ୍କୁ ୧୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ମିଳୁଥିବା ବେଳେ ଏବେ ୭ ମାସରେ ଘର ଶେଷ କଲେ ୨୦ ହଜାର ଟଙ୍କା ମିଳିବ।

ଏହାଦ୍ୱାରା ଆହୁରି ଅଧିକ ବ୍ୟକ୍ତି ଏହି ଯୋଜନାର ଲାଭ ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଯୋଜନାରେ ୫ ଲକ୍ଷ ପରିବାରଙ୍କ ପାଇଁ ଘର ନିର୍ମାଣ କରିବାର ଲକ୍ଷ୍ୟ ରହିଥିଲା।

ମୁଖ୍ୟତଃ ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇନଥିବେ ତଥା ଗରିବ ଓ ଅସହାୟ  ପରିବାର ପାଇଁ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି।"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)