Independence Day celebration: ଛତ୍ରପୁର ଠାରେ ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ପାଳିତ
"ଛତ୍ରପୁର: ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ଠାରେ ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ପାଳିତ ହୋଇଯାଇଛି।
ଛତ୍ରପୁର ପୁଲିସ ପ୍ୟାରେଡ୍ ପଡ଼ିଆରେ ଆୟୋଜିତ ଏହି ଉତ୍ସବରେ ଓଡ଼ିଶାର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ୍ ଅଭିବାଦନ ଗ୍ରହଣ କରିଥିଲେ।Advertisment ଆଜିର ଦିନ ବୀର ସଂଗ୍ରାମୀମାନଙ୍କୁ ସ୍ମରଣ କରିବାର ଏକ ପବିତ୍ର ଅବସର ନିଜ ଅଭିଭାଷଣରେ ମନ୍ତ୍ରୀ କହିଥିଲେ ଯେ ସ୍ୱାଧୀନତା ଦିବସ କେବଳ ଏକ ଉତ୍ସବ ନୁହେଁ, ବରଂ ଦେଶର ସ୍ୱାଧୀନତା ପାଇଁ ଜୀବନ ବଳିଦାନ ଦେଇଥିବା ବୀର ସଂଗ୍ରାମୀମାନଙ୍କୁ ସ୍ମରଣ କରିବାର ଏକ ପବିତ୍ର ଅବସର।
ସେ ସ୍ୱାଧୀନତା ସଂଗ୍ରାମୀମାନଙ୍କ ତ୍ୟାଗ, ବଳିଦାନ ଏବଂ ମହାତ୍ମା ଗାନ୍ଧୀଙ୍କ ଅହିଂସା ଆନ୍ଦୋଳନର ଅବଦାନକୁ ସ୍ମରଣ କରିଥିଲେ।
ଗଞ୍ଜାମ ମାଟିର ସ୍ୱାଧୀନତା ସଂଗ୍ରାମୀଙ୍କ ଅବଦାନ ସହ ଜିଲ୍ଲାର କଳା, ସଂସ୍କୃତି ଓ ସାହିତ୍ୟ କ୍ଷେତ୍ରରେ ବରେଣ୍ୟ ବ୍ୟକ୍ତିବିଶେଷଙ୍କ ଭୂମିକାକୁ ମଧ୍ୟ ସେ ଉଲ୍ଲେଖ କରିଥିଲେ।
୧୫୯ ଇରାନୀ ଜାହାଜ ସମୁଦ୍ରରେ ବୁଡ଼ିଛି, ନଷ୍ଟ ହୋଇଛି ୨୧୨ ବିମାନ ମନ୍ତ୍ରୀ କହିଥିଲେ ଯେ ରାଜ୍ୟର ସାମଗ୍ରିକ ବିକାଶ ସହ ଗଞ୍ଜାମ ଜିଲ୍ଲାର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ।
ଗ୍ରାମାଞ୍ଚଳର ବିକାଶ, କୃଷକ କଲ୍ୟାଣ, ମହିଳା ସଶକ୍ତିକରଣ ଓ ଯୁବବର୍ଗଙ୍କ ନିଯୁକ୍ତି ସୁଯୋଗ ବୃଦ୍ଧି ଦିଗରେ ରାଜ୍ୟ ସରକାର ପ୍ରାଥମିକତା ଭିତ୍ତିରେ କାର୍ଯ୍ୟ କରୁଥିବା ସେ ପ୍ରକାଶ କରିଥିଲେ।
ଏଥିସହ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା ଓ ବିକାଶମୂଳକ ପଦକ୍ଷେପ ସମ୍ପର୍କରେ ମଧ୍ୟ ସେ ସୂଚନା ପ୍ରଦାନ କରିଥିଲେ।
୧୫୯ ଇରାନୀ ଜାହାଜ ସମୁଦ୍ରରେ ବୁଡ଼ିଛି, ନଷ୍ଟ ହୋଇଛି ୨୧୨ ବିମାନ ଜିଲ୍ଲାସ୍ତରୀୟ ପ୍ୟାରେଡ୍ରେ ପୁଲିସ ଘୋଷବାଦ୍ୟ ଦଳ ସମେତ ମୋଟ ୪୦ଟି ଦଳ ଅଂଶଗ୍ରହଣ କରିଥିଲେ।
ବିଭିନ୍ନ ଦଳ ପକ୍ଷରୁ ଆକର୍ଷଣୀୟ ଶାରୀରିକ କ୍ରୀଡ଼ା, କସରତ ଓ ଦେଶପ୍ରେମମୂଳକ ପ୍ରଦର୍ଶନ କରାଯାଇଥିଲା।
ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୌରଭ ପ୍ରଧାନଙ୍କ ସଂଯୋଜନାରେ ପୁଲିସ ଆର୍.ଆଇ.
ସୁରେଶ କୁମାର ବଳିଆରସିଂହ ପ୍ୟାରେଡ୍ କମାଣ୍ଡର ଭାବେ ପ୍ୟାରେଡ୍ ପରିଚାଳନା କରିଥିଲେ।
ଏହି ଅବସରରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଗଞ୍ଜାମ ଜିଲ୍ଲାପାଳ ଭି.
କୀର୍ତ୍ତି ଭାସନ, ଗଞ୍ଜାମ ପୁଲିସ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ହରିଶ ବିଶି, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ନାୟକ, ଦେବଦତ୍ତ ପଣ୍ଡା ଓ ସୁନୀଲ କୁମାର କେର୍କଟାଙ୍କ ସମେତ ବହୁ ଜନପ୍ରତିନିଧି, ବିଶିଷ୍ଟ ବ୍ୟକ୍ତି ଓ ଅଧିକାରୀ ଉପସ୍ଥିତ ଥିଲେ।
ପ୍ୟାରେଡ୍ ପୂର୍ବରୁ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଗଞ୍ଜାମ ଜିଲ୍ଲାର ବରେଣ୍ୟ ସ୍ୱାଧୀନତା ସଂଗ୍ରାମୀମାନଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।ଜିଲ୍ଲାବାସୀଙ୍କ ଉତ୍ସାହପୂର୍ଣ୍ଣ ଅଂଶଗ୍ରହଣ ମଧ୍ୟରେ ସମଗ୍ର କାର୍ଯ୍ୟକ୍ରମ ଦେଶପ୍ରେମ, ଏକତା ଓ ଜାତୀୟତାବୋଧର ପରିବେଶ ସୃଷ୍ଟି କରିଥିଲା।
"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
