Judgement: ଚାରି ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

Jul 28, 2026 - 22:13
Judgement: ଚାରି ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା

"କଟକ: ପାଠ୍ୟପୁସ୍ତକ ତ୍ରୁଟି ଘଟଣାକୁ ନେଇ କ୍ରାଇମବ୍ରାଞ୍ଚ ରୁଜୁ କରିଥିବା ମାମଲାରେ ଆଜି ଚାରି ଜଣ ଅଭିଯୁକ୍ତଙ୍କୁ ହାଇକୋର୍ଟ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।

ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦରେ ସହକାରୀ ନିର୍ଦ୍ଦେଶକ ଓ ସଂଯୋଜକ ଭାବେ କାର୍ଯ୍ୟ କରୁଥିବା ଦିଲ୍ଲୀପ କୁମାର ସାହୁ, ପ୍ରଲିପ୍ତା ମିଶ୍ର, ଭାରତୀ ଟୁଡ଼ୁ ଓ ଘରୋଇ ପ୍ରକାଶନୀ ସଂସ୍ଥାର ଅନୁପମ ଘୋଷଙ୍କୁ ମାମଲାର ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଗିରଫ କରାଯିବ ନାହିଁ।

Advertisment ଆବେଦନକାରୀମାନେ ତଦନ୍ତରେ ସହଯୋଗ କରିବେ ବୋଲି ହାଇକୋର୍ଟ କହିଛନ୍ତି।

ଏଥି ସହିତ ମାମଲାର ପରବର୍ତ୍ତୀ ଶୁଣାଣି ବେଳେ କେସ ଡାଏରି ସହିତ ତଦନ୍ତର ସାନି ସ୍ଥିତି ସଂପର୍କିତ ତଥ୍ୟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଅଗଷ୍ଟ ୩କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।

ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂପର୍କିତ ଆଗୁଆ ଜାମିନ ଆବେଦନ ଗୁଡ଼ିକର ଏକତ୍ର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।

Supreme Court: ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କୁ ସୁପ୍ରିମ୍‌ କୋର୍ଟରୁ ମିଳିଲାନି ଆଶ୍ବସ୍ତି: ଓଡ଼ିଶା ହାଇକୋର୍ଟରେ ଚାଲିବ ସଦସ୍ୟତା ରଦ୍ଦ ମାମଲା ଏଠାରେ ସୂଚନା ଯୋଗ୍ୟ ଯେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦର ପୂର୍ବତନ ନିର୍ଦ୍ଦେଶକ ମନୋଜ କୁମାର ପାଢୀଙ୍କ ଅଧିନରେ ସହକାରୀ ନିର୍ଦ୍ଦେଶକ ଓ ସଂଯୋଜକ ଭାବେ ଉପରୋକ୍ତ ତିନି ଅଧିକାରୀ କାର୍ଯ୍ୟ କରୁଥିଲେ।

ଅନ୍ୟ ପକ୍ଷରେ ନିର୍ଦ୍ଦିଷ୍ଟ ଘରୋଇ ପ୍ରକାଶନୀ ସଂସ୍ଥା ବିରୋଧରେ ଅଭିଯୋଗ ରହିଥିବା ବେଳେ ଶ୍ରୀ ଘୋଷ ଏପରି ଏକ ସଂସ୍ଥା ସହିତ ଜଡିତ ବୋଲି ସୂଚନା ମିଳିଛି।

ଗତ ଦୁଇ ସପ୍ତାହ ତଳେ ଏହି ମାମଲାରେ କ୍ରାଇମବ୍ରାଞ୍ଚ ପରିଷଦର ପୂର୍ବତନ ନିର୍ଦ୍ଦେଶକ ମନୋଜ କୁମାର ପାଢୀଙ୍କୁ ଗିରଫ କରିଥିଲା।

ଅନ୍ୟ କେତେକ ବ୍ୟକ୍ତି ମଧ୍ୟ ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ହାଇକୋର୍ଟରେ ଦାୟର କରିଥିବା ଆଗୁଆ ଜାମିନ ଆବେଦନ ଏବେ ବିଚାରାଧୀନ ରହିଛି।

ଶ୍ରୀ ସାହୁ, ଶ୍ରୀ ମିଶ୍ର, ଶ୍ରୀମତୀ ଟୁଡୁଙ୍କ ତରଫରୁ ଆଇନଜୀବୀ କାଜଲ ସାହୁ ଓ ଶ୍ରୀ ଘୋଷଙ୍କ ପକ୍ଷରୁ ଆଇନଜୀବୀ ବିଦ୍ୟାଲୋକ ମହାପାତ୍ର ମାମଲା ପରିଚାଳନା କରୁଛନ୍ତି।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।